Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
29

ମେଷ: ପୂଜାପାଠରେ ସମୟ ବିତିବ। ଦୀର୍ଘ ଦିନରୁ ଯେଉଁ ସୁଯୋଗ ଅପେକ୍ଷାରେ ଥିଲେ, ଆଜି ତାହା ଆପଣଙ୍କୁ ମିଳିବ। ବେପାରୀଙ୍କୁ ଅଚାନକ ଧନଲାଭ ହେବ। ପରିବାର ଲୋକଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ହର ପାର୍ବତୀ।

ବୃଷ: ଇଷ୍ଟଦେବଙ୍କୁ ଆରାଧନା କରନ୍ତୁ; ସମ୍ଭାବ୍ୟ ସ˚କଟ ଦୂର ହେବ। ଅଫିସରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆପଣଙ୍କର କୌଣସି ଇଚ୍ଛା ପୂରା ହେବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ଟିକେ ସତର୍କ ରହନ୍ତୁ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ରାମଚଣ୍ତୀ।

ମିଥୁନ: ଆପଣଙ୍କ ବିଚାର ସକାରାତ୍ମକ ରହିବ। ନିଜର ଲକ୍ଷ୍ୟ ହାସଲ ଲାଗି ଠୋସ୍‌ ଯୋଜନା କରିବେ। ବ୍ୟବସାୟରେ ଉନ୍ନତି ଓ ଧନଲାଭ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କର୍କଟ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ବ୍ୟବସାୟ‌େର ଉନ୍ନତି ପାଇଁ ରାସ୍ତା ଉନ୍ମୁକ୍ତ ହେବ। ଜୀବନସାଥୀଙ୍କ ସହିତ ସହରକୁ ଜିନିଷ କିଣିବାକୁ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଦିନଟି ଆପଣଙ୍କ ଲାଗି ଉନ୍ନତିକାରକ ହେବ। ଅଫିସରେ ନୂଆ ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ପ୍ରିୟବନ୍ଧୁଙ୍କ ସହିତ ସାକ୍ଷାତ ହେବ। ଆମୋଦ ପ୍ରମୋଦ ଓ ମନୋର˚ଜନଧର୍ମୀ କାର୍ଯ୍ୟରେ ସମୟ କଟିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: ଭାଗ୍ୟ ଆପଣଙ୍କୁ ସାଥ ଦେବ। ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହେବ। କୌଣସି କ˚ପାନିରେ ଚାକିରିର ଇମେଲ୍‌ ଆସିପାରେ। ଜୀବନସାଥୀଙ୍କ ଠାରୁ ଭଲ ଉପହାର ପାଇବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀକୃଷ୍ଣ।

ତୁଳା: ଦୁନିଆକୁ ଜିଣି ନେବାର ଉତ୍ସାହ ଆପଣଙ୍କ ଭିତରେ ରହିବ। ମିଠା କଥା କହି ସ୍ଥଗିତ ଥିବା କାମ ସହଜରେ କରିନେବେ। ଅଫିସରେ ଦିନଟି ଭଲରେ କଟିବ। ନୂଆ ବନ୍ଧୁଙ୍କ ଆସିବା ହେତୁ ପରିବାର‌େର ଖୁସିର ମାହୋଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ବିଛା: ଭାବନାତ୍ମକ ହୋଇ କୌଣସି ଫଇସଲା ନିଅନ୍ତୁ ନାହିଁ। ପରିବାର ଲୋକଙ୍କ ସହିତ ସମୟ ଖୁସିରେ କଟିବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। କୌଣସି ଅପରିଚିତଙ୍କ ଉପରେ ଭରସା କରନ୍ତୁ ନାହିଁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭୈରବୀ।

ଧନୁ: ଖୁସ୍‌ ମିଜାଜରେ ରହିବେ। କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ। ଭାବିଥିବା କାମ ପୂରା କରିବାରେ ମିତ୍ରଙ୍କ ସହଯୋଗ ପାଇବେ। ସରକାରୀ ଚାକିରିଆଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମକର: ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ; ବ୍ୟବସାୟରୁ ଲାଭ ମିଳିବ। ଅଫିସରେ କୌଣସି କାମରେ ରାଜ୍ୟ ବାହାରକୁ ଯାଇପାରନ୍ତି। ସାଥୀଙ୍କ ପ୍ରତି ସ୍ନେହ ଓ ପ୍ରେମଭାବ ରହିବ। ଘରକୁ ଅତିଥିଙ୍କ ଆସିବା-ଯିବା ଲାଗି ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଅମ୍ବିକା।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଯାହା ବି ଫଇସଲା କରନ୍ତୁ; ଆପଣଙ୍କ ଲାଗି ଲାଭପ୍ରଦ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। ଘର ଲୋକଙ୍କ ସହିତ ଅଧିକରୁ ଅଧିକ ସମୟ ବିତେଇବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଯାହା ବି କାମ କରିବେ, ସଫଳତା ହାସଲ କରିବେ। ଅଫିସ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ବାହାର ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ତାରିଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More