Only for Entertainment

ଶୀତ ଦିନେ ଶରୀରରେ ଲଗାନ୍ତୁ ସୋରିଷ ତେଲ, ମିଳିବ ଏହି ସବୁ ଫାଇଦା !

27

ଶୀତଦିନେ ସୋରିଷ ତେଲ ମାଲିସ ହେଲେ ଶରୀର ସୁସ୍ଥ ରହିଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି। ଏଥିରେ ରହିଛି ଆଇରନ୍‌, କ୍ୟାଲସିୟମ, ଫ୍ୟାଟି ଏସିଡ୍‌ ଓ ବିଟାକେରୋଟିନ୍‌। ତେଣୁ ପ୍ରତିଦିନ ସକାଳେ ଏହି ତେଲ ମାଲିସ କରିବା ଭଲ।

-ସମାନ ପରିମାଣର ସୋରିଷ ତେଲ ଓ ନଡ଼ିଆ ତେଲ ଏକାଠି ମିଶାଇ ଲଗାଇଲେ ଚର୍ମ ଚିକ୍କଣ ଓ ଉଜ୍ୱଳ ହୋଇଥାଏ।

-ସୋରିଷ ତେଲରେ ଥିବା ଆଇରନ୍‌, କ୍ୟାଲସିୟମ ଓ ବିଟାକେରୋଟିନ୍‌ କେଶକୁ ଲମ୍ବା, କଳା ଓ ଚିକ୍କଣ କରିବାରେ ସାହାଯ୍ୟ କରିଥାଏ।

-ସୋରିଷ ତେଲରେ ଥିବା ନିୟାସିନ, ଫୋଲେଟ, ଥିୟାମାଇନ୍‌ ଆଦି ଭିଟାମିନ୍‌ ରହିଛି। ଏହାକୁ ନିୟମିତ ଅଳ୍ପ ପରିମାଣରେ ଖାଇଲେ ଶରୀର ସୁସ୍ଥ ରହିବା ସହ ହଜମ ଶକ୍ତି ବୃଦ୍ଧି ପାଇଥାଏ।

-ଶୀତଦିନେ ଦେଖାଯାଉଥିବା ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇବା ପାଇଁ ସୋରିଷ ତେଲରେ କର୍ପୁର ମିଶାଇ ଅଳ୍ପ ଉଷୁମ କରି ମାଲିସ କଲେ ଉପକାର ମିଳିଥାଏ।

-ସୋରିଷ ତେଲରେ ଅଳ୍ପ ହେଙ୍ଗୁ, ଜୁଆଣି ଓ ୨/୩ କୋଲା ରସୁଣ ମିଶାଇ ଉଷୁମ କରିବା ପରେ ଏହି ତେଲକୁ ଅଣ୍ଟାରେ ମାଲିସ କଲେ ଅଣ୍ଟା ଦରଜରୁ ଆରାମ ମିଳିଥାଏ।

-ରାତିରେ ଶୋଇବା ପୂର୍ବରୁ ସମ୍ପୂର୍ଣ୍ଣ ଭାବେ ସୋରିଷ ତେଲ ମାଲିସ ହୋଇ ଶୋଇଲେ ମଶା କାମୁଡି ନ ଥାଆନ୍ତି।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More