Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
0 56

ମେଷ: କାର୍ୟ୍ୟ ବୃଦ୍ଧି ଲାଗି ସୁଅବସର ମିଳିବ। ଆର୍ଥିକ ସ୍ଥିତି ଠିକ୍‌ ରହିବ। ଭୂସଂପତ୍ତି ସମସ୍ୟାର ସମାଧାନ ହୋଇଯିବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ସ୍ୱାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆଜି ଆପଣ ଖୁବ୍‌ ଊର୍ଜାବାନ ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ଯଶ ମିଳିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ନିବିଡ଼ ହେବ। ନୃତ୍ୟ ଓ ସଙ୍ଗୀତରେ ରୁଚି ବଢ଼ିବ। ଚାକିରି ପାଇଁ ସୁବର୍ଣ୍ଣ ସୁଯୋଗ ଆସିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଗୁପ୍ତେଶ୍ୱର।

ମିଥୁନ: ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ଫଳାଫଳ ପାଇବେ। ସମ୍ମାନିତ ଲୋକଙ୍କ ସହିତ ମିଶିବେ। ଭାଇଭଉଣୀଙ୍କ ସହିତ ସମ୍ବନ୍ଧରେ ପ୍ରେମ ବଜାୟ ରହିବ। କୌଣସି ନିର୍ମାଣ କାର୍ୟ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ସାଇରାମ।

କର୍କଟ: କର୍ମକ୍ଷେତ୍ରରେ ଆପଣ ଯୋଦ୍ଧାଙ୍କ ଭଳି ରହିବେ। ଆର୍ଥିକ ଲାଭ ହେବ। ସନ୍ତାନଙ୍କ ଦାୟିତ୍ଵ ପୂର୍ତ୍ତି ହେବ। ବ୍ୟବସାୟରେ ନୂଆ ଦିଶା ମିଳିବ। ପ୍ରିୟବନ୍ଧୁଙ୍କ ସହିତ ସଂପର୍କ ମଜଭୁତ ହେବ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ସିଂହ: ପରିଶ୍ରମ ଦ୍ୱାରା ସମସ୍ତଙ୍କ ହୃଦୟ ଜିଣିନେବେ। ମାନ-ସମ୍ମାନ ବୃଦ୍ଧି ହେବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ମହିଳାମାନେ ପରିଧାନ ଓ ଗହଣା କିଣିବା ପାଇଁ ଉତ୍ସୁକ ହେବେ। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧୂସର। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ବ୍ୟବସାୟରେ କରିଆସୁଥିବା ପ୍ରୟାସରେ ସଫଳ ହେବେ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। ପ୍ରିୟ ବନ୍ଧୁଙ୍କ ସହିତ ଭ୍ରମଣରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଆତ୍ମଚିନ୍ତନରେ ଅଧିକ ସମୟ ବିତିବ। ପରିଶ୍ରମ ଅଧିକ କରନ୍ତୁ ସଫଳତା ମିଳିବାର ଯୋଗ ରହିଛି। ବୈଦେଶିକ ବେପାର ସମ୍ବନ୍ଧରେ ଭଲ ଖବର ପାଇବେ। ନାରାଜ ଥିବା ବନ୍ଧୁଙ୍କୁ ମନାଇନେବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ବିମଳା।

ବିଛା: ଚାକିରିରେ ଥିବା ବ୍ୟକ୍ତି ଓ ଚାକିରି ଅନେ୍ଵଷଣରେ ଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭକାରୀ ରହିବ। ଭାଇଭଉଣୀଙ୍କ ସହିତ ସମ୍ବନ୍ଧରେ ପ୍ରେମ ବଜାୟ ରହିବ। ରାଜନୀତିରେ ଲାଭ ପାଇବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଶୁଭରଙ୍ଗ:଼ ଧଳା। ଆରାଧନା: ମାଆ ସୁରେଶ୍ୱରୀ।

ଧନୁ: ବ୍ୟବସାୟରେ ବିକାଶ ଲାଗି ଅଧିକ ଧ୍ୟାନ ଦେବେ। ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ଶୁଣିବାକୁ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ୱରୀ।

ମକର: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ବହୁ ଦିନର ସ୍ୱପ୍ନ ସାକାର ହେବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଆୟ ସାଧନରେ ବୃଦ୍ଧି ହେବ। ଧର୍ମସଂସ୍ଥାକୁ ଦାନ ଦେଇପାରନ୍ତି। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ମଝିଘରିଆଣୀ।

କୁମ୍ଭ: ଆତ୍ମସମୀକ୍ଷାରେ ଅଧିକ ସମୟ ବ୍ୟୟ କରିବେ। ଆପଣଙ୍କର କୌଣସି ଇଚ୍ଛା ପୂରା ହେବ। ସମାଜରେ ମାନସମ୍ମାନ ପାଇବେ। ବାହାର କାମରେ ଗଲାବେଳେ ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ନାରାୟଣୀ।

ମୀନ: ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବ୍ୟବସାୟରେ ସଫଳତା ମିଳିବା ଯୋଗ ରହିଛି। ରାଜନୀତିରେ ବଡ଼ ଓ ପ୍ରତିଷ୍ଠିତ ଲୋକଙ୍କ ସହିତ ମେଳମିଳାପ ହେବ। ମହିଳାଙ୍କୁ ଆଜି ଢେର ଉପହାର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ୱର।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More