Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

horoscope
0 42

ମେଷ: ଦିନଟି ଉତ୍ସାହ ବର୍ଦ୍ଧକ ରହିବ। କାମ ଓ ପରିଶ୍ରମରୁ ଆପଣଙ୍କୁ ପୂରା ଫାଇଦା ମିଳିବ। ଅଫିସରେ ଆପଣଙ୍କ ପରାମର୍ଶକୁ କର୍ତ୍ତୃପକ୍ଷ ପ୍ରଶଂସା କରିବେ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଲାଲ। ଆରାଧନା: ବାବା ଲିଙ୍ଗରାଜ।

ବୃଷ: ଦିନଟି ଖୁସି ଭରା ରହିବ। ଆପଣ ନିଜ ବ୍ୟବହାରରେ ଲୋକଙ୍କ ହୃଦୟ ଜିଣିବେ। କାଚ ବ୍ୟବସାୟୀଙ୍କୁ ଆଜି ବିଶେଷ ଫାଇଦା ହେବ। ଅଫିସରେ ଭଲ କାମ ପାଇଁ ପଦୋନ୍ନତି ମିଳିବ। ପ୍ରେମ ସମ୍ବନ୍ଧ ଭଲ ରହିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ମିଥୁନ: ଦିନଟି ଦୁଃଖ ସୁଖଭରା ରହିବ। କାର୍ଯ୍ୟ କ୍ଷେତ୍ରରେ ଅବରୋଧ ହେବ। ଲାଭର ସ୍ଥିତି ହ୍ରାସ ହୋଇପାରେ। ମାନସିକ ଶାନ୍ତି ପାଇବା ଲାଗି ଆଧ୍ୟାତ୍ମିକ ଦିଗରେ ମନ ବଳାଇ ପାରନ୍ତି। ବୈବାହିକ ଜୀବନରେ କିଛି କଥାକୁ ନେଇ ମତଭେଦ ହୋଇପାରେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ସନ୍ତୋଷୀ ମାତା।

କର୍କଟ: ଦିନଟି ଆପଣଙ୍କ ପାଇଁ ସ୍ମରଣୀୟ। କିଛି ନୂଆ ଶିକ୍ଷା ଲାଭ କରିବେ। ବଜାରରେ ଅଟକିଥିବା ପଇସା ମିଳିପାରେ। ଚାକିରିଆଙ୍କୁ ପାରିତୋଷିକ ମିଳିପାରେ। ଛାତ୍ରମାନେ ନିଜର ପରିଯୋଜନାରେ ଅଧିକ ପରିଶ୍ରମ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ସିଂହ: ବ୍ୟବସାୟରେ ବିସ୍ତାର ଲାଗି ନୂଆ ପ୍ରସ୍ତାବ ପାଇବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ଚାକିରିଆଙ୍କ ଲାଗି ଦିନଟି ଭଲ। ପ୍ରମୋସନ ମିଳିପାରେ। ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।

କନ୍ୟା: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ସୁବର୍ଣ୍ଣ ସୁଯୋଗ ମିଳିବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରଙ୍କୁ କୌଣସି ମିତ୍ର ସାହାଯ୍ୟ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ତୁଳା: ପୂରା ଦିନ ସତର୍କ ରହିବାର ଆବଶ୍ୟକତା ରହିଛି। ବଡ଼ଙ୍କ ରାୟ ଗ୍ରହଣ କରନ୍ତୁ, ଭଲ ହେବ। ଅଫିସରେ କୌଣସି କଥାକୁ ନେଇ କର୍ତ୍ତୃପକ୍ଷଙ୍କ ସହିତ ମତଭେଦ ହୋଇପାରେ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

ବିଛା: ସୌଭାଗ୍ୟ ପ୍ରାପ୍ତିର ଦିନଟିଏ। ବ୍ୟବସାୟ ପାଇଁ ଭଲ ପ୍ରସ୍ତାବ ପାଇବେ। ସ୍ୱାଧୀନ ସଂସ୍ଥାରେ ଚାକିରି କରୁଥିବା ମହିଳାଙ୍କର ପଦୋନ୍ନତି ହୋଇପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

ଧନୁ: ଆପଣଙ୍କ ଭିତରେ ନୂଆ ଊର୍ଜା ସଂଚାର ହେବ। ଇଚ୍ଛା ପୂରା କରିବାର ପ୍ରୟାସ ସଫଳ ହେବ। ଚାକିରିଆଙ୍କୁ ସହଯୋଗୀଙ୍କ ସହଯୋଗ ମିଳିବ। ସନ୍ଧ୍ୟା ସମୟରେ ଶୁଭ ଖବର ମିଳିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମକର: ଦିମାକରେ ଲାଗି ରହିଥିବା ନକରାତ୍ମକ ଚିନ୍ତାଧାରା ସମାପ୍ତ ହେବ। କ୍ୟାରିୟରର ଠିକ୍‌ ଦିଶାରେ ଅଗ୍ରସର ହେବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ସୁରେଶ୍ୱରୀ।

କୁମ୍ଭ: ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ବ୍ୟବସାୟରେ ମନ ଚାହୁଁଥିବା ସଫଳତା ପାଇବେ। ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ। ଛାତ୍ରଙ୍କ ପାଇଁ ଦିନଟି ଭଲ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ମୀନ: ଭାଗ୍ୟର ସହଯୋଗ ପାଇବେ। ପ୍ରତ୍ୟେକ କାମ ବିନା ବିଘ୍ନରେ ସଂପନ୍ନ ହେବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଚାକିରିରେ ବିଶେଷ ଦାୟିତ୍ଵ ଗ୍ରହଣ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More