Only for Entertainment

ଜାଣନ୍ତୁ ଆଜିର ରାଶିଫଳ

42

ମେଷ: ଲାଭ କ୍ଷତି ହିସାବରେ ଅଧିକ ସମୟ କଟିବ। ସ୍ବଭାବରେ ବିନମ୍ର ହୋଇ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରନ୍ତୁ। ଅଚାନକ ଧନପ୍ରାପ୍ତି ହେବ। ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ବୃଷ: ଚାକିରିରେ ନିଷ୍ଠାର ସହିତ କାମ ଭଲ ପରିଣାମ ଦେବ। ଯୌଥ ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପରିବାରରେ ସୁଖ ଓ ସମୃଦ୍ଧି ବୃଦ୍ଧି ହେବ। ମହିଳାମାନେ ଦର୍ଶନୀୟ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ମିଥୁନ: ବେପାର ବୃତ୍ତିରେ ସନ୍ତୋଷଜନକ ପରିଣାମ ପାଇବା ଲାଗି ଏକାଗ୍ର ଚିତ୍ତରେ କାମ କରନ୍ତୁ। ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

କର୍କଟ: କର୍ମକ୍ଷେତ୍ରରେ ଆପଣ ଯୋଦ୍ଧାଙ୍କ ଭଳି ରହିବେ। ଆପଣଙ୍କର କୌଣସି ସ୍ବପ୍ନ ପୂରା ହେବ। ଆୟ ବୃଦ୍ଧିର ସମ୍ଭାବନା ରହିଛି। ଚାକିରିରେ କୌଣସି ବିଶେଷ ଦାୟିତ୍ବ ଗ୍ରହଣ କରିବେ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ତାରିଣୀ।

ସି˚ହ: ଦିନଟି ଆପଣଙ୍କ ଲାଗି ଅନୁକୂଳରହିବ। ମହତ୍ବପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଯାତ୍ରାରେ ଯାଇପାରନ୍ତି। ଅଧିକାରୀ ବର୍ଗଙ୍କ ସହିତ ମିଳାମିଶା ବଢ଼ିବ। ପୁରୁଣା ସଉଦାରୁ ଲାଭ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ପୂରା ହେବକୁ ଯାଉଥିବା କୌଣସି କାର୍ଯ୍ୟରେ ବାଧା ଉପୁଜିବ। ମନ ଶାନ୍ତ ରଖନ୍ତୁ ଓ ଧୈର୍ଯ୍ୟଧରି ପରିସ୍ଥିତିର ମୁକାବିଲା କରନ୍ତୁ ସଫଳ ହେବେ। ରାଜ୍ୟ ବାହାରକୁ ଯାଇପାରନ୍ତି। ପ୍ରେମ ସମ୍ବନ୍ଧରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ବିଛା: ପ୍ରତ୍ୟେକ କ୍ଷେତ୍ରରେ ଭାଗ୍ୟର ସହଯୋଗ ପାଇବେ। ସହଯୋଗୀଙ୍କ ସହଯୋଗରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପୁସ୍ତକ ବ୍ୟବସାୟୀଙ୍କୁ ଯଥେଷ୍ଟ ଲଭ ମିଳିବ। ଦାଂପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ଧନୁ: ଅନ୍ୟମାନଙ୍କ କଥା ଶୁଣନ୍ତୁ ହେଲେ ନିଜ ବିବେକରେ କାମ କରନ୍ତୁ। ବଢ଼ିଆ ଚାକିରର ସୁଯୋଗ ଆସିପାରେ। ରାଜନୀତିରେ ସଫଳତା ପାଇବେ। ଦାତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

ମକର: ଆପଣଙ୍କ ମନରେ ଦୟାର ଭାବନା ବଜାୟ ରହିବ। ପୁରୁଣା ଅନୁଭବକୁ ପ୍ରୟୋଗ କରି କାର୍ଯ୍ୟରେ ସଫଳତା ପାଇବେ। ପାରିବାରିକ ସମସ୍ୟାରେ ଆପଣଙ୍କ ମନ୍ତବ୍ୟ ସକାରାତ୍ମକ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଧବଳେଶ୍ବର।

କୁମ୍ଭ: ଚାକିରିଆଙ୍କ ପାଇଁ ଦିନଟି ଭଲ ରହିବ। ବିଶେଷ କାର୍ଯ୍ୟରେ ନିଜକୁ ଯୋଗ୍ୟ ପ୍ରମାଣିତ କରିପାରିବେ। ପୁରୁଣା ରୋଗରୁ ଅରାମ ମିଳିବ। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ। ଶୁଭରଙ୍ଗ: ଆକଶିନୀଳ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଦିନଟି ଆପଣଙ୍କ ପାଇଁ ବଢ଼ିଆ ରହିବ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ହର ପାର୍ବତୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More