Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

33

ମେଷ: ଜରୁରୀ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ଅନୁଗତଙ୍କ ଉପରେ ନଜର ରଖନ୍ତୁ। ତୁରନ୍ତ ନିର୍ଣ୍ଣୟ ନେବାର ଶକ୍ତି କିଛି ମାତ୍ରାରେ ଅଭାବ ରହିବ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବଗଳାମୁଖୀ।

ବୃଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ଅଫିସ୍‌ରେ ଆପଣଙ୍କ କାମର ପ୍ରଶ˚ସା ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମିଥୁନ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ପ୍ରତିଦ୍ବନ୍ଦୀଙ୍କୁ ପଛରେ ପକାଇବାରେ ସଫଳ ହେବେ। ନୂଆ ସ˚ପର୍କରୁ ଆପଣଙ୍କୁ ଫାଇଦା ହେବ। ଦାଂପତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଯାଈ।

କର୍କଟ: ପରିବାର ସହିତ କୌଣସି ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ସରକାରୀ କାମରେ ଲାଗି ରହିଥିବା ବାଧା ଦୂର ହେବ। କ୍ୟାରିୟରର ପ୍ଲାନିଙ୍ଗ କରିବା ପାଇଁ ଦିନଟି ଶୁଭ। ମିତ୍ରଙ୍କ ସାହାଯ୍ୟ ପାଇବେ। ଶୁଭରଙ୍ଗ: ସବୁଜ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ବନ୍ଧୁଙ୍କ ସହିତ ବସି କୌଣସି ବିଷୟରେ ଆଲୋଚନା କରିବେ। ବ୍ୟବସାୟରେ ଫାଇଦା ହୋଇପାରେ। ଅଫିସରେ ବଡ଼ ଅଧିକାରୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀମାତା।

କନ୍ୟା: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। ବିଭିନ୍ନ ପ୍ରକାର ସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ସରକାରୀ କ୍ଷେତ୍ରରେ ଲାଗି ଅସୁବିଧା ସମାପ୍ତ ହେବ। ବୈବାହିକ ଜୀବନ ଭଲ ରହିବ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

ତୁଳା: ଦିନଟି ଆପଣଙ୍କ ଲାଗି ଉନ୍ନତିକାରକ ହେବ। ବ୍ୟବସାୟୀଙ୍କୁ ବଡ଼ ଅଡ଼ର୍ର ମିଳିପାରେ। ଆପଣଙ୍କ ବ୍ୟବହାର ବହୁତ ମଧୁର ରହିବ। ଅଚାନକ ଖୁସି ଖବର ମିଳିବ। ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଦୁର୍ଗା।

ବିଛା: ଆପଣଙ୍କ ସ୍ନେହର ଆଭା ଅନ୍ୟକୁ ପ୍ରଭାବିତ କରିବ। କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢ଼ିବା ଲାଗି ନୂଆ ଅବସର ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କିଚକେଶ୍ବରୀ।

ଧନୁ: ଆଜି ଆପଣ ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆରେ କର ନାହିଁ, କ୍ଷତି ହୋଇପାରେ। ଅପବ୍ୟୟ ଉପରେ ଅଙ୍କୁଶ ଲଗାନ୍ତୁ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ହିଙ୍ଗୁଳା।

ମକର: ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ବଢ଼ିଆ ରହିବ। ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ବାବା ଆଖଣ୍ତଳମଣି।

କୁମ୍ଭ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। କୌଣସି ବ୍ୟକ୍ତିଙ୍କ ଠାରୁ କିଛି ନୂଆ କରିବା ପାଇଁ ପ୍ରେରଣା ମିଳିବ। ବ୍ୟବସାୟିକ ଯାତ୍ରା ଲାଭପ୍ରଦ ହେବ। ଛାତ୍ରୀଙ୍କୁ ପଢ଼ାଲେଖାରେ ସାଥୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆପଣଙ୍କ ମନରେ ସକାରାତ୍ମକ ଊର୍ଜା ସ˚ଚାର ହେବ। ରଚାନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More