Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
41

ମେଷ: ଆପଣଙ୍କ ଜୀବନରେ ଉତ୍‌ଥାନ-ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ରାସ୍ତାରେ ଯିବା ସମୟରେ ଟ୍ରାଫିକ ନିୟମ ମାନନ୍ତୁ। ଖାଦ୍ୟ-ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାର ଦିନଟିଏ। କ୍ୟାରିୟର ଗଢ଼ିବା ଲାଗି ଭଲ ପ୍ରସ୍ତାବ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। କଳାକାରଙ୍କୁ କୌଣସି ନୂଆ କାର୍ଯ୍ୟକ୍ରମ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଝିଘରିଆଣୀ।

ମିଥୁନ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ପ୍ରତ୍ୟେକ କାମରେ ନିଜକୁ ଯୋଗ୍ୟ ପ୍ରମାଣିତ କରିପାରିବେ। ବ୍ୟବସାୟରେ କିଣାବିକାରେ ଲାଭ ହୋଇପାରେ। ଚାକିରିଆଙ୍କୁ ପଦୋନ୍ନତିର ସୂଚନା ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ସୁରେଶ୍ବରୀ।

କର୍କଟ: ଧୢାନ ଓ ଯୋଗ ମାଧୢମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। କ୍ୟାରିୟରକୁ ନେଇ କୌଣସି ଫଇସଲା ନେଇ ପାରନ୍ତି। ବ୍ୟବସାୟରୁ ଆଶାନୁରୂପ ଫଳ ପାଇବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ବିରଜା।

 

ସି˚ହ: ସକାରାତ୍ମକ ମନୋଭାବରେ ରହନ୍ତୁ; କାମ କରିବା ସହଜ ହେବ। ଭାଇଙ୍କ ସହଯୋଗରେ ଆୟର ନୂଆ ସ୍ରୋତ ପ୍ରସ୍ତୁତ ହେବ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଅଚାନକ ଖୁସି ଖବର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

କନ୍ୟା: ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିମାନଙ୍କର ପ୍ରଗତି ହେବ। ନ୍ୟାୟିକ ମାମଲାରେ ଆରାମ ପାଇବେ। ପଢ଼ାଲେଖାରେ ସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

 

ତୁଳା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ସନ୍ତାନଙ୍କ ସଫଳତାରୁ ମନ ଖୁସି ରହିବ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ପରିବାର ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ଶ୍ରୀକୃଷ୍ଣ।

ବିଛା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଆଜି ଆପଣ ଯଥେଷ୍ଟ କାମ ପୂରା କରିବେ। ବିଦ୍ୟୁତ୍ ଉପକରଣ କାରବାର କରୁଥିବା ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ହସିଲା ପୂରିଲା ଲାଗିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭୈରବୀ।

 

ଧନୁ: ଆଜି ଆପଣଙ୍କର କାର୍ଯ୍ୟସୂଚୀ ବଦଳାଇ ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ବଢ଼ିଆ କରି ଦେଖାଇବା ପାଇଁ ନୂଆ ପ୍ରୟୋଗ କରିବେ। ଭ୍ରମଣ ସମୟରେ ନିଜର ସ୍ବାସ୍ଥ୍ୟ ପ୍ରତି ଧୢାନ ଦିଅନ୍ତୁ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

ମକର: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ଅଚାନକ ଧନପ୍ରାପ୍ତି ହେବ। କଳାକାରଙ୍କୁ ଫିଲ୍ମର ପ୍ରସ୍ତାବ ମିଳିବ। ଅଫିସରେ ଆପଣଙ୍କ ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରେମ ଓ ପ୍ରଣୟ ଦୃଷ୍ଟିରୁ ଦିନଟି ଭଲ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିରଜା।

 

କୁମ୍ଭ: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆଜି ଆପଣଙ୍କର କୌଣସି କାମ ବାଧାପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଉଚ୍ଚପଦ ମିଳିପାରେ। ଛାତ୍ରଙ୍କୁ ଆଜି କମ ପରିଶ୍ରମରେ ଯଥେଷ୍ଟ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 

ମୀନ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ଅଫିସରେ କୌଣସି ବିଶେଷ କାମ ପାଇଁ ଆପଣଙ୍କୁ ଡାକରା ଆସିବ। ପ୍ରିୟତମଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ତାରିଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More