Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
0 50

ମେଷ: ଭାବନାକୁ ସକାରାତ୍ମକ ବନାନ୍ତୁ। ଦୀର୍ଘଦିନର ମନୋକାମନା ପୂରା ହେବ। ନାରାଜ ଥିବା ବନ୍ଧୁଙ୍କୁ ମନାଇବାରେ ସଫଳ ହେବେ। ଆପଣଙ୍କ ଭଲ କାମ ଯୋଗୁ ପ୍ରଶଂସା ମିଳିବ। ମହିଳାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

ବୃଷ: ସାରାଦିନ ଖୁସି ମନରେ ରହିବେ। ବନ୍ଧୁଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ଆହୁରି ମଧୁର ହେବ। ଆମଦାନିର ନୂଆ ସ୍ରୋତ ମିଳିବ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ରାମଚଣ୍ଡୀ।

 

ମିଥୁନ: ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ। ବନ୍ଧୁଙ୍କ ଠାରୁ ଭଲ ଖବର ବା ଉପହାର ପାଇବେ। ନୂଆ ବ୍ୟବସାୟ ପାଇଁ ଯୋଜନା କରିବେ। ଅଚାନକ ଧନଲାଭ ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ସକାରାତ୍ମକ ଭାବନାରେ ରହନ୍ତୁ, କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବ୍ୟବସାୟରେ ପରିବାରର ସହଯୋଗ ମିଳିବ। ପ୍ରମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦଦାୟକ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀକୃଷ୍ଣ।

 

ସିଂହ: ସିନିୟରଙ୍କ ସହିତ ମତଭେଦ ବଢ଼ିପାରେ। ଅନ୍ୟମାନଙ୍କ ସହିତ ମହତ୍ତ୍ଵପୂର୍ଣ୍ଣ କଥା ଆଲୋଚନା କରନ୍ତୁ ନାହିଁ। ଆୟ ତୁଳନାରେ ବ୍ୟୟର ମାତ୍ରା ଅଧିକ ହେବ। ବିଳାସ ଉପକରଣ କିଣି ପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଆପଣଙ୍କ କାମରୁ ବଡ଼ ଲାଭ ମିଳିବ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ଅଫିସ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

 

ତୁଳା: ଦେବୀମାତାଙ୍କ ଧ୍ୟାନରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ। ଘର ପରିଷ୍କାର କରିବାରେ ସମୟ ଦେବେ। ବ୍ୟବସାୟକୁ ନେଇ ମନରେ ନୂଆ ଯୋଜନା ଆସିବ। ବୈବାହିକ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ବଗଳାମୁଖୀ।

 

ବିଛା: ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ନୂଆ କାମରେ ଧୀରେଧୀରେ ଗତି ଆସିବ। ରାଜନେତାଙ୍କ ସହିତ ସଂପର୍କ ମଜଭୁତ ହେବ। ଚାକିରିରେ ଉନ୍ନତି ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ପାଟଣେଶ୍ୱରୀ।

 

ଧନୁ: ନିଜର ମହତ୍ତ୍ଵକୁ ଜାଣନ୍ତୁ। ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ। ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। ଅଧ୍ୟାପକଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ୱରୀ।

 


ମକର: ପ୍ରଗତି ପଥରେ ଅଗ୍ରସର ହେବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସଂପର୍କ ସ୍ଥାପନ ହେବ। ନୂଆ ଚାକିରି ମିଳିବାର ସୁଯୋଗ ରହିଛି। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଶୁଭ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

 

କୁମ୍ଭ: ଆପଣଙ୍କର ଅନ୍ତରଆତ୍ମା ପ୍ରଖର ରହିବ। ଆପଣଙ୍କ ସମ୍ମୁଖକୁ ଆସୁଥିବା ବ୍ୟକ୍ତିଙ୍କ ମନୋଭାବକୁ ଶୀଘ୍ର ବୁଝିନେବେ। ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ। ପ୍ରେମ ପ୍ରସଙ୍ଗ ପାଇଁ ଦିନଟି ଅନୁକୂଳ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ମଝିଘରିଆଣୀ।

 

ମୀନ: ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହୋଇଯିବ। ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ। ମନର କଥା କାହାରିକୁ କହିବେ। କଂପ୍ୟୁଟର ଇଂଜିନିୟରଙ୍କୁ ବଡ଼ କଂପାନିରେ ଚାକିରର ପ୍ରସ୍ତାବ ମିଳିପାରେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଗାୟତ୍ରୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More