Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
0 50

ମେଷ: ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଅଧିକ ମଜଭୁତ ହେବ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ସାହିତ୍ୟରେ ଜଡ଼ିତ ଥିବା ଲୋକଙ୍କ ଲାଗି ପଦୋନ୍ନତିର ଯୋଗ ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ପୂଜାପାଠରେ ଅଧିକ ଏକାଗ୍ରତା ଅନୁଭବ କରିବେ। ଧର୍ମ ସମ୍ବନ୍ଧରେ ଲୋକଙ୍କୁ ବୁଝାଇବେ। ଅଫିସ୍‌ରେ ଆପଣଙ୍କ କାମରେ କର୍ତ୍ତୃପକ୍ଷ ଖୁସି ହୋଇ ଉପହାର ଦେବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଲିଙ୍ଗରାଜ।

ମିଥୁନ: ଆପଣଙ୍କ କାମକୁ କେହି ଆଲୋଚନା କରିବେ। ଆପଣ ଅଧୀର ନହୋଇ ନିଜ କାର୍ୟ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ, ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ। ନୂତନ କାରବାରରେ ଧନନିବେଶ ଲାଭଦାୟକ ରହିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଗାୟତ୍ରୀ।

କର୍କଟ: ଷ୍ଟକ୍‌ ଓ ମ୍ୟୁଚୁଆଲ୍‌ ଫଣ୍ଡ୍‌ରେ ବୁଝି ବିଚାରି ଅର୍ଥନିବେଶ କରନ୍ତୁ; ଭବିଷ୍ୟତରେ ଯଥେଷ୍ଟ ଲାଭ ପାଇବେ। ବିଦେଶରେ ଚାକିରି ପାଇଁ ପ୍ରୟାସ କରି ଆସୁଥିବା ବ୍ୟକ୍ତିମାନଙ୍କୁ ଶୁଭ ସଂକେତ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

ସିଂହ: କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଜୀବନସାଥୀ ଓ ପରିଜନଙ୍କଠାରୁ ସ୍ନେହ ପାଇବେ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ଅଧିକ ସମୟ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ସାଇରାମ।

କନ୍ୟା: ଚାକିରି ବୃତ୍ତିରେ ଶୃଙ୍ଖଳା ଦେଖାଦେବ। ସହକର୍ମୀଙ୍କ ସହିତ ବୁଝାମଣା ଠିକ୍‌ ରହିବ। ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭ ହେବ। ସାହିତ୍ୟ କବିତା ଆସରରେ ଯୋଗ ଦେବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଅମ୍ବିକା।

ତୁଳା: ଆପଣଙ୍କ ଲକ୍ଷ୍ୟ ହାସଲ କରିବା ସହଜ ହେବ। ଅଚାନକ କୌଣସି ବନ୍ଧୁ ଆପଣଙ୍କୁ ସାକ୍ଷାତ କରିବାକୁ ଆସିପାରନ୍ତି। ମିଠା କଥା କହି ଆପଣଙ୍କ କାମ ପୂରା କରିନେବେ। ଶୁଭରଙ୍ଗ: ନୀଳ। ଆରାଧନା: ବାବା ମହାମୃତ୍ୟୁଞ୍ଜୟଶ୍ୱର।

ବିଛା: ପରିବାରରେ ଅଶାନ୍ତି ହ୍ରାସ ହେବ। ପଡ଼ୋଶୀଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଇପାରନ୍ତି। ଚାକିରିଆଙ୍କ ଲାଗି ଦିନଟି ଭଲ। କ୍ୟାରିୟର ଲାଗି ଭଲ ସୁଯୋଗ ମିିଳିବ। ପ୍ରେମ ସଂପର୍କରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁ: ଏକାଗ୍ରତାର ସହିତ କାମ କରନ୍ତୁ, ସଫଳତା ଓ ଲାଭ ପାଇବେ। ଆଜିର ସଉଦା ଆଗାମୀ ଦିନରେ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସାମାଜିକ ସମାରୋହକୁ ଯାଆନ୍ତୁ, ମାନ-ସମ୍ମାନ ବୃଦ୍ଧି ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ୟ୍ୟଦେବ।

ମକର: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ଆଗକୁ ବଢ଼ିବା ଲାଗି ନୂଆ ସୁଯୋଗ ଆସିବ। ଅଫିସ୍‌ରେ ଆପଣଙ୍କ ପରାମର୍ଶକୁ ସମସ୍ତେ ଆଦର କରିବେ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ୱରୀ।

କୁମ୍ଭ: ଧ୍ୟାନ ଯୋଗ ଦ୍ୱାରା ମନରେ ସକାରାତ୍ମକ ଶକ୍ତି ସଂଚାର ହେବ। ଭାଗ୍ୟ ବଦଳାଇବା ପାଇଁ ଭଲ ସମୟ। ଜରୁରୀ କାମରେ ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ବିମଳା।

ମୀନ: ରାଜନୈତିକ ପ୍ରଭାବ ବୃଦ୍ଧି ହେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ; ନହେଲେ ଆପଣଙ୍କ କ୍ୟାରିୟର ଉପରେ ପ୍ରଭାବ ପକାଇବ। ଶତ୍ରୁମାନେ କ୍ଷତି କରିପାରନ୍ତି; ତେଣୁ ସତର୍କ ରହନ୍ତୁ। ଆର୍ଥିକ ସ୍ଥିତି ଭଲ। ବଜେଟ୍‌କୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ। ଜୀବନସାଥୀଙ୍କ ସହିତ ଧର୍ମକ୍ଷେତ୍ରକୁ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More