Only for Entertainment

ଆପଣ ଶ୍ୱାସଜନିତ ସମସ୍ୟାରେ ପୀଡ଼ିତ କି? ତେବେ ଆପଣାନ୍ତୁ ଏହି ଉପାୟ ।

hindustan times
0 31

ଆଜମା ହେଉଛି ଏକ ଶ୍ୱାସଜନିତ ରୋଗ । ଏହି ରୋଗ ହେବା ଦ୍ୱାରା ନିଶ୍ୱାସ ନେବାରେ ଅସୁବିଧା ହେବା ସହ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥାଏ । ଏହି ରୋଗ କୌଣସି ବି ବୟସର ଲୋକଙ୍କୁ ହେଉଥିବା ବେଳେ ଛାତିରେ ଯନ୍ତ୍ରଣା ହେବା ସହ କାଶ ମଧ୍ୟ ହୋଇଥାଏ । ଶ୍ୱାସକୁ ନିୟନ୍ତ୍ରଣରେ ରଖିବା ପାଇଁ ବାହାରେ ମିଳୁଥିବା ଔଷଧ ଅପେକ୍ଷା ଘରୋଇ ଉପାୟ ଆପଣାଇବା ବି ଲାଭଦାୟକ ହୋଇଥାଏ ।

ଏକ ଲିଟର ପାଣିରେ ଏକ ଚାମଚ ମେଥି ମିଶାଇ ଅଧଘଣ୍ଟା ପର୍ଯ୍ୟନ୍ତ ଫୁଟାନ୍ତୁ । ଏହାକୁ ଛାଣି ଟିକେ ଅଦା ରସ ଏବଂ ମହୁ ମିଶାଇ ଏହାକୁ ସେବନ କରନ୍ତୁ । ପ୍ରତିଦିନ ସକାଳୁ ଏହାକୁ ପିଇବା ଦ୍ୱାରା ଶ୍ୱାସ ଅନେକାଂଶରେ ନିୟନ୍ତ୍ରଣରେ ରହିଥାଏ ।

ସୋରିଷ ତେଲରେ କର୍ପୁର ପକାଇ ଗରମ କରନ୍ତୁ । ଟିକେ ଥଣ୍ଡା ହେବା ପରେ ଏହି ତେଲକୁ ଛାତି ଏବଂ ପିଠିରେ ମାଲିସ କରନ୍ତୁ । ୨-୩ ଥର ମାଲିସ କରିବା ଦ୍ୱାରା ନିଶ୍ୱାସ ନେବା ସହଜ ହେବା ସହ ଆରାମ ଲାଗିଥାଏ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More