Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

35

ମେଷ: ଆପଣଙ୍କର ଧୢାନ ଆଧୢାତ୍ମିକ ଦିଗକୁ ଅଧିକ ରହିବ। ରାଜନୀତିରେ ଲାଭ ପାଇବେ। ରାଷ୍ଟିୟ ସ୍ତରର ନେତାଙ୍କ ସହିତ ସ˚ପର୍କ ହେବ। ଚାକିରିରେ ଯଥେଷ୍ଟ ସଫଳତା ମିଳିବାର ସ˚କେତ ମିଳେ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ମାଆ ରାମଚଣ୍ତୀ।

ବୃଷ: ଆପଣଙ୍କ ଆଖପାଖରେ ସୁଖ ଓ ଆନନ୍ଦଦାୟକ ମାହୋଲ ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ତ୍ୟାଗ କରନ୍ତୁ। ଆୟ ଅନୁପାତରେ ଖର୍ଚ୍ଚ ଅଧିକ ହେବ। ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ଦୁର୍ଗା।

ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। ବିରୋଧୀଙ୍କ ସହିତ ଦୃଢ଼ ମୁକାବିଲା କରିବେ। ଆମଦାନିର ନୂଆ ରାସ୍ତା ଉନ୍ମୁକ୍ତ ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ବ୍ୟବସାୟରେ ନୂଆ ସମ୍ଭାବନା ଅନ୍ବେଷଣ କରିବେ। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ। ବନ୍ଧୁମାନଙ୍କ ସହିତ ବସି ହାଲୁକା ଅନୁଭବ କରିବେ। କ୍ରିକେଟ ଖେଳାଳିଙ୍କର ସମର୍ଥକଙ୍କ ସ˚ଖ୍ୟା ବୃଦ୍ଧି ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ତାରିଣୀ।

ସି˚ହ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। ଅଫିସରେ ସିନିଅରଙ୍କ ସହଯୋଗର ସ୍ଥଗିତ ଥିବା ପୂରା ହେବ। ବ୍ୟବସାୟରେ ଅଚାନକ ଧନଲାଭ ହେବ। ନୂଆ ସାମଗ୍ରୀ କିଣିବା ଲାଗି ସମୟ ଶୁଭ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ରାଜନୀତିରେ ଅଧିକ ସମୟ ଚିନ୍ତିତ ରହିବେ। କାହାରିକୁ ସହଜରେ ବିଶ୍ବାସ କରନ୍ତୁ ନାହିଁ। କୌଣସି ଗୁରୁତ୍ବପୂର୍ଣ୍ଣ କାଗଜପତ୍ରକୁ ନେଇ କାମ ଅଧାରେ ଅଟକିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ନାରାୟଣୀ।

ତୁଳା: ଇଷ୍ଟଦେବଙ୍କ କୃପାରୁ ସଫଳତା ଆପଣଙ୍କ ସାମନାରେ ଦଣ୍ତାୟମାନ। ଆମଦାନି ପାଇଁ ନୂଆ ସୁଯୋଗ ଜୁଟିବ। ରାଜନୀତିରେ ଆର୍ଥିକ ଲାଭ ହେବ। ଚାକିରିଆଙ୍କ ଲାଗି ସୁବର୍ଣ୍ଣ ସୁଯୋଗ ଆସିବ। ଶୁଭରଙ୍ଗ: ଆକାଶିନୀଳ। ଆରାଧନା: ମାଆ ଦୁର୍ଗା।

 

 

 

ବିଛା: ଚେଷ୍ଟା କରନ୍ତୁ, କଠିନ ମନେ ହେଉଥିବା କାର୍ଯ୍ୟ ସହଜରେ ହୋଇଯିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧରେ ପ୍ରେମ ବଜାୟ ରହିବ। ପ୍ରିୟ ବନ୍ଧୁଙ୍କ ଠାରୁ ସୁସମ୍ବାଦ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କିଚକେଶ୍ବରୀ।

ଧନୁ: ନୂଆ ପ୍ରସ୍ତାବର ରୂପରେଖ ଦିଅନ୍ତୁ, ଭବିଷ୍ୟତରେ ଶୁଭଫଳ ପାଇବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପ୍ରେମ ଓ ରୋମାନ୍‌ସ ପାଇଁ ଦିନଟି ବଢ଼ିଆ ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

ମକର: ସ୍ବପ୍ନର ଦୁନିଆରେ ବିଚରଣ କରିବେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ଯେଉଁ କାମ ହାତକୁ ନେବେ ସ˚ପୂର୍ଣ୍ଣ କରି ବିଶ୍ରାମ ନିଅନ୍ତୁ। ବୈଦଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ଆପଣଙ୍କର ମିଷ୍ଟ ବ୍ୟବହାରରେ ନୂଆ ଲକ୍ଷ ହାସଲ କରିନେବେ। ଶାସନରେ ଥିବା ଲୋକଙ୍କ ସହିତ ସହିତ ସ˚ପର୍କ ବଢ଼ିବ। ଘରକୁ ବନ୍ଧୁ ଆସିବା ଯିବା ଲାଗି ରହିବ। ପରିବାରରେ ଖୁସର ବାତାବରଣ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମୀନ: କର୍ମକ୍ଷେତ୍ରରେ ସଫଳତା ପାଇବେ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାରରେ ସମ୍ମାନ ବଢ଼ିବ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More