Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

28

ମେଷ: ଆଜି ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ପୂଜାପାଠ କାର୍ଯ୍ୟକ୍ରମରେ ରୁଚି ବଢ଼ିବ। ଧର୍ମ ଚର୍ଚ୍ଚାରେ ଅ˚ଶ ଗ୍ରହଣ କରିବେ। ବୟୋଜ୍ୟେଷ୍ଠଙ୍କ ସହିତ ସ˚ପର୍କ ମଧୁର ହେବ। ଅଫିସରେ ଆପଣଙ୍କୁ ଅଧସ୍ତନ କର୍ମଚାରୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ମାଜେଣ୍ତା। ଆରାଧନା: ହର ପାର୍ବତୀ।

ମିଥୁନ: ଆପଣ ଟିକେ ବିଷାଦଗ୍ରସ୍ତ ରହିବେ। ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ; ଲାଭ ହେବ। ଚାକିରିରେ ଦରମା ବୃଦ୍ଧିର ସମ୍ଭାବନା ରହିଛି। ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଅମ୍ବିକା।

କର୍କଟ: ଆର୍ଥିକ ସମସ୍ୟାର ସମାଧାନ ହେବ। ବେପାରୀଙ୍କ ଲାଗି ସମୟ ଲାଭପ୍ରଦ। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ। ଯୁବତୀଗଣ ନିଜର ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଆପଣଙ୍କ ବୀରତ୍ବକୁ ବଳ ମିଳିବ। କାର୍ଯ୍ୟ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇପାରନ୍ତି। ଶତ୍ରୁଙ୍କୁ ପରାସ୍ତ କରିବେ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ। ଛାତ୍ରୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। ନୂଆ ଦାୟିତ୍ବ ଗ୍ରହଣ କରିବେ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ପ୍ରେମ ବ୍ୟବହାରରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀ ଗଣେଶ।

ତୁଳା: ପରିଶ୍ରମୀ ଲୋକଙ୍କୁ ନିଜ ପରିଶ୍ରମର ମିଠାଫଳ ମିଳିବ। ଆଜି ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। ରାଜନୀତିରେ ସଫଳତା ମିଳିବ। ଧନଲାଭର ସ˚କେତ ନଜରକୁ ଆସିବ। ଜୀବନସାଥୀଙ୍କ ସହିତ ମଧୁର ସମ୍ବନ୍ଧ ବଜାୟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ଆଜି ଆପଣ ରୁଟିନରେ ପରିବର୍ତ୍ତନ କରିପାରନ୍ତି। କୌଣସି ମିତ୍ରଙ୍କ ସହାୟତାରେ ଆରାମରେ ନିଃଶ୍ବାସ ନେବେ। ଲାଗି ରହିଥିବା ବିବାଦର ସମାଧାନ ହେବ। ଘରୋଇ ଜିନିଷପତ୍ର କିଣିବାରେ ଖର୍ଚ୍ଚ ଅଧିକ ହେବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। କଳ୍ପନା ଦୁନିଆରେ ରହିବେ। ବନ୍ଧୁଙ୍କ ମାଧୢମରେ ଆର୍ଥିକ ଲାଭ ହେବ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ କାମ ଅର୍ପଣ କରିବେ। ପ୍ରିୟ ବନ୍ଧୁଙ୍କୁ ମନର କଥା କହିବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଦୁର୍ଗା।

ମକର: ସ୍ବାସ୍ଥ୍ୟ ଭଲ ଓ ମନ ପ୍ରସନ୍ନ ରହିବ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। ଲେଖକଙ୍କ ଲାଗି ଦିନଟି ଖାସ୍‌ ରହିବ। ଆୟର ନୂଆ ମାଧୢମ ଦୃଷ୍ଟିଗୋଚର ହେବ। କୌଣସି ନିକଟ ସ˚ପର୍କୀୟଙ୍କ ଠାରୁ ଖୁସି ଖବର ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

କୁମ୍ଭ: ଆପଣଙ୍କ ଦୃଷ୍ଟିକୋଣ ପ୍ରଗତିଶୀଳ ରହିବ। ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ। ବ୍ୟବସାୟରେ ପ୍ରଗତି ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି। ସନ୍ଧ୍ୟାରେ କୌଣସି ବନ୍ଧୁଙ୍କ ସହିତ ଭେଟ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସୂର୍ଯ୍ୟଦେବ।

ମୀନ: ସକାରାତ୍ମକ ମ‌େନାଭାବପୂର୍ଣ୍ଣ ରହିବେ। ଆପଣଙ୍କ ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ସାମାଜିକ ସମାରୋହରେ ସହଯୋଗ କରିବାର ସୁଯୋଗ ମିଳିବ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ଖାଦ୍ୟ-ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More