Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
42

ମେଷ: ମନ ପ୍ରସନ୍ନ ରହିବ। ମହତ୍ତ୍ବପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ। ଚାକିରିଆଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ସୁରେଶ୍ବରୀ।

ବୃଷ: ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ଫଳାଫଳ ପାଇବେ। ଯିବାକୁ ଥିବା ଯାତ୍ରା ଲାଭପ୍ରଦ ହେବ। ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇ ଖୁସି ହେବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ବିରଜା।

 

ମିଥୁନ: ଆପଣଙ୍କର ନୂଆ ଊର୍ଜା ଅନ୍ୟକୁ ପ୍ରଭାବିତ କରିବ। ପୂର୍ବରୁ କରିଥିବା ପରିଶ୍ରମ ଲାଗି ଆଜି ଯଥେଷ୍ଟ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ କୌଣସି ମହତ୍ତ୍ବପୂର୍ଣ୍ଣ ବୈଠକ ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ମନ ପ୍ରଫୁଲ୍ଲ ରହିବ। ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ। ସନ୍ତାନଙ୍କ ବିଶେଷ କାର୍ଯ୍ୟ କରିବାରେ ଧନ ଖର୍ଚ୍ଚ ହେବ। ସରକାରୀ ଚାକିରିଆଙ୍କ ଲାଗି ଦିନଟି ଉତ୍ତମ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ସମଲେଶ୍ବରୀ।

 

ସି˚ହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। ବ୍ୟବସାୟରେ ନୂଆ କାମର ଶୁଭାରମ୍ଭ ହୋଇପାରେ। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସନ୍ତୋଷୀ ମାତା।

 

କନ୍ୟା: ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ। ଆମଦାନିର ନୂଆ ଅବସର ପାଇବେ। ଚାକିରିଆଙ୍କୁ ସହକର୍ମୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

 

ତୁଳା: ଦିନଟି ଆପଣଙ୍କ ଲାଗି ଅନୁକୂଳ। ଯାହା ବି କାମ କରିବେ ସଫଳତା ହାସଲ କରିବେ। ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ଅଚାନକ ଧନଲାଭ ହେବ। ବିବାହ ପାଇଁ ଭଲ ପ୍ରସ୍ତାବ ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

 

ବିଛା: ଧାର୍ମିକ ପ୍ରବୃତ୍ତି ବୃଦ୍ଧି ହେବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। ବ୍ୟବସାୟ ବିସ୍ତାର ଲାଗି ନୂଆ ସୁଯୋଗ ମିଳିବ। ବୟୋଜ୍ୟେଷ୍ଠଙ୍କ ସହିତ ସମ୍ବନ୍ଧ ସ୍ଥାପନ ହେବ। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

 

ଧନୁ: ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ। ମିତ୍ର ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ସବୁ ସମସ୍ୟାର ସମାଧାନ ହୋଇଯିବ। ବ୍ୟବସାୟ ବିସ୍ତାର ପାଇଁ ସୁଯୋଗ ମିଳିବ। ଶୁଭରଙ୍ଗ: ମାଜେଣ୍ଡା। ଆରାଧନା: ମାଆ କାଳୀଜାଈ।

 

 

ମକର: ଆପଣଙ୍କ ହାସ୍ୟକୌତୁକ ସ୍ବଭାବ ସମସ୍ତଙ୍କୁ ଭଲ ଲାଗିବ। ବ୍ୟବସାୟରୁ ଧନଲାଭ ହେବ। ପରିବାର ଲାଗି ଦିନଟି ଭଲ ରହିବ। କୋର୍ଟ କଚେରି ମାମଲାରେ ସଫଳତା ମିଳିବ। ଭଲ ଓକିଲଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

 

କୁମ୍ଭ: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବ୍ୟବସାୟରେ ଅଟକିଥିବା ପଇସା ପାଇବେ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

 

ମୀନ: ଆଜି ଆପଣ ନିଜର ଊର୍ଜାକୁ ଠିକ ରୂପେ ବ୍ୟବହାର କରିବେ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ହାସଲ କରିବେ। ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସତ୍ୟନାରାୟଣ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More