Only for Entertainment

ଜାଣନ୍ତୁ ଆଜିର ରାଶିଫଳ

horoscope
0 51

ମେଷ: ସାରାଦିନ ଆପଣ ଖୁସ୍‌ ମିଜାଜରେ ରହିବେ। ଆପଣଙ୍କ ତର୍କ ଶକ୍ତି ଅନ୍ୟମାନଙ୍କୁ ପସନ୍ଦ ହେବ। କୌଣସି ଅନୁବନ୍ଧ ପାଇଁ ସୁଯୋଗ ମିଳିବ। ରାଜନୀତିରେ ବଡ଼ ଓ ପ୍ରତିଷ୍ଠିତ ଲୋକଙ୍କ ସହିତ ମେଳ ମିଳାପ ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ବୃଷ: ସଫଳତାର ଦିନଟିଏ। ସ୍ଥଗିତ ଥିବା କାମ ପୂରା ହେବ। ଇଂଜିନିୟରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ବଢ଼ିଆ ଚାକିରି ମିଳିବ। ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପ୍ରାପ୍ତ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଆଖଣ୍ଡଳମଣି।

ମିଥୁନ: ସକାରାତ୍ମକ ଭାବନା ଓ ଊର୍ଜାକୁ ପ୍ରୟୋଗ କରନ୍ତୁ। କ୍ୟାରିୟର ଲାଗି ନୂଆ ରାସ୍ତା ଉନ୍ମୁକ୍ତ ହେବ। ପରିବାରରେ ସୁଖ ଶାନ୍ତି ରହିବ। ଖେଳାଳିମାନେ ଭଲ ପ୍ରଦର୍ଶନ କରି ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ନାରାୟଣୀ।

କର୍କଟ: କ୍ରମାଗତ ପ୍ରୟାସରେ ଆପଣଙ୍କୁ ସଫଳତା ମିଳିବ। ସରକାରୀ କାମ ପୂରା ହେବ। ସାମାଜିକ କାର୍ଯ୍ୟରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯାଇପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ମହାଲକ୍ଷ୍ମୀ।

ସିଂହ: ସଫଳତା ପାଇଁ ପରିଶ୍ରମ ଅଧିକ କରିବାକୁ ପଡ଼ିବ। ଆପଣଙ୍କ ଭିତରେ ଉଠୁଥିବା କ୍ରୋଧକୁ ଠିକ୍‌ ଦିଶା ଦିଅନ୍ତୁ। ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ। କାର୍ଯ୍ୟକ୍ଷେତ୍ରରେ ଏଭଳି ଅବସର ପ୍ରାପ୍ତ ହେବ ଯାହା ଦ୍ଵାରା ଆମଦାନି ବୃଦ୍ଧି ହେବ। ମହିଳାଙ୍କୁ ଆଜି ସୁନ୍ଦର ଉପହାର ମିଳିବ। ଛାତ୍ରମାନେ ଆଜି କିଛି ନୂଆ ଶିକ୍ଷା ଲାଭ କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ବିରଜା।

ତୁଳା: ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। କୌଣସି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ଅତି ଶୀଘ୍ର ପୂରା କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ମହିଳାମାନେ ପରିଧାନଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ୱରୀ।

ବିଛା: ଭାଗ୍ୟ ଆପଣଙ୍କୁ ପୂରା ସାଥ ଦେବ। ବ୍ୟବସାୟ ପାଇଁ ଭଲ ସୁଯୋଗ ମିଳିବ। ରହସ୍ୟ ବିଦ୍ୟା ପ୍ରତି ଆକୃଷ୍ଟ ହେବେ। ପରିବାର ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ବୁଢ଼ୀଠାକୁରାଣୀ।

ଧନୁ: ପୁରୁଣା କଥା ମନେ ପକାଇ ସମୟ ନଷ୍ଟ କରନ୍ତୁ ନାହିିଁ। ଗୁରୁଙ୍କ ସେବା କରନ୍ତୁ; ଭବିଷ୍ୟତ ଉଜ୍ଜ୍ଵଳ ହେବ। କ୍ୟାରିୟର ଗଢ଼ିବା ଲାଗି ନୂଆ ସୁଯୋଗ ମିଳିବ। ବୈବାହିକ ଜୀବନରେ ତାଳମେଳ ବଜାୟ ରଖନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମକର: ପୁରୁଣା ଚିନ୍ତା ଆଜି ସମାପ୍ତ ହେବ। ଆପଣଙ୍କ ଭାବନା ଓ ଯୋଜନାକୁ କାର୍ଯର୍୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ। କେହି ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ସନ୍ତୋଷୀ ମାତା।

କୁମ୍ଭ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଅନ୍ୟମାନଙ୍କୁ ସହାୟତା କରିବେ। ବ୍ୟବସାୟିକ ଯାତ୍ରା କ୍ୟାରିୟର ଲାଗି ଲାଭଦାୟକ ହେବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଶୁଭରଙ୍ଗ: ଲାଲ। ଆରାଧନା: ହର ପାର୍ବତୀ।

ମୀନ: ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ,ସମ୍ଭାବ୍ୟ ସଂକଟ ଦୂର ହେବ। ବନ୍ଧୁଙ୍କ ଠାରୁ ପୂରା ସହଯୋଗ ମିଳିବ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। ଆଶାଠୁଁ ଅଧିକ ଫାଇଦା ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ବିରଜା।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More