Only for Entertainment

ଜାଣନ୍ତୁ ଆଜିର ରାଶିଫଳ

33

ଦିନଟିଏ। ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ। କର୍ତ୍ତୃପକ୍ଷ ଆପଣକୁ ନୂଆ ଦାୟିତ୍ବ ଅର୍ପଣ କରିବେ। ଆପଣଙ୍କ ଜୀବନରେ କୌଣସି ପ୍ରେମ ସମ୍ବନ୍ଧ ଆରମ୍ଭ ହୋଇପାରେ। ଶୁଭରଙ୍ଗ: ଲାଲ। ଆରାଧନା: ହର ପାର୍ବତୀ।

ବୃଷ: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ବନ୍ଧୁଙ୍କ ସହିତ ଲାଗିରହିଥିବା ମତଭେଦ ଦୂର ହେବ। ଆମଦାନିର ନୂଆ ରାସ୍ତା ଉନ୍ମୁକ୍ତ ହେବ। କ˚ପାନିରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ପଦୋନ୍ନତି ମିଳିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ କଟକଚଣ୍ତୀ।

ମିଥୁନ: ଆତ୍ମସମୀକ୍ଷାରେ ସମୟ ବିତିବ। ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସବୁ ଠିକ୍‌ ହୋଇଯିବ। ବଡ଼ଭାଇଙ୍କ ସହଯୋଗ ପାଇବେ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର କରିବେ। ମିତ୍ରଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରି ପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

କର୍କଟ: ଆପଣଙ୍କ ଭିତରେ ଅତ୍ୟଧିକ ଉତ୍ସାହ ଦେଖିବାକୁ ମିଳିବ। କୌଣସି ବଡ଼ ସଉଦା ହୋଇପାରେ। ଚାକିରିଜୀବୀଙ୍କ ମନୋକାମନା ପୂରା ହେବ। ଜୀବନସାଥୀଙ୍କ ସହିତ ରାତ୍ରିଭୋଜନ ପାଇଁ ହୋଟେଲକୁ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

 

ସି˚ହ: ଚାକିରିଆଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି। କର୍ତ୍ତୃପକ୍ଷ ଆପଣଙ୍କର ପଦୋନ୍ନତି ପାଇଁ ବିଚାର କରିବେ। ଆମଦାନିରେ ଅଚାନକ ବୃଦ୍ଧି ହେବ। ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। କୌଣସି ସ˚ପର୍କୀୟଙ୍କ ସହିତ ମିଳନ ଯୋଗ ରହିଛି। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

 

କନ୍ୟା: ବ୍ୟବସାୟରେ ଉନ୍ନତି ପାଇଁ ନୂଆ ରଣକୌଶଳ ପ୍ରସ୍ତୁତ କରିବେ। ମନର କଥା ମନରେ ରଖନ୍ତୁ; ବିଜୟୀ ହେବେ। ଚାକିରିଜୀବୀଙ୍କୁ କାମରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଆପଣଙ୍କର ଖ୍ୟାତି ବଢ଼ିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ତାରିଣୀ।

 

ତୁଳା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ମାତାପିତାଙ୍କ ସହିତ ବଢ଼ିଆ ସମ୍ବନ୍ଧ ସ୍ଥାପିତ ହେବ। ବ୍ୟବସାୟୀଙ୍କୁ ସଉଦାରୁ ଅଚାନକ ଧନଲାଭ ହେବ। ଅଫିସ କାମର ଚାପ କମ୍‌ ରହିବ। ନୂଆ ଘର ନିର୍ମାଣ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଆପଣ ନିଜର ପରିଧାନଶୈଳୀ ପ୍ରତି ବିଶେଷ ଧୢାନ ଦେବେ। ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ। ଆୟ ବଢ଼ିବା ହେତୁ ମନ ଖୁସି ରହିବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ମେରୁନ। ଆରାଧନା: ବାବା କପିଳାସ।

ଧନୁ: ଆଜି ଆପଣ ଯାହା ବି କାମ କରିବେ ଲାଭ ପାଇବେ। ବ୍ୟବସାୟ ବିସ୍ତାର ପାଇଁ ବିଚାର କରିବେ। କର୍ତ୍ତୃପକ୍ଷ ଆପଣଙ୍କ କାମରେ ଖୁସି ରହିବେ। ଆପଣଙ୍କୁ କୌଣସି ଭଲ ଖବର ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ମକର: ଭାଗ୍ୟର ସହଯୋଗ ପାଇବେ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯିବେ। ଅଫିସରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇପାରନ୍ତି। ଶାସନରେ ଥିବା ଲୋକଙ୍କ ସହିତ ସ˚ପର୍କ ବଢ଼ିବ। ସନ୍ଧ୍ୟାରେ ପରିବାର ସହିତ ମଉଜ ମଜଲିସରେ ସମୟ କଟିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

 

କୁମ୍ଭ: ଘରୋଇ ଜୀବନରେ ସୁଖ ସୁବିଧା ବଢ଼ିବ। ଚାକିରିରେ ଥିବା ବ୍ୟକ୍ତି ଓ ଚାକିରି ଖୋଜୁଥିବା ବ୍ୟକ୍ତିବିଶେଷଙ୍କ ଲାଗି ଦିନଟି ଶୁଭକାରୀ ରହିବ। ଆର୍ଥିକ ସ୍ଥିତି ବିଶେଷ ରୂପେ ମଜଭୁତ ହେବ। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

ମୀନ: ଆପଣଙ୍କ ପରାକ୍ରମ ବୃଦ୍ଧି ହେବ। ଯେଉଁ କାମରେ ଯିବେ ସଫଳତା ପାଇବେ। ଲୋକଙ୍କୁ ଆବଶ୍ୟକତା ଅନୁସାରେ ପରାମର୍ଶ ଦିଅନ୍ତୁ। ସେୟାର କିଣିବେ ବା ନୂତନ କାରବାରରେ ନିବେଶ ପାଇଁ ବିଚାର କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More