Only for Entertainment

ଜାଣନ୍ତୁ ଆଜିର ରାଶିଫଳ

151

ମେଷ: ଜୀବନରେ ପରିବର୍ତ୍ତନ ଆପଣଙ୍କ ସପକ୍ଷରେ ହେବ। ଉଚ୍ଚଅଧିକାରୀଙ୍କ ସହଯୋଗରେ ସ୍ଥଗିତ ଥିବା କାମ ପୂରା ହେବ। ବେପାର ମାମଲାରେ ମନରେ ନୂଆ ବିଚାର ଆସିବ। ମିତ୍ରଙ୍କ ଭ୍ରମଣରେ ଯିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

ବୃଷ: ଆପଣଙ୍କ କଳ୍ପନା ଶକ୍ତିରେ ଆପଣଙ୍କୁ ଲକ୍ଷ୍ୟ ମିଳିବ। ଆପଣଙ୍କ ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଚାକିରି ତଲାସରେ ଥିବା ମହିଳାଙ୍କୁ ବଢ଼ିଆ ଚାକିରି ମିଳିବ। ସ୍କୁଲରେ ଶିକ୍ଷକ ଆପଣଙ୍କ କାମରେ ଖୁସି ହେବେ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ଭଦ୍ରକାଳୀ।

ମିଥୁନ: ଯୋଜନାକୁ ଗୁପ୍ତ ରଖନ୍ତୁ, ସଫଳତା ନିଶ୍ଚୟ ମିଳିବ। ବଡ଼ କାମ ମିତ୍ରଙ୍କ ସହାୟତାରେ ପୂରା ହୋଇଯିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ବାବା ଲିଙ୍ଗରାଜ।

କର୍କଟ: ଭାବିଥିବା କାମର ଗତି ମଜଭୁତ ରହିବ। ବିରୋଧୀ ଆପଣଙ୍କ ଠାରୁ ଦୂରେଇ ରହିବେ। ବେପାରି ବର୍ଗଙ୍କୁ ଅଚାନକ ଧନଲାଭ ହେବ। ସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ହେବ। ଛାତ୍ରଛାତ୍ରୀଙ୍କର ପଢ଼ିବା ଲେଖିବାରେ ମନ ଲାଗିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଅଫିସରେ ନୂଆ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ଲାଭପ୍ରଦ ହେବ। ନ୍ୟାୟିକ ମାମଲାରେ ଆପଣଙ୍କୁ ଆରାମ ମିଳିବ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

କନ୍ୟା: ଆପଣଙ୍କର ବ୍ୟକ୍ତିତ୍ବକୁ ବିସ୍ତାରିତ କରିବାକୁ ଚେଷ୍ଟା କରିବେ। ଅଫିସ କାମକୁ ପୂରା କରିବାରେ ସଫଳ ହେବେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ବ୍ୟବସାୟରେ ଅନୁବନ୍ଧ ହୋଇପାରେ। ଆଇନ୍‌ ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ମାଆ ତାରିଣୀ।

ତୁଳା: ପରିଶ୍ରମୀ ଲୋକଙ୍କୁ ନିଜ ପରିଶ୍ରମର ମିଠାଫଳ ମିଳିବ। କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ। ବ୍ୟାଙ୍କ ଋଣର ଅସୁବିଧା ଦୂର ହେବ। ଭୂସ˚ପତ୍ତି କିଣିବା ଯୋଗ ରହିଛି। ଶୁଭରଙ୍ଗ: ଆକାଶିନୀଳ। ଆରାଧନା: ମାଆ ପାଟଣେଶ୍ବରୀ।

ବିଛା: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ। ଲକ୍ଷ୍ୟ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଅଫିସରେ କର୍ତ୍ତୃପକ୍ଷ ଭଲ ସହଯୋଗ ମିଳିବ। କଳା ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ଫାଇଦା ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁ: ବ୍ୟବସାୟ ମାମଲାରେ ଦିନଟି ଭଲ ହୋଇପାରେ। ଯାହାଙ୍କ ଠାରୁ ସାହାଯ୍ୟ ଆଶା କରିବେ ତାହା ପୂରା ହେବ। ଅଫିସରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଆପଣଙ୍କୁ ସନ୍ତାନ ସୁଖର ପ୍ରାପ୍ତି ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ମକର: ଆପଣଙ୍କୁ ଭାଗ୍ୟର ପୂରା ସାଥ ମିଳିବ। ନିର୍ଦ୍ଦିଷ୍ଟ ସମୟରେ କାମ ପୂରା ହେବ। କାରବାରରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀଙ୍କ ଠାରୁ ଢେ଼ର‌୍‌ସାରା ପ୍ରେମ ପାଇବେ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ଆପଣଙ୍କ ଖୁସି ଉପରେ କାହାରି ନଜର ଲାଗିବ। ଅଫିସରେ ଆପଣ କେବଳ ନିଜ କାମରେ ମନୋଯୋଗ ଦିଅନ୍ତୁ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଖୁବ୍‌ ଭଲ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଶାରଳା।

ମୀନ: ଆପଣଙ୍କ ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ଚାକିରିଆଙ୍କୁ ପାରିତୋଷିକ ମିଳିପାରେ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ଆଜିର ଦିନ ପ୍ରେମ ସମ୍ବନ୍ଧ ଲାଗି ଭଲ ରହିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More