Only for Entertainment

ଜାଣନ୍ତୁ ଆଜିର ରାଶିଫଳ

146

ମେଷ: ଧୢାନ ଓ ଯୋଗ ମାଧୢମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: ଧଳା

 

 

ମିଥୁନ: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

କର୍କଟ: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ସରସ୍ବତୀ।

ସି˚ହ: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

କନ୍ୟା: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାଂପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ତୁଳା: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ କିଚକେଶ୍ବରୀ।

ବିଛା: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ଧନୁ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ଶାରଳା।

ମକର: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

 

କୁମ୍ଭ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାର ଦିନଟିଏ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଅମ୍ବିକା।

ମୀନ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

 

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More