Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

30

ମେଷ: ଦିନଟି ଲାଭପ୍ରଦ ରହିବ। ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ। କ˚ପାନିରେ ଆପଣଙ୍କୁ କୌଣସି ସୁବିଧା ମିଳିପାରେ। ଅଚାନକ ଧନପ୍ରାପ୍ତି ହେବ। ପିଲାଙ୍କୁ ପଢ଼ାଇବା ପାଇଁ ସମୟ ବାହାର କରିପାରନ୍ତି। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ବ୍ୟବସାୟରେ ଅ˚ଶୀଦାର ହେବା ସହିତ ଜରୁରୀ ଆଲୋଚନା କରିବେ। ବିଦେଶରେ ଥିବା ସ˚ପର୍କୀୟଙ୍କ ଠାରୁ ଶୁଭ ଖବର ପାଇପାରନ୍ତି। ଜୀବନସାଥୀଙ୍କର ଢେର୍‌ସାରା ପ୍ରେମ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: କଫି ରଙ୍ଗ।

ମିଥୁନ: ବିଶେଷ କାର୍ଯ୍ୟ ପୂରା କରିବାରେ ଟିକେ ବିଳମ୍ବ ହୋଇପାରେ। ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସନ୍ଧ୍ୟାରେ ପତ୍ନୀଙ୍କ ସହିତ ହୋଟେଲକୁ ଭୋଜନ କରିବା ପାଇଁ ଯାଆନ୍ତୁ, ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ। କିଛି ଲୋକଙ୍କ ସହଯୋଗରେ କାମ ପୂରା ହେବ। ବୈବାହିକ ଜୀବନରେ ମଧୁରତା ଆସିବ। ବିଦ୍ୟାର୍ଥୀମାନେ ନିଜ ପରିଯୋଜନାରେ ଅଧିକ ପରିଶ୍ରମ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଆଜି କିଛି ନୂଆ କରିବାକୁ ଚେଷ୍ଟା କରିବେ। ବିଶେଷ ମାମଲାରେ ସମାଧାନ ଶୀଘ୍ର ମିଳିଯିବ। କାର୍ଯ୍ୟ କ୍ଷେତ୍ରରେ ଅଧିକାରୀବର୍ଗ ଆପଣଙ୍କ ପକ୍ଷରେ ରହିବେ। ରାଜନୀତିରେ ସାକ୍ଷାତ ଆଲୋଚନା ଭଲ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କନ୍ୟା: ଆଜି ଆପଣଙ୍କ ମନ ଶାନ୍ତ ରହିବ। ନିଃସ୍ବାର୍ଥ ସମାଜ ସେବାରୁ ପ୍ରତିଷ୍ଠା ପାଇବେ। ଅଫିସରେ କୌଣସି କାମକୁ ନେଇ ଚିନ୍ତନ ମନ୍ଥନ କରିପାରନ୍ତି। ଯୁବକଙ୍କୁ ବଢ଼ିଆ ଚାକିରି ମିଳିବାର ସମ୍ଭାବନା। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଗାୟତ୍ରୀ।

ତୁଳା: କୌଣସି ଲକ୍ଷ୍ୟକୁ ନେଇ ଉତ୍ସୁକ ରହିବେ। ଆଜି ଆପଣଙ୍କୁ ଭଲ କାମ ପାଇଁ ସମ୍ମାନିତ କରାଯିବ। କୌଣସି ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରଖନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମହାଲକ୍ଷ୍ମୀ।

ବିଛା: କ୍ୟାରିୟର ଲାଗି ଭଲ ଦିନଟିଏ। ଆପଣଙ୍କୁ ପରିବାରର ପୂରା ସହଯୋଗ ମିଳିବ। କାରବାରରେ କୌଣସି ନୂଆ ସଉଦା ହେବ। ଚାକିରିରେ ସକାରାତ୍ମକ ପରିବର୍ତ୍ତନ ହୋଇପାରେ। ବିଦ୍ୟାର୍ଥୀଙ୍କର ଅଧୢୟନରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ଧନୁ: ଆପଣଙ୍କ ଜୀବନ ଲାଗି ସଫଳତାର ଦିନଟିଏ। କୌଣସି ଆଇନକାନୁନ ମାମଲାରେ ସାହାଯ୍ୟ ମିଳିବ। ବଡ଼ କାରବାରର ସଉଦା ହାତକୁ ଆସିପାରେ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। ମହିଳା ବନ୍ଧୁଙ୍କ ମାଧୢମରେ ଆପଣଙ୍କ କାମ ପୂରା ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।

ମକର: ଦିନଟି ସକାରାତ୍ମକ ଭରା ରହିବ। ବ୍ୟବସାୟରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ। ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ। ଶିକ୍ଷା ସମ୍ବନ୍ଧୀୟ ସବୁ ମାମଲା ପୂରା ହେବ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: କୌଣସି ବି କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ। କୌଣସି ସ˚ପର୍କୀୟ ଆପଣଙ୍କୁ ଉଧାର ମାଗି ପାରନ୍ତି। ଅଫିସ ବିବାଦରୁ ଦୂରେଇ ରହନ୍ତୁ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ଦୁର୍ଗା।

ମୀନ: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମୟ ଭଲରେ କଟିବ। ଆପଣଙ୍କୁ ପରିଶ୍ରମର ଫଳ ନିଶ୍ଚୟ ମିଳିବ। ରାଜନୀତିକ କାର୍ଯ୍ୟରେ ରୁଚି ବଢ଼ିବ। ବିଦ୍ୟାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More