Only for Entertainment

ଜାଣନ୍ତୁ ଆଜିର ରାଶିଫଳ

35

ମେଷ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଆପଣଙ୍କ ବୀରତ୍ବକୁ ବଳ ମିଳିବ। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ। ଦାତ୍ୟ ଜୀବନରେ ମଧୁରତା ଆସିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ରାତିରେ ନିଦ ଭଲ ହେବ। ଶୁଭରଙ୍ଗ:ଧଳା। ଆରାଧନା:ମହାଲକ୍ଷ୍ମୀ।

ବୃଷ: ଆଜି ଆପଣଙ୍କ ବ୍ୟକ୍ତିଗତ କାମରେ ଟିକେ ସମସ୍ୟା ଉତ୍ପନ୍ନ ହୋଇପାରେ। ମହତ୍ବପୂର୍ଣ୍ଣ ଲୋକଙ୍କ ସହିତ କଥାବାର୍ତ୍ତା ବେଳେ ତାଙ୍କ କଥାକୁ ମନଧୢାନ ଦେଇ ଶୁଣନ୍ତୁ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ରାମଚଣ୍ତୀ।

ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହୋଇପାରେ। ସରକାରୀ କାମରେ ଲାଗି ରହିଥିବା ବାଧା ଦୂର ହେବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ମେରୁନ। ଆରାଧନା: ଶ୍ରୀକୃଷ୍ଣ।

କର୍କଟ: ନୂଆ ସମ୍ଭାବନା ମିଳିପାରେ। ଅବସରର ଲାଭ ନିଅନ୍ତୁ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ। ନୂଆ ଘର କିଣିବା ଲାଗି ଆଗ୍ରହ ବଢ଼ିବ। ରାଜନୀତିରେ ସଫଳତା ପାଇବେ। ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ଖବର ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

ସି˚ହ: ଆପଣଙ୍କ ମନଭାବ ଆଧୢାତ୍ମିକ ରହିବ। ଭବିଷ୍ୟତକୁ ନେଇ ସାର୍ଥକ ଯୋଜନା ପ୍ରସ୍ତୁତ କରିବେ। ମିତ୍ରଙ୍କ ଠାରୁ ସହଯୋଗ ପ୍ରାପ୍ତ କରିବେ। ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କନ୍ୟା: ପୂର୍ବରୁ କରିଥିବା ପରିଶ୍ରମରୁ ଆଜି ଆପଣଙ୍କୁ ଲାଭ ମିଳିବ। ପୁରସ୍କାର ଓ ସମ୍ମାନ ମିଳିବା ଯୋଗ ରହିଛି। ବ୍ୟବସାୟରେ ପୁଞି ଲଗାଣ କରନ୍ତୁ, ଲାଭ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ବିମଳା।

ତୁଳା: ଦିନଟି ଆପଣଙ୍କ ପାଇଁ ଆନନ୍ଦମୟ ରହିବ। ଆପଣଙ୍କୁ କୌଣସି ଭଲ କାମ ମିଳିପାରେ। ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବା ପାଇଁ ଯୋଜନା କରିବେ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କଟକଚଣ୍ତୀ।

ବିଛା: ଉଚିତ ଫଇସଲା ନେବାର ଦିନଟିଏ। ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ। କିଛି ଖାସ୍‌ କାମର ଯାତ୍ରାରେ ଯିବେ। ଜୀବନରେ ମଉଜ ମଜଲିସ ପାଇଁ ସୁନ୍ଦର ଅବସର ମିଳିବ। ଖୁସିରେ ଆପଣ ଅଧିକ ଖର୍ଚ୍ଚ କରିପାରନ୍ତି। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ତାରିଣୀ।

ଧନୁ: ଆଜି କିଛି ଏଭଳି କାମ କରିବେ ଯାହା ଦ୍ବାରା ଆପଣଙ୍କୁ ଆର୍ଥିକ ଲାଭ ହେବ। ସମାଜରେ ଆପଣଙ୍କ ମାନ ସମ୍ମାନ ବଢ଼ିବ। ସନ୍ଧ୍ୟା ସୁଦ୍ଧା କୌଣସି ଭଲ ଖବର ପାଇପାରନ୍ତି। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

ମକର: ଦିନଟି ଆପଣଙ୍କ ଲାଗି ଅନୁକୂଳ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସୀମା ବୃଦ୍ଧି କରିବାକୁ ଉଦ୍ୟମ କରିବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ଧର୍ମକର୍ମ କରନ୍ତୁ ଲାଭ ମିଳିବ। ଜୀବନରେ ସ୍ଥିରତା ଆସିବ। ନେତା ଓ ଉଚ୍ଚପଦସ୍ଥ ଅଧିକାରୀଙ୍କ ସଙ୍ଗରେ ରହିବାର ସୁଯୋଗ ମିଳିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ:କପିରଙ୍ଗ। ଆରାଧନା:ମାଆ ଦୁର୍ଗା।

ମୀନ: ସକାରାତ୍ମକ ଭାବନାରେ ରହନ୍ତୁ କାମ କରିବା ସହଜ ହେବ। ଆପଣଙ୍କ କାମରେ ନୂଆ ଦାୟିତ୍ବ ମିଳିପାରେ। ରାଜନେତାଙ୍କୁ ପରିଶ୍ରମର ଫଳ ମିଳିବ। ଛାତ୍ରଙ୍କୁ କୌଣସି ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ। ଶୁଭରଙ୍ଗ: ଧୂସର। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More