Only for Entertainment

ଜାଣନ୍ତୁ ଆଜିର ରାଶିଫଳ

39

 

ମେଷ: ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ। ନୂଆ ବ୍ୟବସାୟ ପାଇଁ ଯୋଜନା କରିବେ। ରଚନାତ୍ମକ କାମରେ ଆପଣଙ୍କୁ ଲାଭ ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ବୃଷ: ଆଜି ଆପଣଙ୍କ କାମର ସଫଳତା ଲାଗି ସ˚ଘର୍ଷ କରିବାକୁ ପଡ଼ିବ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଚନ୍ଦନେଶ୍ବର।

ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଅଧିକାରୀ ବର୍ଗ ଆପଣଙ୍କ ଉପରେ ଖୁସି ରହିବେ। ବ୍ୟବସାୟର ସଉଦା ଲାଗି ରାଜ୍ୟ ବାହାରକୁ ଯିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଗୋଲାପି। ଆରାଧନା: ଶ୍ରୀ ଗଣେଶ।

କର୍କଟ: ଦିନଟି ଆପଣଙ୍କ ଲାଗି ଭଲ ହିଁ ଭଲ ହେବ। ପୁରୁଣା ବନ୍ଧୁଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଯିବେ। ଆୟର ନୂଆ ସାଧନ ମିଳିବ। ସରକାରୀ ଚାକିରିଆଙ୍କର ସୁଖ ସୁବିଧା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ସି˚ହ: ପ୍ରଭୁଙ୍କ ଧୢାନରେ ମନ‌େର ସକାରାତ୍ମକ ଶକ୍ତି ସ˚ଚାର ହେବ। ଘର ପରିଷ୍କାର କରିବାରେ ସମୟ ଦେବେ। ଅଫିସରେ କାମ ସମୟ ପୂର୍ବରୁ ପୂରା ହୋଇଯିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

କନ୍ୟା: ଭାଗ୍ୟ ଉପରେ ସ˚ପୂର୍ଣ୍ଣ ଭରସା କରନ୍ତୁ ନାହିଁ। କୌଣସି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। ଇ˚ଜିନିୟରଙ୍କ ଲାଗି ଦିନଟି ଠିକ୍‌ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ମଙ୍ଗଳା।

ତୁଳା: ପ୍ରତ୍ୟେକ କ୍ଷେତ୍ରରେ ବିଜୟ ହାସଲ କରିବେ। ଗଣମାଧୢମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ବଢ଼ିଆ ରହିବ। ଜୀବନସାଥୀଙ୍କ ସହିତ ପ୍ରେମ ପ୍ରସଙ୍ଗଯୁକ୍ତ ସନ୍ଧ୍ୟା ବଜାୟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ସମଲେଶ୍ବରୀ।

ବିଛା: ଆପଣଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ଲକ୍ଷ୍ୟ ହାସଲ କରିବା ସହଜ ହେବ। କୌଣସି ସମ୍ମାନିତ ଲୋକଙ୍କ ସହିତ ମିଶିବାର ସୁଯୋଗ ମିଳିବ। ସନ୍ଧ୍ୟାରେ ଘରେ ସମାରୋହ ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

ଧନୁ: ଆପଣଙ୍କର ଅନ୍ତରଆତ୍ମା ପ୍ରଖର ରହିବ। ଆପଣଙ୍କ ସାମନାକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କର ମାନସିକତାକୁ ଶୀଘ୍ର ବୁଝିନେବେ। ଭାବିଥିବା କାମ ପୂରା ହେବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଅମ୍ବିକା।

ମକର: ସମୟାନୁସାରେ ଆପଣଙ୍କର ଆଶା ପୂରା ହେବ। କୌଣସି ସମାରୋହରେ ନିକଟ ସଂପର୍କୀୟଙ୍କ ସହିତ ଭେଟ ହେବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

କୁମ୍ଭ: ଆଜି ଆପଣଙ୍କର ଆତ୍ମବିଶ୍ବାସ ଭରି ରହିବ। ଦୀର୍ଘଦିନର ମନୋକାମନା ପୂରଣ ହେବ। ନାରାଜ ଥିବା ବନ୍ଧୁଙ୍କୁ ମନାଇବାରେ ସଫଳ ହେବେ। ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ କୀଚକେଶ୍ବରୀ।

ମୀନ: କାମରେ ଆପଣଙ୍କର ଆତ୍ମବିଶ୍ବାସର ଝଲକ ଦେଖାଦେବ। ବ୍ୟବସାୟରେ ଆଜି ଡିଲ୍‌ କରିବାରେ ସଫଳ ହେବେ। ସାମାଜିକ ଆୟୋଜନରେ ସହଭାଗିତା କରିବେ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More