Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
0 38

ମେଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ। ଆପଣ ଏଭଳି କୌଣସି ବ୍ୟକ୍ତିଙ୍କ ସହିତ ମିଶିବେ ଯାହା ଦ୍ଵାରା ଜୀବନରେ ପରିବର୍ତ୍ତନ ଆସିବ। ରାଜନୀତିରେ ସଫଳତା ମିଳିବ। ପାରିବାରିକ ଜୀବନ ସୁଖ ଶାନ୍ତିଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ୱରୀ।

 

ବୃଷ: ଭାଗ୍ୟ ଆପଣଙ୍କୁ ସାଥ ଦେବ। ଦୀର୍ଘ ଦିନର କୌଣସି ଆଶା ପୂରା ହେବ। ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ସକାରାତ୍ମକତାରେ ନେବେ। ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି। ଖାଦ୍ୟ ପାନୀୟର ମଜା ନେବେ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।


ମିଥୁନ: ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ। ବିରୋଧୀଙ୍କ ପ୍ରତି ସତର୍କ ରହିବାର ଆବଶ୍ୟକତା ରହିଛି। ଅନ୍ୟମାନଙ୍କ ସହିତ ମହତ୍ତ୍ଵପୂର୍ଣ୍ଣ କଥା ଆଲୋଚନା କରନ୍ତୁ ନାହିଁ। ରାସ୍ତାରେ ଯିବା ସମୟରେ ଟ୍ରାଫିକ ନିୟମ ମାନନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଲିଙ୍ଗରାଜ।

 

କର୍କଟ: ଆପଣଙ୍କର ଭାବନା ଯଥେଷ୍ଟ ସକାରାତ୍ମକ ରହିବ। ଅଫିସରେ କୌଣସି ସିନିୟରଙ୍କ ସହାୟତାରେ ସ୍ଥଗିତ ଥିବା କାମ ପୂରା ହୋଇଯିବ। ବ୍ୟବସାୟରେ ନୂଆ ସଉଦା ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 


ସିଂହ: ଆପଣଙ୍କ ମନରେ ଦୟାର ଭାବନା ବଜାୟ ରହିବ। ପାରିବାରିକ ସମସ୍ୟାରେ ଆପଣଙ୍କ ମନ୍ତବ୍ୟ ସକାରାତ୍ମକ ରହିବ। ରାଜନୀତି କରୁଥିବା ବ୍ୟକ୍ତିଙ୍କ ଭାଗ୍ୟର ତାରକା ଉଜ୍ଜ୍ଵଳ ହୋଇପାରେ। ଆପଣଙ୍କର କାରବାର ବୃଦ୍ଧି ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ କାଳୀଜାଈ।

 


କନ୍ୟା: ସମସ୍ୟାର ସମାଧାନ ନୂଆ କୌଶଳରେ କରିନେବେ। ଆମଦାନିର ରାସ୍ତା ଉନ୍ମୁକ୍ତ ପାଇଁ ପରିଶ୍ରମ ଅଧିକ କରିବେ। ସାର୍ବଜନିକ ଜୀବନରେ ଯଶ, ମାନ ଓ ପ୍ରତିଷ୍ଠା ପାଇବେ। ଜୀବନସାଥୀଙ୍କୁ ଖୁସି ରଖିବା ଲାଗି ଉପହାର ଦେବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

 

ତୁଳା: ଲାଭ-କ୍ଷତି ହିସାବରେ ଅଧିକ ସମୟ କଟିବ। ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। ନିଜ ବ୍ୟବହାର ପ୍ରତି ଟିକେ ସତର୍କ ରହନ୍ତୁ। ମହିଳାଙ୍କୁ ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

 

ବିଛା: ଆଜି ଆପଣଙ୍କୁ କିଛି ଶୁଭ ଖବର ମିଳିପାରେ। ଘର ସଫାସୁତୁରା ରଖନ୍ତୁ, ସୁଖ ଓ ସମୃଦ୍ଧି ବୃଦ୍ଧି ହେବ। କୌଣସି ବିଶେଷ କାର୍ଯ୍ୟ ଅତି ଶୀଘ୍ର କରିଦେବେ। ଜୀବନସାଥୀଙ୍କ ସହିତ ତାଳମେଳ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

 

ଧନୁ: ଆପଣଙ୍କ ଅନ୍ତରଆତ୍ମା ପ୍ରଖର ରହିବ। ଆପଣଙ୍କ ସାମନାକୁ ଆସୁଥିବା ବ୍ୟକ୍ତିଙ୍କ ମନୋଭାବକୁ ଶୀଘ୍ର ବୁଝିନେବେ। ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପ୍ରେମ ଆବେଦନ କରିବା ପାଇଁ ଭଲ ସମୟ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ କୀଚକେଶ୍ୱରୀ।

 


ମକର: ବେପାରରୁ ଆଶାତୀତ ଫଳ ପାଇବେ। କୌଣସି ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ପାଇବେ। କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଆଖଣ୍ଡଳମଣି।

 

କୁମ୍ଭ: ଜଟିଳ ପ୍ରଶ୍ନର ସମାଧାନ ମିଳିବ। ଆପଣଙ୍କ ସାମାଜିକ କାମଧନ୍ଦାରେ ଲୋକେ ପ୍ରଭାବିତ ହେବେ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିରେ କୌଣସି ବିଶେଷ ଦାୟିତ୍ଵ ଗ୍ରହଣ କରିବେ। କମ ଦାମ୍‌ରେ ଭଲ ଭବନ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

ମୀନ: ଦିନଟି ଲାଭପ୍ରଦ ରହିବ। ଆଗକୁ ବଢ଼ି ଚାଲନ୍ତୁ; ବନ୍ଧୁଙ୍କ ମାଧ୍ୟମରେ ଲାଭ ପାଇବେ। କଳାକାରଙ୍କ ଲାଗି ଦିନଟି ଅନୁକୂଳ। ଆପଣଙ୍କ ପ୍ରତିଭା ଲୋକଙ୍କୁ ପ୍ରେରଣା ଦେବ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More