Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

horoscope
0 47

ମେଷ: କୌଣସି ନା କୌଣସି ସମସ୍ୟାର ମୁକାବିଲା କରିବେ। ଏକାଗ୍ରତାର ସହିତ କାମ କରନ୍ତୁ, ପରିଶ୍ରମର ଫଳ ପାଇବେ। ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ। ସାର୍ବଜନିକ ଜୀବନରେ ଯଶ, ମାନ ଓ ପ୍ରତିଷ୍ଠା ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

ବୃଷ: ନିଜର ମହତ୍ତ୍ଵକୁ ଜାଣନ୍ତୁ। ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ। ଆମଦାନି ଲାଗି ନୂଆ ମାଧ୍ୟମ ଦୃଷ୍ଟି ଗୋଚର ହେବ। ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ। ରାଜନୀତିକ ନେତାମାନଙ୍କ ଲାଗି ଦିନଟି ଶୁଭ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ୱରୀ।

ମିଥୁନ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। ଜ୍ଞାନ ଓ ବୁଦ୍ଧିବଳ ପ୍ରୟୋଗ କରନ୍ତୁ; ସଫଳତା ପାଇବେ। କ୍ୟାରିୟର ପାଇଁ ନୂଆ ରାସ୍ତା ଉନ୍ମୁକ୍ତ ହେବ। ବିବାହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ବାବା ଗୁପ୍ତେଶ୍ୱର।

କର୍କଟ: ଦିନଟି ଆପଣଙ୍କ ଲାଗି ମହତ୍ତ୍ଵପୂର୍ଣ୍ଣ ରହିବ। ବେକାରଙ୍କୁ ରୋଜଗାରର ନୂଆ ଅବସର ମିଳିବ। ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ। ରାଜନୀତିରେ ଯେଉଁମାନେ ସକ୍ରିୟ ଅଛନ୍ତି ସେମାନଙ୍କୁ ଲାଭ ପ୍ରାପ୍ତ ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀକୃଷ୍ଣ।

ସିଂହ: କାରବାର ଲାଗି ଆଜି ଦିନଟି ଭଲ। ଭବିଷ୍ୟତକୁ ନେଇ ସାର୍ଥକ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶଂସା କରିବେ। ଜୀବନସାଥୀଙ୍କ ସହିତ ଧର୍ମାନୁଷ୍ଠାନକୁ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: ଆଜି ସବୁ କିଛି ଠିକ୍‌ଠାକ୍‌ ରହିବ। ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତିରେ ପୂର୍ବ ଅପେକ୍ଷା ସୁଧାର ଆସିବ। ମହିଳାଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ମହତ୍ତ୍ଵପୂର୍ଣ୍ଣ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଲାଗିରହିଥିବା କୌଣସି ସମସ୍ୟାର ସମାଧାନ ହେବ। ନୂଆ କାମ ମିଳିବାର ପୂର୍ବାଭାସ ପାଇବେ। ପରିଧାନ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ଅମ୍ବିକା।

ବିଛା: ଜରୁରୀ କାମ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଅନ୍ୟମାନଙ୍କ କଥା ଉପରେ ଧ୍ୟାନ ଦିଅନ୍ତୁ, ଲାଭ ହେବ। ଜୀବନସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭୈରବୀ।

ଧନୁ: ଦିନଟି ଆପଣଙ୍କ ଲାଗି ଉତ୍ସାହଭରା ରହିବ। ଜୀବନରେ ଲାଗିରହିଥିବା ସଂଘର୍ଷ ସମାପ୍ତ ହେବ। ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ। ଧନଲାଭର ନୂଆ ରାସ୍ତା ଖୋଲିବ। ପ୍ରେମିକାଙ୍କୁ କିଛି ଉପହାର ଦିଅନ୍ତୁ; ସମ୍ବନ୍ଧରେ ଆହୁରି ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

ମକର: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ସବୁ କାମ ଆପଣଙ୍କ ମନମୁତାବକ ହେବ। କୌଣସି କଂପାନିରେ ଚାକିରିର ପ୍ରସ୍ତାବ ମିଳିପାରେ। ପ୍ଲାଷ୍ଟିକ୍‌ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: ସ୍ଥଗିତ ଥିବା କାମର ସମାଧାନ ମିଳିବା ହେତୁ ମାନସିକ ଶାନ୍ତି ଅନୁଭବ କରିବେ। ଭାଇଭଉଣୀଙ୍କ ସହିତ ବୁଝାମଣା ଠିକ୍‌ ରହିବ। ବ୍ୟବସାୟରୁ ଲାଭ ପାଇବେ। ପରିବାର ସହିତ ବାହାରକୁ ଯିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।

ମୀନ: ଦିନଟି ବ୍ୟସ୍ତତାରେ କଟିବ। ଅଫିସ୍‌ରୁ ଘରକୁ ଫେରିବା ସମୟରେ ବନ୍ଧୁଙ୍କ ସହିତ ମତଭେଦ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଟ୍ରାଫିକ ନିୟମ ମାନି ଚଳନ୍ତୁ। ଛାତ୍ରଙ୍କୁ କୌଣସି ମିତ୍ରଙ୍କର ସାହାଯ୍ୟ ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ କଟକଚଣ୍ଡୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More