Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

0 40

ମେଷ: ଖୁସ୍‌ ମିଜାଜରେ ରହିବେ। ଅନ୍ୟମାନଙ୍କ ସହିତ ହାସ୍ୟାଳାପ କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଶୁଭ। କିଛି ଖାସ୍‌ କାମରେ ଯାତ୍ରାରେ ଯିବେ। ଛାତ୍ରଙ୍କୁ କମ୍‌ ପରିଶ୍ରମରେ ଯଥେଷ୍ଟ ସଫଳତା ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ବାବା ଆଖଣ୍ଡଳମଣି।

ବୃଷ: ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ସହଜରେ ମନୋକାମନା ପୂରା ହେବ। ବ୍ୟବସାୟ ସାମାନ୍ୟ ରହିବ। ସେୟାର ବଜାରରେ ଅର୍ଥନିବେଶ କରନ୍ତୁ, ଭବିଷ୍ୟତରେ ଲାଭ ମିଳିବ। ସ୍ୱାସ୍ଥ୍ୟ ପ୍ରତି ଟିକେ ସତର୍କ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ମିଥୁନ: କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ହେତୁ ଖୁସି ରହିବେ। ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ବ୍ୟବସାୟରେ ଅଚାନକ ଫାଇଦା ହେବ। ଜୀବନସାଥୀଙ୍କ ଠାରୁ ଖୁବ୍‌ ସୁନ୍ଦର ଉପହାର ମିଳିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ସମଲେଶ୍ୱରୀ।

କର୍କଟ: ପୂଜାପାଠରେ ଅଧିକ ସମୟ ବିତିବ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟରେ ନୂଆ ପ୍ରସ୍ତାବ ଓ ପ୍ରକଳ୍ପ ମିଳିବ। ଚାକିରିଆଙ୍କୁ ଆଗକୁ ବଢ଼ିବା ପାଇଁ ସୁବର୍ଣ୍ଣ ସୁଯୋଗ ମିଳିବ। ଶତ୍ରୁଙ୍କୁ ପରାସ୍ତ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ କାଳୀଜାଈ।

ସିଂହ: ଆପଣଙ୍କ ଆଖପାଖରେ ସୁଖ ଓ ଆନନ୍ଦଦାୟକ ମାହୋଲ୍‌ ରହିବ। ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ। ଗୁରୁତ୍ଵପୂର୍ଣ୍ଣ ଆଲୋଚନାରେ ଯୋଗ ଦେବାର ସୁଯୋଗ ପାଇବେ। ପ୍ରେମ ସଂପର୍କରେ ମଧୁରତା ଆସିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କନ୍ୟା: ଆପଣଙ୍କ ଲାଗି ସଫଳତାର ରାସ୍ତା ଉନ୍ମୁକ୍ତ ରହିଛି। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ମିତ୍ରଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ କଟକଚଣ୍ଡୀ।

ତୁଳା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଭାବିଥିବା କାମ ବିନା ବାଧାରେ ସଂପନ୍ନ ହେବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ଜୀବନସାଥୀଙ୍କ ସହିତ ସମୟ ଭଲରେ କଟିବ। ପ୍ରତିଯୋଗିତାରେ ସଫଳତା ହାସଲ କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଦିନଟି ଆପଣଙ୍କ ଲାଗି ଭଲ ମୁହୂର୍ତ୍ତ ନେଇ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ସନ୍ତାନଙ୍କ କାମରେ ଖୁସି ହେବେ। ସାମାଜିକ କାର୍ଯ୍ୟରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ଧୂସର। ଆରାଧନା: ଶ୍ରୀକୃଷ୍ଣ।

ଧନୁ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ସରକାରୀ କ୍ଷେତ୍ରରେ ଆପଣଙ୍କର ଆଶା ପୂରା ହେବ। ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ଫଳାଫଳ ପାଇବେ। ଶତ୍ରୁ ବନ୍ଧୁତାର ହାତ ବଢ଼ାଇବେ। ବୈବାହିକ ଜୀବନ ଆନନ୍ଦମୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ମକର: ଦିନଟି ସମସ୍ୟା ବହୁଳ ରହିବ। ଆପଣଙ୍କ ଭିତରେ ଉଠୁଥିବା କ୍ରୋଧକୁ ଠିକ୍‌ ଦିଶା ଦିଅନ୍ତୁ। ବ୍ୟବସାୟ ସମ୍ବନ୍ଧିତ କୌଣସି ମହତ୍ତ୍ଵପୂର୍ଣ୍ଣ ବୈଠକ ବସିବ। ବିଦେଶରେ ଚାକିରିର ସୁଯୋଗ ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କୁମ୍ଭ: ଆପଣଙ୍କ ଦାୟିତ୍ଵକୁ ସୁରୁଖୁରରେ ତୁଲାଇବେ। ଅଚାନକ ଧନପ୍ରାପ୍ତି ହେବ। ରାଜନୀତିରେ ସଫଳତା ପାଇବେ। ମହିଳାମାନେ ପରିଧାନ ଓ ଗହଣା କିଣିବା ପାଇଁ ସହରକୁ ଯିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଦୁର୍ଗା।

ମୀନ: ଭାଗ୍ୟ ଆପଣଙ୍କୁ ବହୁତ କିଛି ଦେବ। ସମାଜରେ ଆପଣଙ୍କର ସ୍ଥିତି ଭଲ ରହିବ। ଲୋକେ ଆପଣଙ୍କର ଗୁଣଗାନ କରିବେ। ଆୟ ବଢ଼ିବା ହେତୁ ଆର୍ଥିକ ଚିନ୍ତାରୁ ଆରାମ ପାଇବେ। ପ୍ରିୟବନ୍ଧୁଙ୍କ ସହିତ ଭୋଜନ ପାଇଁ ବାହାରକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More