Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
28

ମେଷ: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। ନୂଆ ଚାକିରି ମିଳିବାର ଯୋଗ ରହିଛି। ସମ୍ମାନିତ ଲୋକଙ୍କ ସହିତ ମିଶିବେ। ସାମାଜିକ କ୍ଷେତ୍ରରେ ଯଶ ମିଳିବ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଦିନଟି ଆପଣଙ୍କ ଲାଗି ସହଜ ହେବ। ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହୋଇଯିବ। ବେକାରଙ୍କୁ ରୋଜଗାରର ଅବସର ମିଳିବ। ବିବାହିତଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଛାତ୍ରଙ୍କୁ ସଫଳତା ଲାଗି ପରିଶ୍ରମ ଅଧିକ କରିବାକୁ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ରାମଚଣ୍ତୀ।

ମିଥୁନ: ପ୍ରଭାବଶାଳୀ ଲୋକଙ୍କ ସହଯୋଗ ଆପଣଙ୍କ ଉତ୍ସାହକୁ ଦିଗୁଣା କରିବ। ବ୍ୟବସାୟରେ ନୂଆ ସଉଦା ହେବ। ସଉଦାରୁ ଆଶା ଠୁଁ ଅଧିକ ଲାଭ ହେବ। ଧାର୍ମିକ କାର୍ଯ୍ୟରେ ଆପଣଙ୍କର ରୁଚି ଜାଗ୍ରତ ହେବ। ପିଲାଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ସବୁଜ। ଆରାଧନା: ହର ପାର୍ବତୀ

କର୍କଟ: ଆପଣ ଟିକେ ବିଷାଦଗ୍ରସ୍ତ ରହିବେ। ସମସ୍ୟାକୁ ନେଇ ମିତ୍ରଙ୍କ ସହିତ କଥାବାର୍ତ୍ତା କରନ୍ତୁ, ମନ ହାଲୁକା ହେବ। ନୂଆ କ˚ପାନିରେ ଚାକିରିର ପ୍ରସ୍ତାବ ମିଳିପାରେ। ଅଚାନକ ଧନଲାଭ ହେବ। ଛାତ୍ରମାନେ ପରୀକ୍ଷାରେ ଖୁବ୍‌ ଭଲ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ବିରଜା।

 

ସି˚ହ: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ‌େର ବଡ଼ ସଉଦା ଲାଗି ଦୂରସ୍ଥାନକୁ ଯାତ୍ରାରେ ଯିବେ। ରାଜନୈତିକ ମହତ୍ତ୍ବାକା˚କ୍ଷା ପୂରା ହେବ। ଅଧୢାପକଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

 

କନ୍ୟା: ଶାସନରେ ଥିବା ଲୋକଙ୍କ ସହିତ ସ˚ପର୍କ ବଢ଼ିବ। ତାଙ୍କ ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇପାରନ୍ତି। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ତାରିଣୀ।

 

ତୁଳା: ସକାରାତ୍ମକ ତରଙ୍ଗରେ ପୂର୍ଣ୍ଣ ରହିବେ। ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ। ଅଚାନକ ଧନଲାଭ ହେବ। ଆଜି ବହୁମୂଲ୍ୟ ବସ୍ତୁ କିଣିବା ଲାଗି ମନରେ ଆଗ୍ରହ ସୃଷ୍ଟି ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ରାମଚଣ୍ତୀ।

ବିଛା: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। କୌଣସି ସିନିୟରଙ୍କ ସହଯୋଗରେ ସ୍ଥଗିତ ଥିବା କାମ ପୂରା ହୋଇଯିବ। ରାଜନୀତିରେ ସଫଳତା ପାଇବେ। ବ୍ୟବସାୟରେ ଧନଲାଭ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।


ଧନୁ: ପୂଜାର୍ଚ୍ଚନାରେ ଅଧିକ ଏକାଗ୍ରତା ଅନୁଭବ କରିବେ। ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ। ନୂଆ ବ୍ୟବସାୟରେ ବାପା ଓ ଭାଇଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ମକର: ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ। ଭାବିଥିବା ସବୁ କାମ ପୂରା ହେବ। ଅଚାନକ ଧନଲାଭ ହେବ। ପ୍ରେମିକଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା ପ୍ରସ୍ତୁତ କରିବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

 

କୁମ୍ଭ: ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ; ଲାଭ ହେବ। ଆପଣଙ୍କର ଆବଶ୍ୟକତାକୁ ପୂରା କରିବା ପାଇଁ ବନ୍ଧୁଙ୍କ ସାହାଯ୍ୟ ପାଇବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ରାଜନୀତିରେ ଲାଭ ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ବାବା ଆଖଣ୍ତଳମଣି।

¢ମୀନ: ଦିନଟିର ଆରମ୍ଭ ଖୁସିର ସହିତ ହେବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଘରେ ଭୋଜିର ଆୟୋଜନ କରିପାରନ୍ତି। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯିବାର ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More