Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

36

ମେଷ: ଆଜି ଆପଣ ସକାରାତ୍ମକ ତରଙ୍ଗରେ ପୂର୍ଣ୍ଣ ରହିବେ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁଅବସର ମିଳିବ। ପୁରୁଣା ବ୍ୟବସାୟରୁ ଆପଣଙ୍କୁ ଅଚାନକ ଧନଲାଭ ହେବ। ପ୍ରେମ ସ˚ପର୍କ ନିବିଡ଼ ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

ବୃଷ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। ବ୍ୟବସାୟରେ ବଡ଼ ସଉଦା କରିବେ। ସିନିୟରଙ୍କ ସହଯୋଗରେ ପଦୋନ୍ନତିର ସୁଯୋଗ ମିଳିବ। ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ। ଶୁଭରଙ୍ଗ: ଗୋଲାପି। ଆରାଧନା: ମହାଲକ୍ଷ୍ମୀ।

ମିଥୁନ: ଧର୍ମ ପ୍ରତି ଆସ୍ଥା ବଢ଼ିବ। ପୂଜାପାଠ କାର୍ଯ୍ୟକ୍ରମରେ ରୁଚି ବଢ଼ିବ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ଆପଣ କୌଣସି ପାରିବାରିକ ସମାରୋହରେ ସାମିଲ ହୋଇପାରନ୍ତି। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଗାୟତ୍ରୀ।

କର୍କଟ: ଆତ୍ମଚିନ୍ତନରେ ସମୟ ବିତିବ। ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ; ଲାଭ ହେବ। ଲୁହା ବେପାରୀଙ୍କ କାମ ଭଲ ରହିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷ ସମାଜ ସେବାରେ ସମୟ ଦେବେ। ଶୁଭରଙ୍ଗ: ନୀଳ। ଆରାଧନା: ଶ୍ରୀକୃଷ୍ଣ।

ସି˚ହ: ଆପଣଙ୍କର କାମ ସମସ୍ତଙ୍କୁ ଖୁସି କରାଇବ। କାରବାରରେ ନୂଆ ସଉଦା ହେବ। କ˚ପାନିରେ ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କୁ ପଦୋନ୍ନତି ମିଳିପାରେ। ଜୀବନସାଥୀଙ୍କ ସହିତ ରାତ୍ରିଭୋଜନ ପାଇଁ ହୋଟେଲକୁ ଯାଇପାରନ୍ତି। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

କନ୍ୟା: ଆପଣଙ୍କ ବୀରତ୍ବକୁ ବଳ ମିଳିବ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବା‌େର ସକ୍ଷମ ହେବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ସରକାରୀ କାମରେ ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଦିନଟି ଆପଣଙ୍କ ପାଇଁ ଖାସ୍‌ ରହିବ। କାହାରି ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ। ବ୍ୟବସାୟରେ ଫାଇଦା ହେବ। ପ୍ରେମ ବ୍ୟବହାରରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ପୁରୁଣା କଥା ଭୁଲି ନୂଆ କାମ ଆରମ୍ଭ କରନ୍ତୁ, ଫାଇଦା ହେବ। ପରିଶ୍ରମୀ ଲୋକଙ୍କୁ ନିଜ ପରିଶ୍ରମର ମିଠାଫଳ ମିଳିବ। ଶତ୍ରୁ ବନ୍ଧୁତାର ହାତ ବଢ଼ାଇବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ କୀଚକେଶ୍ବରୀ।

ଧନୁ: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ଚାକିରି ଓ ବ୍ୟବସାୟରେ ଆର୍ଥିକ ଲାଭ ହେବ। କୌଣସି ସମାରୋହରେ ଯାଆନ୍ତୁ, ଆପଣଙ୍କ ମାନସମ୍ମାନ ବଢ଼ିବ। ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ମକର: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ବନ୍ଧୁଙ୍କ ମାଧୢମରେ ଆର୍ଥିକ ଲାଭ ହେବ। ଘରକୁ କୌଣସି ସ˚ପର୍କୀୟ ଆସିପାରନ୍ତି। ପରିବାରରେ ହସଖୁସିର ବାତାବରଣ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ନୂଆ ସମ୍ଭାବନା ଅନ୍ବେଷଣ କରିବେ। ଆପଣଙ୍କୁ କୌଣସି ଭଲ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

ମୀନ: ଆପଣଙ୍କ ଦୃଷ୍ଟିକୋଣ ପ୍ରଗତିଶୀଳ ରହିବ। ଯେତେ ମିଠା କଥା କହିବେ ସେତେ ଲାଭ ମିଳିବ। କୌଣସି କ˚ପାନିରେ ଚାକିରିର ଡାକରା ଆସିବ। ଛାତ୍ରଙ୍କର ପଢ଼ିବା ଲେଖିବାରେ ଆଗ୍ରହ ବଢ଼ିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ସରସ୍ବତୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More