Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

41

ମେଷ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହବେ। ଉନ୍ନତି ସମ୍ବନ୍ଧୀୟ ଉପଯୋଗୀ କଥା ସାମନାକୁ ଆସିବ। ଅଫିସରେ ଅଧସ୍ତନ କର୍ମଚାରୀଙ୍କ ସାହାଯ୍ୟ ମିଳିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ହେବ। ଛାତ୍ରୀମାନେ ପରୀକ୍ଷାରେ ଖୁବ୍‌ ଭଲ କିବେ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ମାଆ ସୁରେଶ୍ବରୀ।

ବୃଷ: ଭାବିଥିବା ସବୁ କାମ ସମୟରେ ପୂରା ହେବ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ। ଆର୍ଥିକ ପକ୍ଷ ମଜଭୁତ ହେବ। ଛାତ୍ରମାନେ କୌଣସି ନୂଆ କୋର୍ସରେ ଯୋଗ ଦେଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

ମିଥୁନ: ଆପଣଙ୍କ ଊର୍ଜାର ସ୍ତର ଭଲ ରହିବ। ରାଜନୈତିକ ସ˚ପର୍କରୁ ସ୍ଥଗିତ ଥିବା କାମ ଆଗକୁ ବଢ଼ିବ। ଘରର ବାତାବରଣ ଠିକ୍‌ ରହିବ। ଆପଣଙ୍କ ଜୀବନସାଥୀ ଆପଣଙ୍କର ସ୍ବାସ୍ଥ୍ୟରେ ପୂରା ଧୢାନ ରଖିବେ। ଛାତ୍ରମାନେ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ମଙ୍ଗଳା।

କର୍କଟ: ବିଭିନ୍ନ ପ୍ରକାର ମାମଲାରେ ବ୍ୟସ୍ତ ରହିବେ। ସମାଜରେ କାହାରି ସହିତ ମତଭେଦ ହୋଇପାରେ। ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କର କ୍ଳେଶ କମ୍‌ ହେବ। ଦୂରସ୍ଥାନକୁ ଯାତ୍ରାରେ ଯିବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ସି˚ହ: ଘରେ ଧାର୍ମିକ ସମାରୋହର ଆୟୋଜନ କରିପାରନ୍ତି। ନୂଆ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ବ୍ୟବସାୟ ପାଇଁ ସହାୟକ ହେବ। ଖେଳାଳିମାନେ ବଢ଼ିଆ ପ୍ରଦର୍ଶନ କରିବେ। ବିଦ୍ୟାର୍ଥୀଙ୍କୁ ପରୀକ୍ଷାରେ ଭଲ ପରିଣାମ ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ବିରଜା।

କନ୍ୟା: ଧାର୍ମିକ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ। ଆପଣଙ୍କୁ ସମସ୍ତଙ୍କ ସହଯୋଗ ମିଳିବ। ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଅଫିସରେ କିଛି ନୂଆ କରିପାରନ୍ତି। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଅଧିକ ଲାଗି ରହିବ। ଶୁଭରଙ୍ଗ: ମ୍ୟାଜଣ୍ତା। ଆରାଧନା: ସନ୍ତୋଷୀମାତା।

ତୁଳା: ଆଜି କୌଣସି ଖାସ୍‌ ବ୍ୟକ୍ତିଙ୍କ ସାକ୍ଷାତ୍‌ ଆଲୋଚନା ହୋଇପାରେ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ବ୍ୟବସାୟରେ ସଉଦା ପାଇଁ ବାହାରକୁ ଯିବାକୁ ପଡ଼ିପାରେ। ଛାତ୍ରମାନେ କୌଣସି କାମରେ ପିତାଙ୍କ ସାହାଯ୍ୟ ନେବେ। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

 

ବିଛା: କାମ ପ୍ରତି ନିଜର ଭାବନା ସକାରାତ୍ମକ ରଖନ୍ତୁ। ଲୋକଙ୍କ ଠାରୁ ଅଧିକ ସହଯୋଗର ଆଶା କରନ୍ତୁ ନାହିଁ। ବ୍ୟବସାୟରେ ତ୍ବରିତ ଫଇସଲା ଲାଭପ୍ରଦ ହେବ। ବାହାର କାମରେ ଗଲାବେଳେ ବାହନ ସାବଧାନତା ସହ ଚାଳାନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।

ଧନୁ: ଆପଣଙ୍କ ପ୍ରସିଦ୍ଧି ଓ ସମ୍ମାନର ପୂରା ମଜା ନିଅନ୍ତୁ। ବ୍ୟବସାୟରେ କୌଣସି ଫାଇଦା ପାଇଁ ନୂଆ ଚକ୍ତିନାମା ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କର ଭାଗ୍ୟ ଉଜ୍ଜ୍ବଳ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: କ୍ରୀମ। ଆରାଧନା: ମାଆ ଗାୟତ୍ରୀ।

ମକର: ସାରା ଦିନ କାମ କରିବା ହେତୁ ଆପଣ ଟିକେ ଅସନ୍ତୁଷ୍ଟ ରହିବେ। ଲାଗି ରହଥିବା କୌଣସି ମକଦ୍ଦମା ଆପଣଙ୍କ ପକ୍ଷରେ ହେବ। କ୍ରିକେଟ ଖେଳାଳିଙ୍କର ପ୍ରଦର୍ଶନ ଭଲ ରହିବ। ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ମାଆ ନାରାୟଣୀ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ଆପଣ ଯାହାକୁ କିଛି କହିବେ ସେ ମନା କରିପାରିବେ ନାହିଁ। ଚାକିରିଆଙ୍କୁ ନୂଆ ପରିଯୋଜନା ମିଳିବ। ଆପଣ ପିଲାମାନଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ଲକ୍ଷ୍ମୀ।

ମୀନ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ପିତାଙ୍କ ଆଶୀର୍ବାଦ ଆପଣଙ୍କ ସାଥିରେ ରହିବ। ଯେଉଁ କାମ ହାତକୁ ନେବେ ନିଶ୍ଚିତ ଲାଭ ପାଇବେ। ଲିଖନ କାର୍ଯ୍ୟରେ ରୁଚି ରହିବ। ନୂଆ ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ: ଧୂସର। ଆରାଧନା: ହର ପାର୍ବତୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More