Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
0 55

ମେଷ: ଆପଣ ନିଜ କାମରେ ପ୍ରଶଂସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଆର୍ଥିକ ସ୍ଥିତି ବିଶେଷ ରୂପେ ମଜଭୁତ ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାରର ବଡ଼ଙ୍କ ଠାରୁ ପ୍ରଶଂସା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

 

ବୃଷ: ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। କୌଣସି ବିବାଦକୁ ପଶନ୍ତୁ ନାହିଁ। ଆପଣଙ୍କର ଖର୍ଚ୍ଚ ବଢ଼ିପାରେ। ଛାତ୍ରଛାତ୍ରୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ କାଳୀଜାଈ।

ମିଥୁନ: ଦିନଟି ଖଟା-ମିଠା ରହିବ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। ବିନା ଭାବିଚିନ୍ତି ଖର୍ଚ୍ଚ କଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ। ଛାତ୍ରଙ୍କୁ ସହପାଠୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଗାୟତ୍ରୀ।

 

କର୍କଟ: କ୍ୟାରିୟରରେ ସୁଧାର ପାଇଁ ଭଲ ଦିନଟିଏ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ଆସିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମ ସମ୍ବନ୍ଧରେ ମନୋକାମନା ପୂରଣ ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ସିଂହ: ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ଚାକିରିରେ ଥିବା ବ୍ୟକ୍ତି ନୂଆ କାମର ଅନେ୍ଵଷଣ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭ ହେବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସ୍‌ରେ କୌଣସି ଖୁସି ଖବର ମିଳିବ। ନୂଆ ଘର କିଣିବା ଲାଗି ବିଚାର କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଶାରଳା।

 

ତୁଳା: ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବାର ଯୋଗ ରହିଛି। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। ସଙ୍ଗୀତ ଶୁଣିବାକୁ ମନ କହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଦୁର୍ଗା।

ବିଛା: ଆପଣଙ୍କ ଶୌର୍ଯ୍ୟକୁ ବଳ ମିଳିବ। ଦୁଃସାହସିକ ପଦକ୍ଷେପ ନେଇ ସଫଳତା ଅର୍ଜନ କରିବେ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

 

ଧନୁ: ଦିନଟି ଆପଣଙ୍କୁ ସୁଖ ଓ ସୌଭାଗ୍ୟ ଆଣିଦେବ। ସମୟ ରାଜନୀତିକ ଓ ସାମାଜିକ କାର୍ଯ୍ୟରେ କଟିବ। କ୍ୟାରିୟର ଗଢ଼ିବା ପାଇଁ ଭଲ ପ୍ରସ୍ତାବ ପାଇବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଭଲ ରହିବ। ନୃତ୍ୟ ଓ ସଙ୍ଗୀତରେ ରୁଚି ବଢ଼ିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

ମକର: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ପର୍ଯ୍ୟଟନ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିମାନେ ଲାଭ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।

 

କୁମ୍ଭ: ପରାକ୍ରମ ଓ ଆତ୍ମବିଶ୍ୱାସ ବୃଦ୍ଧି ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ଵାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ବହୁତ ଅପେକ୍ଷା ରହିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ତାରିଣୀ।

ମୀନ: ଆତ୍ମ ଚିନ୍ତନରେ ଅଧିକ ସମୟ ବିତିବ। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ଵାରା ପୂରା ହେବ। ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରେମ ଓ ପ୍ରଣୟ ଦୃଷ୍ଟିରୁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More