Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
0 45

ମେଷ: ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ବେକାରଙ୍କୁ ରୋଜଗାର ମିଳିବ। ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ। ବନ୍ଧୁଙ୍କ ମେଳରେ ଆପଣଙ୍କର ମାନ-ସମ୍ମାନ ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ବୃଷ: ପୂଜାପାଠରେ ସମୟ ବିତିବ। ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। କାରବାରରେ ପରିବର୍ତ୍ତନ ଆଣିବେ ଓ ସଫଳତା ପାଇବେ। ଘରକୁ ଅତିଥିଙ୍କ ଆସିବା-ଯିବା ଲାଗି ରହିବ। ଛାତ୍ରଙ୍କୁ କୌଣସି ମିତ୍ର ସାହାଯ୍ୟ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ହର ପାର୍ବତୀ।

ମିଥୁନ: ପୂରା ଦିନ ସତର୍କ ରହିବାର ଆବଶ୍ୟକତା ରହିଛି। ପରିବାରର ଭାଗବଣ୍ଟାକୁ ନେଇ କିଛି ବିବାଦ ହୋଇପାରେ। ସ୍ଥଗିତ ଥିବା କାମ ବନ୍ଧୁଙ୍କ ସାହାଯ୍ୟରେ ପୂରା ହେବ। ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଲିଙ୍ଗରାଜ।

କର୍କଟ: ରବି ଓ ସୋମବାର: ମନ ଚାହୁଥିବା ସଫଳତା ପାଇବେ। ମଙ୍ଗଳ, ବୁଧ ଓ ଗୁରୁବାର: ସୁଖସୁବିଧା ପାଇଁ ଖର୍ଚ୍ଚ କରିବେ। ଶୁକ୍ର ଓ ଶନିବାର: ପ୍ରଭୁଙ୍କ ପ୍ରତି ଆସ୍ଥା ବଢ଼ିବ ଏବଂ ସମାଜରେ ମାନସମ୍ମାନ ପାଇବେ।

ସିଂହ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ପିତା ଓ ଜୀବନସାଥୀଙ୍କ ସହଯୋଗରେ ବ୍ୟବସାୟରେ ଆଗକୁ ବଢ଼ିବେ। ସମାଜରେ ଆପଣଙ୍କର ମାନ-ସମ୍ମାନ ବଢ଼ିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

କନ୍ୟା: ହାସ୍ୟକୌତୁକ ମନୋଭାବରେ ରହିବେ। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ। ପାରିବାରିକ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

ତୁଳା: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ। ବ୍ୟବସାୟରେ ଶୀଘ୍ର ଫଇସଲାରୁ ଲାଭ ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମହାଲକ୍ଷ୍ମୀ।

ବିଛା: ଦୁନିଆକୁ ଜିଣି ନେବାର ଉତ୍ସାହ ଆପଣଙ୍କ ଭିତରେ ରହିବ। ମିଠା ମିଠା କଥା କହି ସ୍ଥଗିତ ଥିବା କାମ ସହଜରେ କରିନେବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରେମିକପ୍ରେମିକା ସ୍ନାନସାରି ମହାଦେବଙ୍କୁ ଦର୍ଶନ କରନ୍ତୁ, ମନୋକାମନା ପୂରଣ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

ଧନୁ: ଭାଗ୍ୟ ଆପଣଙ୍କୁ ଭଲ ସୁଯୋଗ ଦେବ। ବ୍ୟବସାୟ ବୃଦ୍ଧି ଲାଗି ନିକଟ ବନ୍ଧୁ ସହଯୋଗ କରିବେ। ନୂଆ କଂପାନିରେ ଚାକିରିର ପ୍ରସ୍ତାବ ମିଳିପାରେ। ଅଚାନକ ଧନପ୍ରାପ୍ତି ହେବ। ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ମଝିଘରିଆଣୀ।

ମକର: ଖୁସ୍‌ ମିଜାଜରେ ରହିବେ। କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ। ଯିବାକୁ ଥିବା ଯାତ୍ରା ଆପଣଙ୍କ ଲାଗି ଲାଭପ୍ରଦ ହେବ। ବ୍ୟବସାୟ ଆରମ୍ଭ କରିବା ଲାଗି ଦିନଟି ଭଲ। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କୁମ୍ଭ: ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ। ଦୂରସ୍ଥାନକୁ ଯାତ୍ରାରେ ଯିବେ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଜୀବନସାଥୀଙ୍କ ଠାରୁ ଉପହାର ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ସମଲେଶ୍ୱରୀ।

ମୀନ: ଆଜିର ଦିନଟି ଆପଣଙ୍କୁ ଶୁଭଫଳ ପ୍ରଦାନ କରିବ। କୌଣସି ବ୍ୟକ୍ତି ଆପଣଙ୍କ ଜୀବନରେ ଖୁସି ନେଇ ଆସିବେ। ସେୟାର କିଣିବେ ବା ନୂତନ କାରବାରରେ ଅର୍ଥ ନିବେଶ ପାଇଁ ବିଚାର କରିବେ। ଆପଣଙ୍କ ସୁବିଚାରର ପ୍ରଶଂସା ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More