Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

0 42

ମେଷ: ଅଫିସରେ ଆପଣଙ୍କୁ ଯୋଗ୍ୟ ପ୍ରମାଣିତ କରିବାରେ ସଫଳ ହେବେ। ବହୁମୂଲ୍ୟ ବସ୍ତୁ କିଣିବା ଲାଗି ମନରେ ଆଗ୍ରହ ସୃଷ୍ଟି ହେବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ଖେଳାଳିଙ୍କର ପ୍ରଦର୍ଶନ ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ବୃଷ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଆପଣଙ୍କର ସ୍ଥଗିତ ଥିବା କାମ ପୂରା ହୋଇଯିବ। ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। କର୍ମଚାରୀଙ୍କର ଧନଲାଭ ହୋଇପାରେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ମିଥୁନ: ଆପଣଙ୍କ ମନ ଧର୍ମ ଦିଗରେ ଅଧିକ ଲାଗି ରହିବ। ଆଇନ କାନୁନ ମାମଲାର ସମାଧାନ ହୋଇପାରେ। ଆପଣଙ୍କ କାମରେ କର୍ତ୍ତୃପକ୍ଷ ପ୍ରଭାବିତ ହେବେ। ଅଚାନକ ଢେର୍‌ସାରା ଧନ ପାଇବେ। ପରିବାର ସହିତ ଖୁସି ବାଣ୍ଟନ୍ତୁ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମହାଦେବ।

 

କର୍କଟ: ପରିଶ୍ରମର ପୂରା ଫଳ ମିଳିବ। ଆଜି ଆପଣଙ୍କୁ ଭଲ କାମ ପାଇଁ ସମ୍ମାନିତ କରାଯିବ। ନିଜର ବ୍ୟବହାର ପ୍ରତି ଟିକେ ଧ୍ୟାନ ଦିଅନ୍ତୁ। ରାଜନୀତି କ୍ଷେତ୍ରକୁ ଯିବା ପାଇଁ ବିଚାର କରିବେ। ଜୀବନସାଥୀଙ୍କୁ ଖୁସି ରଖିବା ଲାଗି ଉପହାର ଦେବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

ସିଂହ: ଆପଣଙ୍କ ହାସ୍ୟ କୌତୁକ ସ୍ୱଭାବ ସମସ୍ତଙ୍କୁ ଭଲ ଲାଗିବ। ନିଜର ଲକ୍ଷ୍ୟ ହାସଲ ଲାଗି ଠୋସ୍‌ ଯୋଜନା କରିବେ। ସାମାଜିକ କାର୍ଯ୍ୟରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ବୈବାହିକ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।

କନ୍ୟା: ଘର ସଫାସୁତୁରା ରଖନ୍ତୁ, ସୁଖ ସମୃଦ୍ଧି ବୃଦ୍ଧି ହେବ। କାର୍ଯ୍ୟାଳୟରେ ଏଭଳି ଅବସର ମିଳିବ ଯାହା ଦ୍ଵାରା ଆପଣଙ୍କର ଯଥେଷ୍ଟ ଲାଭ ହେବ। ବ୍ୟବସାୟ ସମ୍ବନ୍ଧରେ ଜିଲ୍ଲା ବାହାରକୁ ଯିବାର ଯୋଜନା କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସନ୍ତୋଷୀ ମାତା।

ତୁଳା: ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିପାରେ। ଆପଣଙ୍କ ବ୍ୟବହାର ବହୁତ ମଧୁର ରହିବ। କର୍ତ୍ତୃପକ୍ଷ ଆପଣଙ୍କ କାମରେ ଖୁସି ହୋଇ ଉପହାର ଦେବେ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ସୂର୍ଯ୍ୟଦେବ।

ବିଛା: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ସମ୍ମୁଖକୁ ନୂଆ ଅବସର ଆସିବ। ଆର୍ଥିକ ସ୍ଥିତି ସୁଧୁରିବ। କମ୍ପ୍ୟୁଟର ଇଂଜିନିୟରଙ୍କୁ ବଡ଼ କଂପାନିରେ ଚାକିରିର ପ୍ରସ୍ତାବ ମିଳିବ। ପ୍ରେମିକପ୍ରେମିକା ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ମଝିଘରିଆଣୀ।

ଧନୁ: ନିଜ ଭାବନାରେ ସକାରାତ୍ମକତା ବଜାୟ ରଖନ୍ତୁ। ଜଟିଳ ପ୍ରଶ୍ନର ସମାଧାନ ମିଳିବ। କାହାରିକୁ ଅପଶଦ୍ଦ କୁହନ୍ତୁ ନାହିଁ। ବ୍ୟବସାୟରେ ଫାଇଦା ପାଇଁ କୌଣସି ବ୍ୟକ୍ତି ମିଳିବେ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିରଜା।

ମକର: ଦିନଟି ଲାଭପ୍ରଦ ରହିବ। ଜରୁରୀ କାମ ମିତ୍ରଙ୍କ ସହାୟତାରେ ପୂରା ହୋଇଯିବ। ଅଚାନକ ଧନଲାଭ ଯୋଗ ରହିଛି। ଜୀବନସାଥୀ ଓ ବନ୍ଧୁମାନଙ୍କ ଠାରୁ ସ୍ନେହ ପ୍ରାପ୍ତ କରିବେ। ବିଜ୍ଞାନ ଛାତ୍ର ଆଜି କିଛି ନୂଆ ଶିକ୍ଷାଲାଭ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ନାରାୟଣୀ।

କୁମ୍ଭ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ସାମାଜିକ କାର୍ଯ୍ୟରେ ଆପଣଙ୍କର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିବ। ପରିବାରରେ କୌଣସି ବଡ଼ ଖୁସି ଆସିପାରେ। କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ମୀନ: ଦିମାକରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ। ଆଲୋଚକ ରୂପେ କାମ କରିବେ। ଅଫିସରେ ଗୁରୁତ୍ଵପୂର୍ଣ୍ଣ ଫଇସଲା ନେଇ ପାରନ୍ତି। ବିଦେଶ ଯିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭୈରବୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More