Only for Entertainment

ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ

NAXTRANEWS
33

ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ । ଓଡ଼ିଆ ପରମ୍ପରାରେ ଆଜିଠାରୁ ନୂଆବର୍ଷ ଆରମ୍ଭ । ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ । ସେହିପରି ଜ୍ୟୋତିଷୀୟ ଗଣନା ଅନୁସାରେ ଆଜି ହେଉଛି ମେଷ ସଂକ୍ରାନ୍ତି । ଓଡ଼ିଶାରେ ଆଜିଠାରୁ ନୂଆ ପାଞ୍ଜି ପ୍ରଚଳନ ଆରମ୍ଭ ହୁଏ ।

ସେହିପରି ଆଜି ପ୍ରତି ଓଡ଼ିଆ ଘର ଅଗଣାରେ ଥିବା ତୁଳସୀ ଚଉରା ଉପରେ ଏକ ଛାମୁଣ୍ଡିଆ କରି ଏକ ପାଣିଭର୍ତ୍ତି ଛୋଟ ଠେକି ରଖାଯାଏ । ଏହି ଠେକି ତଳେ ଏକ ଛୋଟ ଛିଦ୍ରଥାଏ, ଯଦ୍ୱାରା ପାଣି ତୁଳସୀ ଗଛରେ ପଡିପାରିବ ।

ଆଜି ମଧ୍ୟ ସମଗ୍ର ଓଡ଼ିଶାରେ ହନୁମାନ ଜୟନ୍ତି ଭାବେ ପାଳନ କରାଯାଏ । ଓଡ଼ିଆ ଲୋକମାନେ ହନୁମାନ ମନ୍ଦିରରେ ୧୦୮ ହନୁମାନ ଚାଳଶା ପାଠ କରି ନିଜର ମନୋସ୍କାମନା ପୂରଣ କରିଥାନ୍ତି । କେବଳ ହନୁମାନ ନୁହଁନ୍ତି,ଆଜି ଦିନରେ ଲୋକମାନେ ଶିବ ମନ୍ଦିର, ସୂର୍ଯ୍ୟମନ୍ଦିର ଓ ଦେବୀ ମନ୍ଦିର ଯାଇ ଦର୍ଶନ କରିଥାନ୍ତି । ବିଶେଷ କରି ମା ତାରିଣି ପୀଠରେ ଆଜି ଉତ୍ସବ ପାଳନ ହୋଇଥାଏ । ଆଜି ଦିନର ଆଉ ଏକ ବିଶେଷତ୍ୱ ହେଉଛି ବେଲ ପଣା ସେବନ । ଓଡ଼ିଶାର ବିଭିନ୍ନ ସ୍ଥାନ ଓ ଦେବାଳୟରେ ପଣା ବଣ୍ଟନ କରାଯାଇଥାଏ ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More