Only for Entertainment

ଜାଣନ୍ତୁ ଆଜିର ରାଶିଫଳ

32

 

ମେଷ: ଇଷ୍ଟଦେବଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଶୁଭ। ଶୁଭରଙ୍ଗ: ଧଳା। ଆରାଧନା: ମଙ୍ଗଳା।

ବୃଷ: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ଦୁର୍ଗା।

ମିଥୁନ: ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡ଼ିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସନ୍ତୋଷୀମାତା।

କନ୍ୟା: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ସମାଜରେ ମାନ ସମ୍ମାନ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ତୁଳା: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବୈଦଶିକ ବେପାରୀ ଆଜି ବଡ଼ ଡ଼ିଲ୍‌ କରିବେ। ଆପଣଙ୍କ କଥାକୁ ଅଫିସରେ କତୃପକ୍ଷ ସକାରାତ୍ମକରେ ନେବେ। ଦାଂପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭୈରବୀ।

ବିଛା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜିତ କରିବାକୁ ପ୍ରୟାସ କରିବେ। ନେତୃତ୍ବ ବଜାୟ ରଖିବା ଲାଗି ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଅନୁଗତଙ୍କ ଉପରେ ନଜର ରଖନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କିଚକେଶ୍ବରୀ।

 

ଧନୁ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

 

ମକର: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ହର ପାର୍ବତୀ।

କୁମ୍ଭ: ଆଜି କିଛି ନୂଆ ଅନୁଭବ ପ୍ରାପ୍ତ ହେବ। ପଇସା ଯେମିତି ଆସିବ ସେମିତି ଖର୍ଚ୍ଚ ହୋଇଯିବ। ଅଫିସରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ଆଲୋଚନା ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

 

ମୀନ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More