Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

39

ମେଷ: ଦିନଟି ଆପଣଙ୍କ ଲାଗି ଉନ୍ନତିକାରକ ହେବ। ଅଫିସରେ ନୂଆ ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ବେପାରିଙ୍କୁ ବଡ଼ ଲାଭ ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯିବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଭୈରବୀ।

ବୃଷ: ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହେବ। କୌଣସି କ˚ପାନିରେ ଚାକିରିର ଇମେଲ୍‌ ଆସିପାରେ। ରାଜନୀତିରେ ଆର୍ଥିକ ଲାଭ ହେବ। ଜୀବନସାଥୀଙ୍କ ଠାରୁ ଭଲ ଉପହାର ପାଇବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ବାବା ହରି ଶଙ୍କର।

ମିଥୁନ: ଦୁନିଆକୁ ଜିଣି ନେବାର ଉତ୍ସାହ ଆପଣଙ୍କ ଭିତରେ ରହିବ। ମିଠା କଥା କହି ସ୍ଥଗିତ ଥିବା କାମ ସହଜରେ କରିନେବେ। ଅଫିସରେ ଦିନଟି ଭଲରେ କଟିବ। ପିଲାମାନଙ୍କ ସହିତ ସହରକୁ ଜିନିଷପତ୍ର କଣିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଭାବିଥିବା କାମ ଅତି ଶୀଘ୍ର ପୂରା କରିନେବେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ସନ୍ଧ୍ୟାରେ ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟିବ। ଶୁଭରଙ୍ଗ: ଧୂସର। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଖୁସ୍‌ ମିଜାଜରେ ରହିବେ। କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ। ଭାବିଥିବା କାମ ପୂରା କରିବାରେ ମିତ୍ରଙ୍କ ସହଯୋଗ ପାଇବେ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

କନ୍ୟା: ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ବ୍ୟବସାୟରେ ଲାଭ ମିଳିବ। ଅଫିସ କାମରେ ଯାତ୍ରା ସୁଖଦ ରହିବ। ସାଥୀଙ୍କ ପ୍ରତି ସ୍ନେହ ଓ ପ୍ରେମଭାବ ରହିବ। ଘରକୁ ଅତିଥି ଆସିବା ଯିବା ଲାଗି ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଯାହା ବି ଫଇସଲା କରନ୍ତୁ, ଆପଣଙ୍କ ଲାଗି ଲାଭପ୍ରଦ ରହିବ। ରାଜନୀତିରେ ମହତ୍ବାକା˚କ୍ଷା ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

 

ବିଛା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଯାହା ବି କାମ କରିବେ, ସଫଳତା ହାସଲ କରିବେ। କିଛି ଲୋକ ଆପଣଙ୍କୁ ସାହାଯ୍ୟ ମାଗିପାରନ୍ତି। ଅଫିସ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ହିଙ୍ଗୁଳା।

ଧନୁ: ପୂଜାପାଠରେ ସମୟ ବିତିବ। ଦୀର୍ଘ ଦିନରୁ ଯେଉଁ ସୁଯୋଗ ଅପେକ୍ଷାରେ ଥିଲେ, ଆଜି ତାହା ଆପଣଙ୍କୁ ମିଳିବ। ବେପାରିଙ୍କୁ ଅଚାନକ ଧନଲାଭ ହେବ। ପ୍ରେମ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ମ୍ୟାଜଣ୍ତା। ଆରାଧନା: ହର ପାର୍ବତୀ।

ମକର: ଈଷ୍ଟଦେବଙ୍କ ଆରାଧନା କରନ୍ତୁ ସମ୍ଭାବ୍ୟ ସ˚କଟ ଦୂର ହେବ। ଅଫିସରେ ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ଆପଣଙ୍କର କୌଣସି ଇଚ୍ଛା ପୂରା ହେବ। ବେପାର ବୃଦ୍ଧିର ସମ୍ଭାବନା ରହିଛି। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଆପଣଙ୍କ ବିଚାର ସକାରାତ୍ମକ ରହିବ। ନିଜର ଲକ୍ଷ ହାସଲ ଲାଗି ଠୋସ୍‌ ଯୋଜନା କରିବେ। ବ୍ୟବସାୟରେ ଉନ୍ନତି ଓ ଧନଲାଭ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କଟକଚଣ୍ତୀ।

ମୀନ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ବ୍ୟବସାୟରେ ବଡ଼ ବଡ଼ ଲୋକଙ୍କ ସହିତ ଲାଭକାରୀ ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ତାରିଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More