Only for Entertainment

ଜାଣନ୍ତୁ ଆଜିର ରାଶିଫଳ

122

ମେଷ: ଆପଣଙ୍କୁ ଭାଗ୍ୟର ପୂରା ସାଥ ମିଳିବ। କାମ କରିବା ଗତିରେ ଯଥେଷ୍ଟ ଉତ୍ସାହ ରହିବ। ବ୍ୟବସାୟ ସମ୍ବନ୍ଧିତ ଜରୁରୀ ଫଇସଲା ନେବେ। ଆପଣଙ୍କୁ କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ। ଶୁଭରଙ୍ଗ: କଫି। ଆରାଧନା: ମାଆ ଭୈରବୀ।

ବୃଷ: ଆଜି ଆପଣ ଏଭଳି କାର୍ଯ୍ୟ କରନ୍ତୁ, ଯାହା ଆପଣ କରିପାରିବେ। ଆପଣଙ୍କ ଭାବନାକୁ ସକାରାତ୍ମକ ରଖନ୍ତୁ। ବ୍ୟବସାୟୀ କୌଣସି ଅନୁଭବୀଙ୍କ ରାୟ ନେଇ ଆଗକୁ ବଢ଼ନ୍ତୁ। ସ୍ବାସ୍ଥ୍ୟରେ ଉନ୍ନତି ଅବନତି ଲାଗି ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

ମିଥୁନ: ଆପଣ ଖୋଦ୍‌କୁ ଊର୍ଜାବାନ ଅନୁଭବ କରିବେ। ବ୍ୟବସାୟ ବୃଦ୍ଧି ଲାଗି ନିକଟ ସ˚ପର୍କିୟ ସହଯୋଗ କରିବେ। କୌଣସି ଜରୁରୀ କାମ ଧନ୍ଦାରେ ଯାତ୍ରାର ଯୋଗ ରହିଛି। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କର୍କଟ: ଆପଣଙ୍କ ଭାଗ୍ୟର ତାରକା ଉଜ୍ଜ୍ବଳ ରହିବ। ଭାବିଥିବା ସବୁ କାମ ପୂରା ହୋଇଯିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ କୌଣସି ଉଚ୍ଚପଦକୁ ମନୋନୀତ ହୋଇପାରନ୍ତି। ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ପରିବାର ଲୋକଙ୍କ ସହିତ ଆନନ୍ଦର ମୁହୂର୍ତ୍ତ ବିତେଇବେ। ଆପଣଙ୍କର କୌଣସି ଇଚ୍ଛା ପୂରା ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ଆପଣଙ୍କ କଥାକୁ ଅଫିସର କର୍ତ୍ତୃପକ୍ଷ ସକାରାତ୍ମକରେ ନେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

 

 

କନ୍ୟା: ଆପଣଙ୍କ ମନ ଆଧୢାତ୍ମିକ ଦିଗରେ ଅଧିକ ଲାଗି ରହିବ। ଅନ୍ୟମାନଙ୍କ ଆଗରେ ଆପଣଙ୍କର କଥାକୁ ସ୍ପଷ୍ଟ କୁହନ୍ତୁ। ଆପଣଙ୍କ କାମ ଆରାମରେ ପୂରା ହୋଇଯିବ। ଦାଂପତ୍ୟ ଜୀବନ ବଢ଼ିଆ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଶାରଳା।

ତୁଳା: ସମସ୍ତଙ୍କୁ ସାଥୀରେ ନେଇ ଆଗକୁ ବଢ଼ିବାର ଦିନଟିଏ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ଆପଣଙ୍କୁ ଅଚାନକ ଧନଲାଭ ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ଶୁଭରଙ୍ଗ: ଧୂସର। ଆରାଧନା: ଶ୍ରୀକୃଷ୍ଣ।

 

ବିଛା: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ବରିଷ୍ଠଙ୍କ ପରାମର୍ଶରେ ଆପଣ କୌଣସି ବଡ଼ ପଦକ୍ଷେପ ନେବେ। କାରବାରରେ ଆପଣଙ୍କୁ ଲାଭ ହେବ। ଦାଂପତ୍ୟ ଜୀବନରେ ତାଳମେଳ ରହିବ ଓ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।

 

ଧନୁ: ଆପଣଙ୍କ ଆଖପାଖରେ ମଧୁର ବାତାବରଣ ରହିବ। ପଡେ଼ାଶୀଙ୍କ ଠାରୁ ଭଲ ଖବର ପାଇବେ। ପୂର୍ବରୁ କରିଥିବା କାମରୁ ଆଜି ଆପଣଙ୍କୁ ଫାଇଦା ହେବ। ଛାତ୍ରଛାତ୍ରୀମାନେ ପଢ଼ିବା ଲେଖିବାରେ ବିଶେଷ ଧୢାନ ଦେବା ଜରୁରତ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।

 

ମକର: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ। ଫୋନରେ ନିକଟ ସ˚ପର୍କିୟଙ୍କ ସହିତ ଲମ୍ବା ସମୟ ଧରି କଥାବର୍ତ୍ତା ହେବେ। କାମରେ ଏକାଗ୍ରତାରୁ ଆପଣଙ୍କୁ ସଫଳତା ମିଳିବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ଶ୍ରୀଗଣେଶ।

 

କୁମ୍ଭ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। କାର୍ଯ୍ୟକ୍ଷେତ୍ରରେ ଆହ୍ବାନର ସାମନା କରିପାରିବେ। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ। ନୂଆ ଅନୁବନ୍ଧ ପାଇଁ ଭଲ ସମୟ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଲକ୍ଷ୍ମୀ।

ମୀନ: ବ୍ୟବସାୟୀଙ୍କ ପାଇଁ ଦିନଟି ଅନୁକୂଳ। ସଫଳତା ପାଇବା ଦିଗରେ ଅଗ୍ରସର ହେବେ। ଚାକିରି ତଲାସରେ ଥିବା ମହିଳାମାନଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More