Only for Entertainment

ଜାଣନ୍ତୁ ଆଜିର ରାଶିଫଳ

37

ମେଷ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବା‌ରେ ସକ୍ଷମ ହେବେ। ଅଫିସରେ ଏଭଳି ସୁଯୋଗ ମିଳିବ ଯାହା ଦ୍ବାରା ଆପଣଙ୍କର ଯଥେଷ୍ଟ ଲାଭ ହେବ। ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ବୃଷ: ଆପଣଙ୍କ ଭିତରେ ନୂଆ ଊର୍ଜା ସ˚ଚାର ହେବ। କାମରେ ଆପଣଙ୍କର ଆତ୍ମବିଶ୍ବାସର ଝଲକ ଦେଖାଦେବ। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ବ୍ୟବସାୟରୁ ଆଶା ଠୁଁ ଅଧିକ ଲାଭ ପାଇବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ କୀଚକେଶ୍ବରୀ।

ମିଥୁନ: ପରିବାରର ବରିଷ୍ଠ ସଦସ୍ୟଙ୍କ ଆଶୀର୍ବାଦ ପାଇବେ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ। ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ। ଶୁଭରଙ୍ଗ: ମେରୁନ। ଆରାଧନା: ବାବା ଆଖଣ୍ତଳମଣି।

କର୍କଟ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁଯୋଗ ଆସିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ। ଆଇନକାନୁନ ମାମଲାର ସମାଧାନ ହୋଇପାରେ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ସି˚ହ: ଆଜି ଆପଣ ସକାରାତ୍ମକ ଊର୍ଜା ଅନୁଭବ କରିବେ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ବିମଳା।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ। ଛୋଟିଆ ନିଷ୍ପତ୍ତିରୁ ବଡ଼ ଫାଇଦା ହେବ। ବ୍ୟବସାୟିକ କାମରେ ଜିଲ୍ଲା ବାହାରକୁ ଯିବେ। ଅଫିସରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ତୁଳା: ସକାରାତ୍ମକ ଭାବନାରେ ଧୢାନ କେନ୍ଦ୍ରୀଭୂତ କରନ୍ତୁ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେନାହିଁ। ବିବାହିତା କୌଣସି ଧର୍ମାନୁଷ୍ଠାନକୁ ଯାତ୍ରାରେ ଯିବେ। ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦଦାୟକ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ସୂର୍ଯ୍ୟଦେବ।

ବିଛା: ଆଜି ଆପଣଙ୍କର ଊର୍ଜାର ସ୍ତର ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ସଉଦାରେ ଆଶା ଠୁଁ ଅଧିକ ଲାଭ ହେବ। ଚାକିରିରେ ଦାୟିତ୍ବ ବୃଦ୍ଧି ହେବ। କ୍ରିକେଟ୍ ଖେଳାଳି ବଢ଼ିଆ ପ୍ରଦର୍ଶନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ଧନୁ: ସାରାଦିନ ଅଶାନ୍ତି ମୁକ୍ତ ରହିବେ। ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଆର୍ଥିକ ସ୍ଥିତି ମଜଭୁତ ହେବ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବନ୍ଧୁଙ୍କ ମେଳରେ ଆପଣଙ୍କ ମାନସମ୍ମାନ ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।

ମକର: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଆଧୢାତ୍ମିକ ଭାବନାରେ ସମୟ କଟିବ। ଆର୍ଥିକ ସ୍ଥିତି ଠିକ ରହିବ। କାରବାରରେ ପରିବର୍ତ୍ତନ ଆଣିବେ ଓ ସଫଳତା ପାଇବେ। ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ବାର ଖୋଲିବ। ଶୁଭରଙ୍ଗ: ମେରୁନ। ଆରାଧନା: ହର ପାର୍ବତୀ।

କୁମ୍ଭ: ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ନୂଆ ଉପକ୍ରମର ଶୁଭାରମ୍ଭ କରନ୍ତୁ, ଲାଭ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଶାରଳା।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ବହୁତ ଜଟିଳ ସମସ୍ୟାର ବୁଦ୍ଧିମତାର ସହ ସମାଧାନ କରିନେବେ। ଗଣମାଧୢମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ। ଭଲ ଲୋକଙ୍କ ସହାୟତାରେ ଧନଲାଭ ଯୋଗ ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More