Only for Entertainment

ଜାଣନ୍ତୁ ଆଜିର ରାଶିଫଳ

46

ମେଷ: ପରିବାର ସହିତ ଅଧିକ ସମୟ ବିତେଇବେ। ଭ୍ରମଣ ଉପରେ ଆଧାରିତ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଭଲ ରହିବ। କୌଣସି ଅପରିଚିତଙ୍କ ଉପରେ ଭରସା କରନ୍ତୁ ନାହିଁ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

 

 

 

 

ବୃଷ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। କିଛି ନୂଆ ସୁଯୋଗ ମିଳିପାରେ। କାର୍ଯ୍ୟ କ୍ଷେତ୍ରରେ ସୁଚାରୁରୂପେ କାମ କରିବେ। ଅଚାନକ ଧନଲାଭ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

 

 

ମିଥୁନ: ଆଜି ଭାଗ୍ୟର ଭରପୂର ସାଥ ମିଳିବ। ଠିକ୍‌ ଫଇସଲା ନେବା‌େର ସହଜ ହେବ। ଅଫିସ ଆଲୋଚନାରେ ନୂଆ ଲୋକଙ୍କ ସହିତ ମିଶିବେ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ଛାତ୍ରଙ୍କୁ କୌଣସି ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ। ଶୁଭରଙ୍ଗ: ଲାଲ। ଆରାଧନା: ବାବା ଲିଙ୍ଗରାଜ।

 

 

 

 

କର୍କଟ: ସୌଭାଗ୍ୟ ପ୍ରାପ୍ତିର ଦିନଟିଏ। କାର୍ଯ୍ୟ କ୍ଷେତ୍ରରେ ନୂଆ ସୁଯୋଗ ପାଇବେ। ରାଜନୀତିରେ ଆର୍ଥିକ ଲାଭ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

 

 

 

ସି˚ହ: ଆପଣଙ୍କ ଭିତରେ ନୂଆ ଊର୍ଜା ସ˚ଚାର ହେବ। ଇଚ୍ଛା ପୂରା କରିବା ଲାଗି ପ୍ରୟାସ‌େର ବାଧା ଆସିପାରେ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। କୌଣସି ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ। ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

 

 

କନ୍ୟା: ଦିମାକରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହେବ। ଆଜି ସବୁ କାମ ଆପଣଙ୍କର ମନ ମୁତାବକ ହୋଇପାରେ। ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ସରସ୍ବତୀ।

 

 

 

ତୁଳା: ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ। ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଶାରଳା।

 

ବିଛା: ଭାଗ୍ୟର ସହଯୋଗ ପାଇବେ। କାମ ସମୟରେ ପୂରା ହେବ। ବ୍ୟବସାୟୀଙ୍କୁ ବ୍ୟବସାୟ କ୍ଷେତ୍ରରୁ ଧନଲାଭ ହେବ। ଚାକିରିରେ ବିଶେଷ ଦାୟିତ୍ବ ଗ୍ରହଣ କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

 

 

 

ଧନୁ: ଦିନଟି ଉତ୍ସାହ ବର୍ଦ୍ଧକ ରହିବ। କାମ ଓ ପରିଶ୍ରମରୁ ଆପଣଙ୍କୁ ପୂରା ଫାଇଦା ମିଳିବ। ନୂଆ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହେବ। ସନ୍ଧ୍ୟା ସୁଦ୍ଧା କୌଣସି ଶୁଭ ଖବର ମିଳିପାରେ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଲିଙ୍ଗରାଜ।

 

 

 

ମକର: ଦିନଟି ଖୁସି ଭରା ରହିବ। ଆପଣ ନିଜ ବ୍ୟବହାରରେ ଲୋକଙ୍କ ହୃଦୟ ଜିଣିବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଭଲ କାମ ପାଇଁ ପଦୋନ୍ନତି ମିଳିବ। ପ୍ରେମ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 

 

 

କୁମ୍ଭ: ଆପଣ ନିଜର ଯୋଜନାରେ ଲୋକଙ୍କୁ ସହମତ କରାଇନେବେ। କାରବାରରେ ଅଚାନକ ଫାଇଦା ହେବାର ଯୋଗ ରହିଛି। ପୁରୁଣା ମିତ୍ରଙ୍କୁ ଦେଖା କରିବା ପାଇଁ ତାଙ୍କ ଘରକୁ ଯିବେ। ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ପ୍ରଭୁ ହନୁମାନ।

 

 

 

ମୀନ: ଆଜି ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ବଢ଼ିଆ କରିବ। ଛୋଟ ଧରଣର କିଛି କାମ କରିବେ ଯାହା ଭବିଷ୍ୟତରେ ଯଥେଷ୍ଟ ଲାଭ ଦେବ। ଚାକିରିଆଙ୍କୁ ପାରିତୋଷିକ ମିଳିପାରେ। ଛାତ୍ରମାନେ ନିଜର ପରିଯୋଜନାରେ ଅଧିକ ମନଯୋଗ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More