Only for Entertainment

ରବିବାର ସ୍ପେଶାଲ ଆଚାରି ଚିକେନ !

Maunika Gowardhan
53

ପ୍ରାୟତଃ ଶୀତଦିନେ ଅଧିକାଂଶ ଲୋକ କିଛି ନା କିଛି ଚଟ୍‌ପଟା ଖାଦ୍ୟ ଖାଇବାକୁ ଭଲ ପା’ନ୍ତି। ଆଜି ଆମେ ସେଭଳି ଏକ ଚଟ୍‌ପଟା ଖାଦ୍ୟ ‘ଆଚାରି ଚିକେନ୍‌’ ଘରେ କିପରି ପ୍ରସ୍ତୁତ କରିବେ, ସେ ସମ୍ପର୍କରେ ଆପଣଙ୍କୁ ଟିପ୍‌ସ୍‌ ଦେବୁ।

ଆବଶ୍ୟକ ସାମଗ୍ରୀ: ଚିକେନ୍‌, କଟା ପିଆଜ, ପିଆଜ- ଅଦା-ରସୁଣ ବଟା, ଟମାଟୋ, କାଜୁ ପେଷ୍ଟ୍‌, ତେଲ, ଲବଙ୍ଗ, ଗୁଜୁରାତି, ଡାଲଚିନି, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଆମଚୁର ପାଉଡର, ଦହି, ଚାଟ୍‌ ମସଲା, ଆଚାର ଓ ଲୁଣ।

ପ୍ରସ୍ତୁତ ପ୍ରଣାଳୀ: ପ୍ରଥମେ ଚିକେନ୍‌କୁ ଭଲ ଭାବେ ଧୋଇ ସାରିବା ପରେ ଏଥିରେ ଲୁଣ, ହଳଦୀ ଓ ଅଳ୍ପ ଦହି ଗୋଳାଇ ମ୍ୟାରିନେଟ୍ କରି ରଖନ୍ତୁ।

ଏବେ ଏକ କଡ଼େଇରେ ତେଲ ଗରମ କରି ଏଥିରେ ଲବଙ୍ଗ, ଗୁଜୁରାତି ଓ ଡାଲଚିନି ପକାଇ ଭାଜନ୍ତୁ। ପରେ ଏଥିରେ କଟା ପିଆଜ ପକାଇ କିଛି ସମୟ ଭାଜନ୍ତୁ।

ଏବେ ଏଥିରେ ପିଆଜ, ଅଦା ଓ ରସୁଣ ବଟା ପକାଇ କିଛି ସମୟ କଷନ୍ତୁ। କିଛି ସମୟ କଷିବା ପରେ ଏଥିରେ ଟମାଟୋ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଏବଂ ଚାଟ୍‌ ମସଲା ପକାଇ ଆଉ କିଛି ସମୟ ଧୀମା ଆଞ୍ଚରେ କଷନ୍ତୁ।

ମସଲା କଷି ହୋଇ ଆସିଲେ, ଏଥିରେ ଚିକେନ୍‌, ଲୁଣ, ଆମଚୁର ପାଉଡର୍‌, କାଜୁ ପେଷ୍ଟ୍‌ ଏବଂ ଆଚାର ପକାଇ ପୁଣି କଷନ୍ତୁ। ଏବେ ଏହାକୁ ସିଝିବା ଲାଗି କିଛି ସମୟ ଘୋଡ଼ଣୀ ଦେଇ ଛାଡ଼ି ଦିଅନ୍ତୁ। ସିଝିଗଲା ପରେ ଏହାକୁ ପ୍ଲେଟ୍‌କୁ କାଢ଼ି ଦିଅନ୍ତୁ।

ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କ ଚଟ୍‌ପଟା ଆଚାରି ଚିକେନ୍‌। ଏବେ ଏହାକୁ ରୁଟି, ନାନ୍‌, ପରଟା ବା ରୁମାଲ୍‌ ରୁଟି ସହ ପରଷନ୍ତୁ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More