Only for Entertainment

ଶ୍ରୀ ମନ୍ଦିରରେ ପାଦ ଦେବା ବେଳେ ଆସନ୍ତୁ ଜାଣିବା ୨୨ପାହାଚ ସମ୍ପର୍କରେ ଏବଂ ଏହି ୨୨ଟି ପାହାଚର ନାଁ !

69

ଜଗନ୍ନାଥ ମନ୍ଦିର ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା ।  ଓଡିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର , ଦେବୀ ସୁଭଦ୍ରା ଓ ଶ୍ରୀ ସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାର ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ । ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।

କିମ୍ବଦନ୍ତୀ ମତେ ଭାନୁଦେବ ନାମରେ ଜଣେ ନିଃସନ୍ତାନ ରାଜା ଜମ୍ବେଶ୍ୱରଙ୍କୁ ଆରାଧନା କରି ସୁନ୍ଦର ପୁତ୍ର ସନ୍ତାନଟିଏ ଲାଭକଲେ । ଜାତକ ତିଆରି କଲାବେଳେ ରାଜା ଜାଣିଲେ ତାଙ୍କ ପୁତ୍ରର ଆୟୁଷ କେବଳ ୨୨ବର୍ଷ । ପୁତ୍ରର ଅଳ୍ପାୟୁ ବାବଦରେ ଅବଗତ ହୋଇ ରାଜା ଭାନୁଦେବ ପୁନଶ୍ଚ ଜମ୍ବେଶ୍ୱରଙ୍କୁ ଆରାଧନା କଲେ। ଜମ୍ବେଶ୍ୱର ରାଜାଙ୍କ ଭକ୍ତିରେ ସନ୍ତୁଷ୍ଟ ହୋଇ ଶ୍ରୀମନ୍ଦିର ଭିତରେ ବାଇଶି ପାହାଚ ନିର୍ମାଣ କରିବାକୁ ଆଜ୍ଞା ଦେଲେ । ରାଜା ବାଇଶି ପାହାଚ ନିର୍ମାଣ କରି ତାଙ୍କ ସନ୍ତାନର ଆୟୁ ବୃଦ୍ଧି ପାଇଁ ସେହି ବାଇଶି ପାହାଚରେ ଗଡ଼ାଇ ଦେଇଥିଲେ । ଶ୍ରଦ୍ଧାଳୁମାନେ ସେଥିପାଇଁ ନିଜ ନିଜ ପିଲାମାନଙ୍କର ଆୟୁଷ ବୃଦ୍ଧି ନିମନ୍ତେ ବାଇଶି ପାହାଚରେ ଗଡ଼ାଇ ଦେଇଥାନ୍ତି ।

ଏହି ୨୨ପାହାଚ ବିଷୟରେ କାହାଣୀ ସିନା ଆମେ ଜାଣିଛେ ମାତ୍ର ଏହି ୨୨ପାହାଚର ଚାଲନ୍ତୁ ଆଜି ନାଁ ଜାଣିବା ।

ଜାଣନ୍ତୁ ୨୨ପାହାଚର ନାଁ :

  • ତିଦ୍ରା
  • କୁମୁଦାବତୀ
  • ମନ୍ଦା
  • ଛନ୍ଦବତୀ
  • ଦୟାବତୀ
  • ରଜନୀ
  • ରତିକା
  • ରୁଦ୍ରା
  • କ୍ରୋଧା
  • ବଦ୍ରିକା
  • ପ୍ରସାରଣୀ
  • ବତ୍ରି
  • ମାର୍ଜନୀ
  • ଖ୍ୟାତି
  • ରକ୍ତା
  • ସନ୍ଦୀପନୀ
  • ଆଜପନୀ
  • ସଦନ୍ତି
  • ରୋହିଣୀ
  • ରମ୍ୟା
  • ଉଗ୍ରା
  • ଖୋବନୀ
Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More