Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
25

ମେଷ: କାମ ପ୍ରତି ଆପଣଙ୍କ ବିଚାରକୁ ସକାରାତ୍ମକ ରଖନ୍ତୁ। ପୂର୍ବରୁ କରିଥିବା କାମରୁ ଆପଣଙ୍କୁ ଲାଭ ମିଳିବ। ଜୀବନସାଥୀଙ୍କ ବ୍ୟବହାରରେ ଆପଣଙ୍କୁ ଖୁସି ମିଳିବ। ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ରହିବେ। ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି ସେମାନଙ୍କୁ ଲାଭ ପ୍ରାପ୍ତ ହେବ। ଚାକିରିରେ ଦରମା ବଢ଼ିପାରେ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀକୃଷ୍ଣ।

ମିଥୁନ: ଦିନଟି ଆପଣଙ୍କ ପାଇଁ ବଢ଼ିଆ ରହିବ। କୌଣସି ନୂଆ ଯୋଜନା ସମ୍ମୁଖକୁ ଆସିପାରେ। କର୍ମସାଥୀଙ୍କ ସହଯୋଗ ମିଳିବ। ଅଫିସରେ କର୍ତ୍ତୃତ୍ବ ବଢ଼ିବ। ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ। ଛାତ୍ରଙ୍କୁ ପରିଶ୍ରମ ଅନୁସାରେ ଯଥେଷ୍ଟ ସୁଫଳ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କର୍କଟ: ଭାଗ୍ୟ ଉଜ୍ଜ୍ବଳ ରହିବ। ଚାକିରି ବୃତ୍ତିରେ ଲାଗି ରହିଥିବା ଅଶାନ୍ତି କମ୍‌ ହେବ। ଶିକ୍ଷା କ୍ଷେ଼ତ୍ରରେ ଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ। ଅଚାନକ ଧନପ୍ରାପ୍ତି ହେବ। ନୂଆ ଜାଗାକୁ ଭ୍ରମଣରେ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ପ୍ରୀତିମୟ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

 

ସି˚ହ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। କୌଣସି ନୂଆ ଯୋଜନାକୁ କ୍ରିୟାନ୍ବିତ କଲେ ଲାଭ ହୋଇପାରେ। ଚାକିରି ସମ୍ବନ୍ଧରେ ଭଲ ଖବର ପାଇବେ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଖାଦ୍ୟ-ପାନୀୟର ମଜା ନେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

କନ୍ୟା: ଭାଗ୍ୟ ଆପଣଙ୍କର ସାଥ ଦେବ। ଅଧିକାରୀଙ୍କ ସହିତ ବିଶେଷ କାର୍ଯ୍ୟକୁ ନେଇ ଆଲୋଚନା ହୋଇପାରେ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ। ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଭଲ। ଶୁଭରଙ୍ଗ: ସବୁଜ। ଆରାଧନା: ଲକ୍ଷ୍ମୀ ନାରାୟଣ।

 

ତୁଳା: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଯାହା ବି କାମ କରିବେ ସଫଳତା ପାଇବେ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ବ୍ୟବସାୟର ନୂଆ ଦିଗ ମିଳିବ। ଦୂରସ୍ଥାନକୁ ଯାତ୍ରା ପାଇଁ ଯୋଜନା କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ଚାକିରି ଓ ବ୍ୟବସାୟରେ ସ୍ଥିତି ଭଲ ରହିବ। ବିଶେଷ ମାମଲାରେ ସମାଧାନ ଶୀଘ୍ର ମିଳିଯିବ। ରାଜନୀତି କ୍ଷେତ୍ରରେ ଥିବା ମହିଳାମାନେ ସୀମା ବୃଦ୍ଧି କରିବାକୁ ଉଦ୍ୟମ କରିବେ। ଛାତ୍ରଙ୍କୁ ପରିଶ୍ରମର ପୂରା ଫଳ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

 

ଧନୁ: ପ୍ରଭୁଙ୍କ ସ୍ମରଣରେ ଆତ୍ମସନ୍ତୋଷ ମିଳିବ। ଅଫିସ କାମରେ ସହଯୋଗୀଙ୍କ ସାହାଯ୍ୟ ମିଳିବ। ବ୍ୟବସାୟରେ ପୂର୍ବରୁ ହୋଇଥିବା ଫଇସଲା ଲାଭଦାୟକ ହେବ। ଜୀବନସାଥୀଙ୍କୁ ଉପହାର ଦିଅନ୍ତୁ; ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ କୀଚକେଶ୍ବରୀ।

 

ମକର: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ନଜରକୁ ଆସିବ। ବନ୍ଧୁଙ୍କ ଠାରୁ ଭଲ ଖବର ପାଇବେ। ଅଫିସ ଆଲୋଚନାରେ ଆପଣ ନୂଆ ଲୋକଙ୍କ ସହିତ ମିଶିବେ। ତାଙ୍କ ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଦୁର୍ଗା।

 

କୁମ୍ଭ: ଦିନଟି ଆପଣଙ୍କ ପାଇଁ ବିଶେଷ ଫଳଦାୟୀ। କିଛି ନୂଆ କରିବା ପାଇଁ ଭାବିବେ। ବ୍ୟବସାୟରେ ବଡ଼ ସଉଦା କରିପାରନ୍ତି। ସଙ୍ଗୀତ କଳା କ୍ଷେତ୍ରରେ ସଫଳତା ପାଇବେ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ବଗଳାମୁଖୀ।

 

 

ମୀନ: ଆଜି ଦିନଟି ପୂର୍ବଦିନ ଅପେକ୍ଷା ଭଲ ରହିବ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ସାଥୀ ମିଳିବେ। ସରକାରୀ କାମରେ ଲାଭ ମିଳିବାର ଯୋଗ ରହିଛି। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ହାସଲ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More