Only for Entertainment

ଭର୍ସାଟାଇଲ ଅଭିନେତା ଇର୍‌ଫାନ୍ ଖାଁଙ୍କ ୫୩ବର୍ଷ ବୟସରେ ପରଲୋକ

182

 

ମୁମ୍ବାଇ: ଅନ୍ତଃନଳୀ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଅଭିନେତା ଇର୍‌ଫାନ୍ ଖାଁ ପରଲୋକ ଗମନ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ମଙ୍ଗଳବାର ଦିନ ତାଙ୍କୁ ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ତାଙ୍କ ମୃତ୍ୟୁ ସମାଚାର ଚଳଚ୍ଚିତ୍ର ନିର୍ମାତା ସୁଜିତ୍ ସର୍କାର୍ ଟୁଇଟର୍‌ରେ ସେୟାର କରିଛନ୍ତି।

ନିରୋନଏଣ୍ଡୋକ୍ରାଇନ୍‌ ଟ୍ୟୁମର୍‌ରେ ଆକ୍ରାନ୍ତ ହୋଇଥିଲେ ବୋଲି ସେ ୨୦୧୮ରେ ଘୋଷଣା କରିଥିଲେ।

irfan khan

୨୦୧୯ରେ ଇର୍‌ଫାନ୍ ଅନେକ ମାସ ଧରି ବିଦେଶରେ ଚିକିତ୍ସାଧୀନ ଥିଲେ। ସେ ସମୟରେ ସେ ଗୋଟିଏ ମାତ୍ର ପ୍ରୋଜେକ୍ଟ୍‌ ହୋମି ଆଦାଜାନିଆଙ୍କ ‘ଅଙ୍ଗ୍ରେଜି ମିଡିୟମ୍’ରେ କାମ କରୁଥିଲେ।

ଶନିବାର ଦିନ ଇର୍‌ଫାନ୍‌ଙ୍କର ମାଆ ସଇଦା ବେଗମ୍‌ଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଥିଲା। ଭିଡିଓ କଲ୍ ଜରିଆରେ ଇର୍‌ଫାନ୍ ମାଆଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିଲେ ବୋଲି କୁହାଯାଇଥିଲା।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More