Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
24

ମେଷ: ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ। ଆର୍ଥିକ ସ୍ଥିତି ମଜଭୁତ ହେବ। ସମାଜରେ ମାନ-ସମ୍ମାନ ପାଇବେ। ନୂଆ ବାହନ କିଣିବା ଲାଗି ମନ ବଳିବ। ଘରକୁ କୌଣସି ସ˚ପର୍କୀୟ ଆସିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ବୃଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଆପଣଙ୍କ କାମରୁ ବଡ଼ ଲାଭ ମିଳିବ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ। ଅଫିସ କାମରେ ଅଧସ୍ତନ କର୍ମଚାରୀଙ୍କ ସାହାଯ୍ୟ ପାଇବେ। ଲେଖାପଢ଼ାରେ ରୁଚି ବଢ଼ିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ରାମଚଣ୍ତୀ।

ମିଥୁନ: ଦେବୀମାତାଙ୍କ ଧୢାନରେ ମନ‌େର ସକାରାତ୍ମକ ଶକ୍ତି ସ˚ଚାର ହେବ। ଘର ପରିଷ୍କାର କରିବାରେ ସମୟ ଦେବେ। ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବଗଳାମୁଖୀ।

କର୍କଟ: ଧୢାନ ଓ ଯୋଗ ମାଧୢମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ନୂଆ କାମରେ ଧୀରେଧୀରେ ଗତି ଆସିବ। ରାଜନେତାଙ୍କ ସହିତ ସ˚ପର୍କ ମଜଭୁତ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।

ସି˚ହ: ନିଜର ମହତ୍ତ୍ବକୁ ଜାଣନ୍ତୁ। ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ। ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ; ସଫଳତା ମିଳିବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: ପ୍ରଗତି ପଥରେ ଅଗ୍ରସର ହେବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଭାବିଥିବା କାମ ନିର୍ଦ୍ଦିଷ୍ଟ ସମୟରେ ପୂରା ହୋଇଯିବ। ନୂଆ ଚାକିରି ମିଳିବାର ସୁଯୋଗ ରହିଛି। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀ ଗଣେଶ।

ତୁଳା: ଆପଣଙ୍କର ଅନ୍ତରଆତ୍ମା ପ୍ରଖର ରହିବ। ଆପଣଙ୍କ ସମ୍ମୁଖକୁ ଆସୁଥିବା ବ୍ୟକ୍ତିଙ୍କ ମନୋଭାବକୁ ଶୀଘ୍ର ବୁଝିନେବେ। ଅଫିସରେ ନୂଆ ଦାୟିତ୍ବକୁ ଭଲ ଭାବେ ନିର୍ବାହ କରିବେ। ପ୍ରେମ ପ୍ରସଙ୍ଗ ପାଇଁ ଦିନଟି ଅନୁକୂଳ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ମଝିଘରିଆଣୀ।

ବିଛା: ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହୋଇଯିବ। ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ। କୌଣସି ସ˚ପର୍କୀୟ ଘରକୁ ଆସିବେ। କମ୍ପ୍ୟୁଟର ଇ˚ଜିନିୟରଙ୍କୁ ବଡ଼ କ˚ପାନିରେ ଚାକିିରିର ଇମେଲ୍‌ ଆସିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।

ଧନୁ: ଭାବନାକୁ ସକାରାତ୍ମକ ବନାନ୍ତୁ। ନୂଆ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହେବ। କିଛି କାମ ଆପଣଙ୍କ ଇଚ୍ଛାନୁସାରେ ହୋଇନପାରେ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ମହିଳାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ମକର: ସାରାଦିନ ଖୁସି ମନରେ ରହିବେ। ବନ୍ଧୁଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ଆହୁରି ମଧୁର ହେବ। ଆମଦାନିର ନୂଆ ସ୍ରୋତ ମିଳିବ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଆଖଣ୍ତଳମଣି।

କୁମ୍ଭ: ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ। ବନ୍ଧୁଙ୍କ ଠାରୁ ଭଲ ଖବର ବା ଉପହାର ପାଇବେ। ଆପଣଙ୍କ ସାମର୍ଥ୍ୟରେ ସବୁ କାମ ପୂରା କରିନେବେ। ଅଚାନକ ଧନଲାଭ ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମୀନ: ସକାରାତ୍ମକ ଭାବନାରେ ରହନ୍ତୁ, କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବ୍ୟବସାୟରେ ପରିବାରର ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଯିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ଶ୍ରୀକୃଷ୍ଣ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More