Only for Entertainment

ଜାଣନ୍ତୁ ଆଜିର ରାଶିଫଳ |

25

ମେଷ: ଆପଣ ଏଭଳି କୌଣସି ବ୍ୟକ୍ତିଙ୍କ ସହିତ ମିଶିବେ ଯାହା ଦ୍ବାରା ଜୀବନରେ ପରିବର୍ତ୍ତନ ଆସିବ। ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ବେପାରରେ ଅଟକି ଥିବା ପଇସା ପାଇବେ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ବୃଷ: ଆପଣଙ୍କର କୌତୁକିଆ ସ୍ବଭାବ ସମସ୍ତଙ୍କୁ ଭଲ ଲାଗିବ। ପ୍ରିୟ ବନ୍ଧୁଙ୍କ ସହିତ ଭ୍ରମଣରେ ଯାଇପାରନ୍ତି। ନୂଆ ପରିଯୋଜନା ଆରମ୍ଭ କରନ୍ତୁ; ଲାଭ ହେବ। ପରିବାରର ସବୁ ସଦସ୍ୟଙ୍କୁ ଆନନ୍ଦ ପ୍ରାପ୍ତି ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ରାମଚଣ୍ତୀ।

ମିଥୁନ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଯାହା ବି ଫଇସଲା କରିବେ ଲାଭପ୍ରଦ ରହିବ। ସନ୍ଧ୍ୟା ସୁଦ୍ଧା କୌଣସି ସମାରୋହକୁ ଯାଇପାରନ୍ତି। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନଯୋଗ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କର୍କଟ: ଆଗକୁ ବଢ଼ିବାର ଦିନଟିଏ। ପରିବାରର ବଡ଼ଙ୍କ ଠାରୁ ସହଯୋଗ ମିଳିବ। ଯାହା ବି କାମ କରିବେ ସଫଳତା ପାଇବେ। ଭାଗୀଦାରି କାରବାରରୁ ଭଲ ଫଳାଫଳ ମିଳିବ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଶୁଭ ଖବର ମିଳିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ତାରିଣୀ।

ସି˚ହ: ପୂଜାପାଠରେ ଅଧିକ ସମୟ ବିତିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବେପାରୀଙ୍କୁ ଅଚାନକ ଧନଲାଭ ହେବ। ପରିବାର ଲୋକଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ଛାତ୍ରଙ୍କୁ ଶୁଭ ଖବର ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ତିକ୍ତ ଅନୁଭବରୁ ମିଠାଫଳ ପାଇବେ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ସରକାରୀ କାମରେ ଲାଗି ରହିଥିବା ବାଧା ଦୂର ହେବ। ଛାତ୍ରଙ୍କୁ କ୍ୟାରିୟରରେ ଆଗକୁ ବଢ଼ିବା ଲାଗି କଛି ସୁଯୋଗ ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀ ଗଣେଶ।

ତୁଳା: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ପରିବାରରେ କିଛି ନୂଆ ଦାୟିତ୍ବ ମିଳିପାରେ। ଗଣମାଧୢମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ବଢ଼ିଆ ରହିବ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଦିନଟି ଆପଣଙ୍କ ପାଇଁ ବିଶେଷ ଫଳଦାୟୀ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ କଥାବାର୍ତ୍ତା ବେଳେ ତାଙ୍କ କଥାକୁ ମନ ଧୢାନ ଦେଇ ଶୁଣନ୍ତୁ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ଧନୁ: ସଫଳତାର ନୂଆ ପାହାଚରେ ପାଦ ରଖିବେ। କୌଣସି ବଡ଼ ଡିଲ୍‌ ହୋଇପାରେ। ପରିବାର ଲୋକଙ୍କ ସହଯୋଗରେ ଆଗକୁ ବଢ଼ିବେ। ଛାତ୍ରଙ୍କୁ ପରୀକ୍ଷାରେ ପରିଶ୍ରମ ଅନୁସାରେ ଯଥେଷ୍ଟ ଭଲ ଫଳ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବିରଜା।

ମକର: ସ୍ବଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ। ଧାର୍ମିକ କାର୍ଯ୍ୟକ୍ରମରେ ଖର୍ଚ୍ଚ କରିପାରନ୍ତି। କୌଣସି କ˚ପାନିରେ ଚାକିରିର ଇମେଲ୍‌ ଆସିପାରେ। ବ୍ୟବସାୟ‌େର ଶୀଘ୍ର ଫଇସଲାରୁ ଲାଭ ମିଳିବ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ପରିଶ୍ରମ କରିବା ଲାଗି ପ୍ରସ୍ତୁତ ରହନ୍ତୁ। ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ବ୍ୟବସାୟରେ ଆଜି ସଉଦା କରିବାରେ ସଫଳ ହେବେ। ଅଫିସରେ କୌଣସି ନୂଆ ପରିଯୋଜନା ମିଳିପାରେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ମୀନ: ବ୍ୟବସାୟରେ ନୂଆ ଦିଶା ମିଳିବ। ଅଚାନକ ଧନପ୍ରାପ୍ତି ହେବ। ଲାଗି ରହିଥିବା କୌଣସି ସମସ୍ୟାର ସମାଧାନ ହେବ। ଲୋକଙ୍କ ବିଶ୍ବାସ ଆପଣଙ୍କ ଉପରେ ରହିବ। ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ମାଜେଣ୍ତା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More