Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
27

ମେଷ: ସଫଳତା ପାଇବା ଦିଗରେ ଅଗ୍ରସର ହେବେ। ନୂଆ ଦାୟିତ୍ବ ଗ୍ରହଣ କରିବେ। ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ। ବିବାହଯୋଗ୍ୟ ବ୍ୟକ୍ତିିଙ୍କ ପାଇଁ ସୁନ୍ଦର ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ଇଷ୍ଟଦେବଙ୍କ କୃପାରୁ ସଫଳତା ଆପଣଙ୍କ ସମ୍ମୁଖରେ ଦଣ୍ତାୟମାନ। ଆୟ ପାଇଁ ନୂଆ ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ବିଦେଶ ଯିବାର ଯୋଜନା କରି ପାରନ୍ତି। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ମଙ୍ଗଳା।

ମିଥୁନ: ସ୍ଥଗିତ ଥିବା କାର୍ଯ୍ୟ ବନ୍ଧୁଙ୍କ ମାଧୢମରେ ପୂରା କରିବେ। ସରକାରୀ କ୍ଷେତ୍ରରେ ଲାଭ ପାଇବେ। ଲୁଗାପଟା ଓ ଗହଣା କିଣିବା ପାଇଁ ମନ ବଳିବ। କଳା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଶୁଭ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

କର୍କଟ: ଦିନଟି ଆପଣଙ୍କ ଲାଗି ଉନ୍ନତିକାରକ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। ଚାକିରିରେ ସମୟ ଅନୁକୂଳ ରହିବ। ପ୍ରସାଧନ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ସି˚ହ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ଚାକିରିରେ ନୂଆ ପ୍ରସ୍ତାବ ମିଳିପାରେ। ସମାଜରେ ଆପଣଙ୍କର ସ୍ଥିତି ଭଲ ରହିବ। ବିରୋଧୀପକ୍ଷ ଗୁପ୍ତ ରୂପେ ଆପଣଙ୍କର ଗୁଣଗାନ କରିବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଶାରଳା।

କନ୍ୟା: ଆପଣଙ୍କର ମନୋଭାବ କୌତୁକିଆ ରହିବ। ବନ୍ଧୁଙ୍କ ସହିତ ଗପସପରେ ସମୟ କଟିବ। ଅଫିସରେ ଆପଣଙ୍କ କଥାକୁ ଲୋକେ ଗୁରୁତ୍ବ ଦେବେ। ବୈ‌େଦଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ତାରିଣୀ।

ତୁଳା: ଆଗକୁ ବଢ଼ିବାର ଦିନଟିଏ। ସାମାଜିକ ପଦ ପ୍ରତିଷ୍ଠା ବୃଦ୍ଧି ହେବ। ଧନର ଆଗମନ ହେବ। ଚାକିରିଆଙ୍କ ପାଇଁ ସମୟ ଅନୁକୂଳ। ମହିଳାଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ଆଗକୁ ବଢ଼ି ଚାଳନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ରାଜ୍ୟରେ ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ। ସନ୍ତାନ ସୁଖ ମିଳିବାର ପ୍ରବଳ ଯୋଗ ରହିଛି। ଛାତ୍ରଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ଧନୁ: କୌଣସି ପ୍ରସଙ୍ଗ ନେଇ ଭାବପ୍ରବଣ ରହିବେ। ବହୁ ଦିନର ସ୍ବପ୍ନ ସାକାର ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ପରିବାରରେ ଶାନ୍ତିର ବାତାବରଣ ରହିବ। ଛାତ୍ରଙ୍କ ଲାଗି ସମୟ ଅନୁକୂଳ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ କୀଚକେଶ୍ବରୀ।

ମକର: ଆଜି ପୂରା ଦିନ ଊର୍ଜା ଭରା ରହିବେ। ଆୟର ନୂଆ ସ୍ରୋତ ମିଳିବ। ବଡ଼ ଅଧିକାରୀଙ୍କ ମାଧୢମରେ କିଛି ପୂରା ହେବ। ବ୍ୟବସାୟରୁ ଭଲ ଫଳାଫଳ ମିଳିବ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ଆର୍ଥିକ ସମସ୍ୟାର ସମାଧାନ ହେବ। ବ୍ୟବସାୟ ପାଇଁ ଭଲ ଅବସର ପାଇବେ। ପରିବାରରେ ଖୁସି ବଢ଼ିବ। ଅଭିଭାବକଙ୍କ ସହିତ ବାହାରକୁ ବୁଲି ଯିବାର କାର୍ଯ୍ୟସୂଚୀ ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ଇଚ୍ଛା ପୂରା କରିବାର ପ୍ରୟାସ ସଫଳ ହେବ। ଚାକିରିରେ ଦରମା ବଢ଼ିପାରେ। ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More