Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

24

ମେଷ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ସିନିୟରଙ୍କ ଠାରୁ କିଛି ଶିକ୍ଷା ଲାଭ କରିବେ। ପରିବାରରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ପାଇଁ ଚେଷ୍ଟା କରିବେ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। କୌଣସି ନିକଟ ସ˚ପର୍କୀୟଙ୍କଠାରୁ ଖୁସି ଖବର ମିଳିପାରେ। ବ୍ୟବସାୟରେ କିଛି ପରିବର୍ତ୍ତନ ଆଣି ଯଥେଷ୍ଟ ଲାଭ ପାଇବେ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।

ମିଥୁନ: ଆପଣଙ୍କ ମନରେ ସକାରାତ୍ମକ ଊର୍ଜା ସ˚ଚାର ହେବ। ପୂର୍ବରୁ କୌଣସି ସ୍ଥଗିତ ଥିବା କାର୍ଯ୍ୟର ସମାଧାନ ହେବ। ବ୍ୟବସାୟରେ ପରିବାରର ସହଯୋଗ ମିଳିବ। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

କର୍କଟ: ଦିନଟି ସବୁ ଦୃଷ୍ଟିରୁ ଭଲ। କ୍ୟାରିୟର ସମ୍ବନ୍ଧୀୟ ନୂଆ ଅବସର ମିଳିବ। ବନ୍ଧୁ ଓ ପାଖଲୋକଙ୍କ ସହିତ ସୌହାର୍ଦ୍ଦପୂର୍ଣ୍ଣ ସମ୍ବନ୍ଧ ରହିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରିୟ ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ସି˚ହ: କାର୍ଯ୍ୟ କରିବାର ଇଚ୍ଛା ଉଜ୍ଜୀବିତ ହେବ। ଠିକ୍ ସମୟରେ ଉଚିତ ନିର୍ଣ୍ଣୟ ନେବେ। ସାମାଜିକ କ୍ଷେତ୍ରରେ ଯଶ ବଢ଼ିବ। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ମନରେ ଦୟାର ଭାବନା ବଜାୟ ରହିବ। ମିତ୍ରଙ୍କ ସହିତ କିଛି ସମୟ ବିତେଇବେ। ଅଫିସରେ ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିପାରେ। ବ୍ୟବସାୟରେ ପରିଧି ବଢ଼ିବ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀଗଣେଶ।

ତୁଳା: ଆଜି ଆପଣ ନିଜକୁ ଊର୍ଜାଭରା ଅନୁଭବ କରିବେ। ମିତ୍ରଙ୍କ ସହଯୋଗରେ ଆପଣଙ୍କ କାମ ପୂରା ହେବ। ଅଚାନକ ଧନପ୍ରାପ୍ତି ହେବ। ଚାକିରିରେ ଉନ୍ନତି ହେବ। ପରିବାରର ବୟୋଜ୍ୟେଷ୍ଠଙ୍କ ଠାରୁ ପ୍ରେମ ଓ ଆଶୀର୍ବାଦ ପାଇବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଭୈରବୀ।

ବିଛା: ନୂଆ କାମ ଧନ୍ଦା ସମ୍ବନ୍ଧରେ ଚିନ୍ତା କରିବେ। ମିତ୍ରଙ୍କ ସାହାଯ୍ୟ ପାଇବେ। ଚାକିରିରେ ସକାରାତ୍ମକ ପରିବର୍ତ୍ତନ ହୋଇପାରେ। ପରିବାର ଲାଗି ଦିନଟି ଭଲ ରହିବ। ପ୍ରିୟବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ବର।

ଧନୁ: କୌଣସି କାର୍ଯ୍ୟ କରିବା ପୂର୍ବରୁ ବଡ଼ଙ୍କ ରାୟ ନିଅନ୍ତୁ। ସରକାରୀ କାର୍ଯ୍ୟରେ ଟିକେ ସମସ୍ୟା ଉତ୍ପନ୍ନ ହୋଇପାରେ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମକର: ଦିମାକରେ ଲାଗି ରହିଥିବା ନକାରାତ୍ମକ ଚିନ୍ତାଧାରା ସମାପ୍ତ ହୋଇଯିବ। ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ପ୍ରଚୁର ଲାଭ ପାଇବେ। ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଗଢ଼ିବା ଲାଗି ସୁନ୍ଦର ପ୍ରସ୍ତାବ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଗୁପ୍ତେଶ୍ବର।

କୁମ୍ଭ: ଦିନଟି ଆପଣଙ୍କ ଲାଗି ସହଜ ହେବ। ନୂଆ ବ୍ୟବସାୟ ଆରମ୍ଭ ଲାଗି ଭାବି ପାରନ୍ତି। ଚାକିରି ଖୋଜୁଥିବା ମହିଳାଙ୍କୁ ବଢ଼ିଆ ଚାକିରି ମିଳିବ। ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆପଣଙ୍କ ଉପରେ ପ୍ରଭୁଙ୍କ କୃପା ଦୃଷ୍ଟି ରହିଛି। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଆର୍ଥିକ ସ୍ଥିତି ମଜଭୁତ ହେବ। ଅଫିସରେ ଆପଣଙ୍କ କାମକୁ ନେଇ କର୍ତ୍ତୃପକ୍ଷ ଖୁସି ହେବେ। ବୈବାହିକ ଜୀବନ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More