Only for Entertainment

ଜାଣନ୍ତୁ ଆଜିର ରାଶିଫଳ

31

ମେଷ: କ୍ୟାରିୟରର ସୁଧାର ପାଇଁ ଭଲ ଦିନଟିଏ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ଆସିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧୢମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ମିଥୁନ: ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଶାରଳା।

କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଦୁର୍ଗା।

ସି˚ହ: ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କଲେ କ୍ଷତି ହୋଇପାରେ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସନ୍ତୋଷୀ ମାତା।

ତୁଳା: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

ବିଛା: ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ଧନୁ: ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ମକର: ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

କୁମ୍ଭ: ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

ମୀନ: ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ଉଦ୍ୟୋଗ ସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭୈରବୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More