Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
26

ମେଷ: କୌଣସି ନୂଆ କାମ ଆରମ୍ଭ କରିବା ଲାଗି ଭଲ ଦିନଟିଏ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ହାସଲ କରିବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

ବୃଷ: ଆପଣଙ୍କ ପ୍ରସିଦ୍ଧି ଓ ସମ୍ମାନର ପୂରା ମଜା ନିଅନ୍ତୁ। ଚାକିରି ବୃତ୍ତିରୁ ଆଶାନୁରୂପ ଫଳ ପାଇବେ। ମହତ୍ତ୍ବପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। ବିବାହ ଲାଗି ସୁନ୍ଦର ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଦୁର୍ଗା।

ମିଥୁନ: ଦିନଟି ଆପଣଙ୍କ ପାଇଁ ସୁଖ ଓ ଆନନ୍ଦମୟ ରହିବ। ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ଫଳାଫଳ ପାଇବେ। କମ୍ପ୍ୟୁଟର ଇ˚ଜିନିୟରଙ୍କୁ ବଡ଼ କ˚ପାନିରେ ଚାକିରିର ପ୍ରସ୍ତାବ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

କର୍କଟ: ସମୟ ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ। ଆପଣ ଯେ କୌଣସି ବ୍ୟକ୍ତିବିଶେଷଙ୍କୁ ଯାହା କିଛି କହିବେ ସେ ମନା କରିପାରିବେ ନାହିଁ। ବ୍ୟବସାୟରେ ଫାଇଦା ହୋଇପାରେ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ କାଳୀଜାଈ।

ସି˚ହ: କଳ୍ପନା ଦୁନିଆରେ ରହିବେ। ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ। ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ବଢ଼ିଆ ରହିବ। ପ୍ରିୟ ବନ୍ଧୁଙ୍କୁ ମନର କଥା କହିବେ। ଶୁଭରଙ୍ଗ: ‌େଗାଲାପୀ। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ସବୁ ସମସ୍ୟାର ସମାଧାନ ହୋଇଯିବ। ଆପଣଙ୍କର କଥା ଓ କାମ କରିବାର କୌଶଳ ଲୋକଙ୍କୁ ଖୁସି କରାଇବ। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ପଇସାକୁ ନେଇ କାହାରି ସହିତ ମତଭେଦ ହୋଇପାରେ। ବନ୍ଧୁଙ୍କ ଠାରୁ ଭଲ ଖବର ପାଇବେ। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଆଗକୁ ବଢ଼ିବାର ଦିନଟିଏ। ଅ˚ଶୀଦାର କାରବାରରେ ଯଥେଷ୍ଟ ଲାଭ ପାଇବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଘରକୁ ସଜାଇ ନୂତନତ୍ବ ଆଣିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ଧନୁ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ବ୍ୟବସାୟକୁ ନେଇ ମନରେ ନୂଆ ଯୋଜନା ଆସିବ। ବଜାରକୁ ଯିବା ବାଟରେ ବନ୍ଧୁଙ୍କ ସହିତ ଭେଟ ହେବ। ଛାତ୍ରୀଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

ମକର: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ଚିନ୍ତାଶୀଳ ବ୍ୟକ୍ତିଙ୍କ ସହିତ ସ˚ପର୍କ ମଜଭୁତ ହେବ। ଭାବିଥିବା କାମ ସହଜରେ ପୂରା ହେବ। ଛାତ୍ରଙ୍କୁ ଶୁଭ ଖବର ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ସବୁଜ। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମିତ୍ରଙ୍କ ସହଯୋଗରେ ଆପଣଙ୍କ କାମ ପୂରା ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସନ୍ତୋଷୀ ମାତା।

ମୀନ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ସାମାଜିକ ମେଳମିଳାପ ବଢ଼ିବ। ବ୍ୟବସାୟରେ ଅଟକିଥିବା ପଇସା ପାଇବେ। ଅଫିସରେ ନୂଆ ଲୋକଙ୍କ ସହିତ ବନ୍ଧୁତା ହେବ। ମହିଳାଙ୍କୁ ଆଜି ସୁନ୍ଦର ଉପହାର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More