Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
25

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ହର ପାର୍ବତୀ।

ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଶୁଭରଙ୍ଗ: ମେରୁନ। ଆରାଧନା: ପ୍ରଭୁ ହନୁମାନ।

ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ସି˚ହ: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ କଟକଚଣ୍ତୀ।

ତୁଳା: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ବିଛା: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ଧନୁ: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଗାୟତ୍ରୀ।

କୁମ୍ଭ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବୁଢ଼ୀଠାକୁରାଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More