Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
0 40

ମେଷ: ଭାଗ୍ୟର ତାରକା ଉଜ୍ଜ୍ଵଳ ରହିବ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯିବେ। ଅଫିସରେ ଗୁରୁତ୍ଵପୂର୍ଣ୍ଣ ଫଇସଲା ନେଇପାରନ୍ତି। ଶାସନରେ ଥିବା ଲୋକଙ୍କ ସହିତ ସଂପର୍କ ବଢ଼ିବ। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ପାଟଣେଶ୍ୱରୀ।

ବୃଷ: ଘରୋଇ ଜୀବନରେ ସୁଖ ସୁବିଧା ବଢ଼ିବ। ଚାକିରିରେ ଥିବା ବ୍ୟକ୍ତି ଓ ଚାକିରି ଖୋଜୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଶୁଭକାରୀ ରହିବ। ଆର୍ଥିକ ସ୍ଥିତି ବିଶେଷ ରୂପେ ମଜଭୁତ ହେବ। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ଡୀ

ମିଥୁନ: ଆପଣଙ୍କ ପରାକ୍ରମ ବୃଦ୍ଧି ହେବ। ଯେଉଁ କାମରେ ଯିବେ ସଫଳତା ପାଇବେ। ଲୋକଙ୍କ ଆବଶ୍ୟକତାକୁ ହୃଦୟଙ୍ଗମ କରି ସେହି ଅନୁସାରେ ପରାମର୍ଶ ଦିଅନ୍ତୁ। ସେୟାର କିଣିବେ ବା ନୂଆ କାରବାରରେ ନିବେଶ ପାଇଁ ବିଚାର କରିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ବାବା ହରିଶଙ୍କର।


କର୍କଟ: ଆର୍ଥିକ ପ୍ରଗତି ଓ ସଫଳତା ପାଇବାର ଦିନଟିଏ। ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ। କର୍ତ୍ତୃପକ୍ଷ ଆପଣକୁ ନୂଆ ଦାୟିତ୍ଵ ଅର୍ପଣ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହରପାର୍ବତୀ।


ସିଂହ: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ବନ୍ଧୁଙ୍କ ସହିତ ଲାଗିରହିଥିବା ମତଭେଦ ଦୂର ହେବ। ଆମଦାନିର ନୂଆ ରାସ୍ତା ଉନ୍ମୁକ୍ତ ହେବ। କଂପାନିରେ କାମ କରୁଥିବା ବ୍ୟକ୍ତିଙ୍କୁ ପ୍ରମୋସନ ମିଳିବ। ଇଂଜିନିୟରିଂ ଛାତ୍ରଙ୍କର ଲେଖାପଢ଼ାରେ ମନ ଅଧିକ ଲାଗିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବଗଳାମୁଖୀ।

କନ୍ୟା: ଆତ୍ମସମୀକ୍ଷାରେ ସମୟ ବିତିବ। ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସବୁ ଠିକ୍‌ ହୋଇଯିବ। ବଡ଼ଭାଇଙ୍କ ସହଯୋଗ ପାଇବେ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର କରିବେ। ମିତ୍ରଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରି ପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଆପଣଙ୍କ ଭିତରେ ଅତ୍ୟଧିକ ଉତ୍ସାହ ଦେଖିବାକୁ ମିଳିବ। କୌଣସି ବଡ଼ ସଉଦା ହୋଇପାରେ। ଚାକିରିଆଙ୍କର ମନୋକାମନା ପୂରା ହେବ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

 


ବିଛା: ଚାକିରିଆଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି। କର୍ତ୍ତୃପକ୍ଷ ଆପଣଙ୍କର ପଦୋନ୍ନତି ପାଇଁ ବିଚାର କରିବେ। ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ପରିବାର ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିପାରନ୍ତି। ଶୁଭରଙ୍ଗ: ଧୂସର। ଆରାଧନା: ସୂର୍ଯ୍ୟଦେବ।

ଧନୁ: ବ୍ୟବସାୟରେ ଉନ୍ନତି ପାଇଁ ନୂଆ ରଣକୌଶଳ ପ୍ରସ୍ତୁତ କରିବେ। ମନର କଥା ମନରେ ରଖନ୍ତୁ; ବିଜୟୀ ହେବେ। ଅଚାନକ ଧନପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଆପଣଙ୍କର ଖ୍ୟାତି ବଢ଼ିବ। ନାରାଜ ଥିବା ବନ୍ଧୁଙ୍କୁ ମନାଇବା ପାଇଁ ଦିନଟି ଭଲ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିମଳା।

ମକର: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ପରିବାରରେ ସବୁ ସଦସ୍ୟଙ୍କ ଭରପୂର ସହଯୋଗ ପାଇବେ। ବ୍ୟବସାୟୀଙ୍କୁ ସଉଦାରୁ ଅଚାନକ ଧନଲାଭ ହେବ। ଅଫିସ କାମର ଚାପ କମ୍‌ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

କୁମ୍ଭ: ଆପଣ ନିଜର ପରିଧାନଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ। ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ। ଆୟ ବଢ଼ିବା ହେତୁ ମନ ଖୁସି ରହିବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

ମୀନ: ଆଜି ଆପଣ ଯାହା ବି କାମ କରିବେ ଲାଭ ପାଇବେ। ବ୍ୟବସାୟ ବିସ୍ତାର ପାଇଁ ବିଚାର କରିବେ। କର୍ତ୍ତୃପକ୍ଷ ଆପଣଙ୍କ କାମରେ ଖୁସି ରହିବେ। ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲୋକନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More