Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

23

ମେଷ: ଭାଗ୍ୟ ଆପଣଙ୍କୁ ସାଥ ଦେବ। ନୂଆ ପ୍ରସ୍ତାବ ଓ ପ୍ରକଳ୍ପ ମିଳିପାରେ। ଧର୍ମସ˚ସ୍ଥାକୁ ଦାନ ଦେଇପାରନ୍ତି। ଲେଖକଙ୍କୁ ଆଜି ପୁରସ୍କାର ମିଳିପାରେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ପରିବାର ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଦେବୀମାତାଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଆପଣଙ୍କ ମନରେ ଉଙ୍କି ମାରିଥିବା ପ୍ରଶ୍ନର ସମାଧାନ ମିଳିବ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ। ଅ˚ଶୀଦାର କାରବାରରୁ ଭଲ ଫଳାଫଳ ମିଳିବ। ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ହର ପାର୍ବତୀ।

ମିଥୁନ: ପୂରା ଦିନ ସତର୍କ ରହିବାର ଆବଶ୍ୟକତା ରହିଛି। ବ୍ୟବସାୟୀ ନୂଆ କରି ଭାଗୀଦାରି ବ୍ୟବସାୟ କରିବା ପୂର୍ବରୁ ବୟୋଜ୍ୟେଷ୍ଠଙ୍କ ରାୟ ନିଅନ୍ତୁ। ବନ୍ଧୁଙ୍କ ସହିତ ବସି ହାଲୁକା ଅନୁଭବ କରିବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ବିରଜା।

କର୍କଟ: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବା‌େର ସକ୍ଷମ ହେବେ। ବ୍ୟବସାୟ ବୃଦ୍ଧି ଲାଗି ଉପାୟ ଫଳପ୍ରଦ ହେବ। କୌଣସି ସମାରୋହରେ ଯିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: କମ୍‌ କଥା କହିଲେ ଲୋକଙ୍କ ନଜରକୁ ଆସିବେ। ଭାବିଥିବା କାମ ନିର୍ଦ୍ଦିଷ୍ଟ ସମୟରେ ପୂରା ହୋଇଯିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଲାଭ ହେବ। ପଢ଼ାଲେଖାରେ ସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ନିଜର ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରନ୍ତୁ। ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ। ବଢ଼ିଆ ଚାକିରିର ସୁଯୋଗ ଆସିବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ମାଜେଣ୍ଡା। ଆରାଧନା: ଶ୍ରୀ ଗଣେଶ।

ତୁଳା: ଦିନଟି ମହତ୍ତ୍ବପୂର୍ଣ୍ଣ ବଜାୟ ରହିବ। ଚେଷ୍ଟା କରନ୍ତୁ; କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ ହୋଇଯିବ। ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ। ନୂଆ ଘର ନିର୍ମାଣ ଲାଗି ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ବାଇଗଣୀ। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ନୂଆ ପ୍ରସ୍ତାବର ରୂପରେଖ ଦିଅନ୍ତୁ, ଭବିଷ୍ୟତରେ ଶୁଭଫଳ ପାଇବେ। ନାରାଜ ଥିବା ବନ୍ଧୁଙ୍କୁ ମନାଇବାରେ ସଫଳ ହେବେ। ଆପଣଙ୍କ କାମରେ କର୍ତ୍ତୃପକ୍ଷ ଖୁସି ହେବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ଦାମ୍ପତ୍ୟ ଜୀବନ ପ୍ରେମ ପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

ଧନୁ: ଆଜି ଆପଣଙ୍କୁ ଭାଗ୍ୟ ବହୁତ କିଛି ଦେବ। ସିନିୟରଙ୍କ ଠାରୁ କିଛି ନୂଆ ଶିକ୍ଷା ଲାଭ କରିବେ। ଆର୍ଥିକ ସ୍ଥିତି ବଢ଼ିଆ ରହିବ। ବେକାରଙ୍କୁ ନୂଆ ଚାକିରିର ପ୍ରସ୍ତାବ ମିଳିପାରେ। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

ମକର: ଆପଣ ମଧୁର ବ୍ୟବହାରରେ ନୂଆ ଲକ୍ଷ୍ୟ ହାସଲ କରିନେବେ। ଶାସନରେ ଥିବା ଲୋକଙ୍କ ସହିତ ସ˚ପର୍କ ବଢ଼ିବ। ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। ପରିବାର ସହିତ ଅଧିକ ସମୟ ବିତେଇବା ହେତୁ ମନରେ ପ୍ରସନ୍ନତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

କୁମ୍ଭ: ସାଙ୍ଗ ସହିତ ହସଖୁସିରେ ସମୟ କଟିବ। ବ୍ୟାଙ୍କରେ ଅର୍ଥ ନେଣଦେଣ ସାବଧାନତାର ସହ କରିବା ଜରୁରୀ। ଆୟ ତୁଳନାରେ ଖର୍ଚ୍ଚ ଅଧିକ ହେବ। ପ୍ରଗତିରେ ଅବରୋଧ ହୋଇପାରେ। ସବୁ ପ୍ରକାର ପରିସ୍ଥିତିର ମୁକାବିଲା କରିବା ଲାଗି ପ୍ରସ୍ତୁତ ରହନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଶାରଳା।

ମୀନ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଯାହା ବି ଫଇସଲା କରନ୍ତୁ ଲାଭପ୍ରଦ ରହିବ। ରାଜନୀତିରେ ମନୋକାମନା ପୂରଣ ହେବ। ରାଷ୍ଟ୍ରୀୟ ସ୍ତରର ନେତାଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ପରିବାର ସହିତ ଅଧିକ ସମୟ କଟିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ଶ୍ରୀ ଗଣେଶ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More