Only for Entertainment

ଜାଣନ୍ତୁ ଆଜିର ରାଶିଫଳ

horoscope
0 52

ମେଷ: ଭାବିଚିନ୍ତି ବଡ଼ ଫଇସଲାର ଅନ୍ତିମ ରୂପ ଦିଅନ୍ତୁ। ଆର୍ଥିକ ସ୍ଥିତି ଦୁର୍ବଳ ହେବାରୁ ଜରୁରୀ କାମ ସ୍ଥଗିତ ହେବ। କୁତର୍କରୁ ନିବୃତ୍ତ ରହନ୍ତୁ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। ନୂଆ ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ନୂଆ କାର୍ଯ୍ୟ ଆରମ୍ଭ କରିବା ଲାଗି ଦିନଟି ଶୁଭ। ଆର୍ଥିକ ସ୍ଥିତି ମଜଭୁତ ହେବ। ପରିବାରରେ ଖୁସିର ମାହୋଲ ରହିବ। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ଭୂସଂପତ୍ତି ମାମଲାରେ ବଡ଼ ଫଇସଲା ହୋଇପାରେ। ପ୍ରେମ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ଡୀ।

ମିଥୁନ: ବ୍ୟବସାୟ ଓ ଚାକିରିରେ ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଆପଣଙ୍କର ପଦ ପ୍ରତିଷ୍ଠା ବଢ଼ିପାରେ। କଳାକାରଙ୍କ ଲାଗି ଦିନଟି ଅନୁକୂଳ। ଆପଣଙ୍କ ପ୍ରତିଭା ଲୋକଙ୍କୁ ପ୍ରେରଣା ଦେବ। ମହିଳାମାନେ ଖୁସିର ସହିତ ଜିନିଷପତ୍ର କିଣିବେ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଆଖଣ୍ଡଳମଣି।

 

କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଜରୁରୀ କାମ ମିତ୍ରଙ୍କ ସହାୟତାରେ ପୂରା ହୋଇଯିବ। ଅଫିସରେ ଆପଣଙ୍କ କାମକୁ ପ୍ରଶଂସା ମିଳିବ। ଅବିବାହିତଙ୍କ ଲାଗି ବଢ଼ିଆ ବିବାହ ପ୍ରସ୍ତାବ ଆସିବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀକୃଷ୍ଣ।

ସିଂହ: ଯଥେଷ୍ଟ ରୋମାଣ୍ଟିକ ମନୋଭାବରେ ରହିବେ। ଅଭିନୟ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଅଫିସରୁ ଘରକୁ ଫେରିବା ସମୟରେ ବନ୍ଧୁଙ୍କ ସହିତ ମତଭେଦ ହେବ। ବିଦ୍ୟାର୍ଥୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: ଦିନଟି ଆପଣଙ୍କ ଲାଗି ନୂଆ ସ୍ୱାଗତ ନେଇ ଆସିଛି। ସିନିୟରଙ୍କ ସହଯୋଗରେ ଆପଣଙ୍କର କିଛି ଆଶା ପୂରା ହେବ। ଆପଣଙ୍କ ପ୍ରତିଷ୍ଠା ବଢ଼ିବ ଓ ଉପହାର ମିଳିପାରେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।

 

ତୁଳା: ନୂଆ କାର୍ଯ୍ୟକୁ ନେଇ ଯୋଜନା ପ୍ରସ୍ତୁତ କରିବେ। ଜୀବନସାଥୀଙ୍କ ସହଯୋଗ ପାଇବେ। ଓକିଲଙ୍କ ପାଇଁ ଦିନଟି ଲାଭଦାୟକ ରହିବ। ସମସ୍ୟାର ସମାଧାନ ସହଜରେ ହେବ। ପ୍ରିୟବନ୍ଧୁ କୌଣସି ଉପହାର ଦେଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ବିଛା: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। ସବୁ ଲୋକ ଆପଣଙ୍କ କାମରେ ଯଥେଷ୍ଟ ପ୍ରଭାବିତ ହେବେ। ବକେୟା ପଇସା ମିଳିପାରେ। ଲେଖକଙ୍କୁ ପୁରସ୍କାର ମିଳିବାର ସମ୍ଭାବନା ରହିଛି। ଜମିରେ ନିବେଶ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଗୁପ୍ତେଶ୍ୱର।

 

ଧନୁ: ଆଜି ଆପଣ ନିଜକୁ ପୂରାପୂରି ଊର୍ଜାଭରା ଅନୁଭବ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ଲାଗି ଯୋଜନା କରିପାରନ୍ତି। କୌଣସି ବ୍ୟକ୍ତିଙ୍କ ସହିତ ମନର ମେଳ ହେବ। ଛାତ୍ରଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ। ମହିଳାଙ୍କୁ ଜିନିଷ କିଣିବାରେ ଫାଇଦା ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ପାଟଣେଶ୍ୱରୀ।

ମକର: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ। ଆପଣଙ୍କୁ ନିଜ ପରିଶ୍ରମର ବଢ଼ିଆ ଫଳ ମିଳିବ। ରାଜନୀତିରେ ବରିଷ୍ଠ ଓ ପ୍ରତିଷ୍ଠିତ ଲୋକଙ୍କ ସହିତ ମେଳ ମିଳାପ ବଢ଼ିବ। ଲେଖକଙ୍କ ପାଇଁ ଦିନଟି ଶୁଭ। ପ୍ରେମ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: ସୁଖ ଓ ସୌଭାଗ୍ୟ ବୃଦ୍ଧି ହେବ। ଚାକିରି ପେସାଧାରୀ ବ୍ୟକ୍ତିଙ୍କୁ ଉଚ୍ଚ କର୍ତ୍ତୃପକ୍ଷଙ୍କ ସାହାଯ୍ୟ ମିଳିବ। ବ୍ୟବସାୟରେ ନୂଆ ସୁଯୋଗ ମିଳିବ। ସଙ୍ଗୀତ ଛାତ୍ରଙ୍କ ଲାଗି ଦିନଟି ଶୁଭ। ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ସମଲେଶ୍ୱରୀ।

ମୀନ: ମନ ପ୍ରଫୁଲ୍ଲ ରହିବ। ନିଜର ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରନ୍ତୁ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। କୌଣସି ଶୁଭ ଖବର ପାଇବେ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଲକ୍ଷ୍ମୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More