Only for Entertainment

ଜାଣନ୍ତୁ ଆଜିର ରାଶିଫଳ

27

ମେଷ: ସୌଭାଗ୍ୟ ପ୍ରାପ୍ତିର ଦିନଟିଏ। ବ୍ୟବସାୟ ଲାଗି ଭଲ ଅବସର ମିଳିବ। ଚାକିରିଆଙ୍କୁ ଲାଭ ମିଳିପାରେ। ଜୀବନସାଥୀଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ମଜଭୁତ ହେବ। ଛାତ୍ରଙ୍କୁ ପରୀକ୍ଷାରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

ବୃଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ସୌଭଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ। ସରକାରୀ କ୍ଷେତ୍ରରେ ଲାଗି ରହିଥିବା ବାଧା ଦୂର ହେବ। ଜମି କାରବାରରେ ନିବେଶ ପାଇଁ ପିତାଙ୍କ ସହଯୋଗ ପାଇବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ରାମଚଣ୍ତୀ।

ମିଥୁନ: ମନ ପ୍ରଫୁଲ୍ଲ ରହିବ। ଆପଣଙ୍କର କୌଣସି କାମ ଲାଗି ଗୁରୁଜନଙ୍କ ସହିତ ଆଲୋଚନା କରିବେ। ଅଫିସ କାମରେ ରାଜ୍ୟ ବାହାରକୁ ଯାଇପାରନ୍ତି। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ନୂଆ କାମର ଶୁଭାରମ୍ଭ ପାଇଁ ସମୟ ଅନୁକୂଳ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ପରିଶ୍ରମୀ ଲୋକଙ୍କୁ ପରିଶ୍ରମର ମିଠାଫଳ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।

ସି˚ହ: ଦିନଟି ଠିକ୍‌ଠାକ୍‌ ରହିବ। ପ୍ରତ୍ୟେକ କାମ ବିନା ବିଘ୍ନରେ ସ˚ପନ୍ନ ହେବ। ଚାକିରିରେ ବିଶେଷ ଦାୟିତ୍ବ ଗ୍ରହଣ କରିବେ। ଆୟ ବଢ଼ିବା ହେତୁ ଆର୍ଥିକ କଷ୍ଟ ଦୂର ହେବ। ଦାମ୍ପତ୍ୟ ଜୀବନ ହସଖୁସିରେ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: ଆପଣଙ୍କ ମନ ରଚନାତ୍ମକ କାମରେ ଲାଗି ରହିବ। କୌଣସି ଶୁଭ ଖବର ମିଳିବ। ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିବ। ଅଚାନକ ଧନପ୍ରାପ୍ତି ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ଧୢାନ, ଜପରେ ଆତ୍ମବଳ ବୃଦ୍ଧି ହେବ। ଭାଗ୍ୟ ଆପଣଙ୍କୁ ବହୁତ କିଛି ଦେବ। କାର୍ଯ୍ୟକ୍ଷେତ୍ରରେ କୌଣସି ବ୍ୟକ୍ତି ବନ୍ଧୁତାର ହାତ ବଢ଼ାଇବେ। ବିରୋଧୀ ଆପଣଙ୍କର ଗୁପ୍ତରୂପେ ଗୁଣଗାନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

ବିଛା: କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବ˚ ସଫଳ ହେବେ। ଆପଣଙ୍କ କାମରେ ପ୍ରବନ୍ଧକର୍ତ୍ତା ଖୁସି ହେବେ। ଆର୍ଥିକ ମାମଲାରେ ଲାଭ ମିଳିବ। ଜୀବନସାଥୀଙ୍କ ବିଚାର ସହିତ ମେଳ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ କୀଚକେଶ୍ବରୀ।

ଧନୁ: ଆପଣଙ୍କର ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ପୁଞ୍ଜି ବଜାରରେ ଆପଣଙ୍କୁ ଲାଭ ମିଳିପାରେ। ରାଜନୀତିରେ ମନୋକାମନା ପୂରା ହେବ। ମହିଳାଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

ମକର: ଆଜି ଖୋଦକୁ ଊର୍ଜାବାନ ଅନୁଭବ କରିବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ। ମହିଳାମାନେ ଜିନିଷପତ୍ର କିଣିବା ଲାଗି ସହରକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ନାରାୟଣୀ।

କୁମ୍ଭ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଶୁଭ ଖବର ମିଳିବ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

ମୀନ: ନିଜ ଉପରେ ବିଶ୍ବାସ ରଖନ୍ତୁ। ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ, ଲାଭ ହେବ। ସମସ୍ୟାର ସମାଧାନ ନୂଆ କୌଶଳରେ କରିନେବେ। ଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀକୃଷ୍ଣ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More